< Yoshuwa 10 >
1 Adoni-Zedek sarkin Urushalima ya ji cewa Yoshuwa ya ci Ai da yaƙi ya kuma hallaka ta sarai, ya yi wa Ai da sarkinta abin da ya yi wa Yeriko da sarkinta, mutanen Gibeyon kuwa sun yi yarjejjeniya ta salama da Isra’ilawa, suna kuma zama kusa da su.
ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।
2 Shi da mutanensa suka ji tsoron wannan sosai, gama Gibeyon muhimmiyar birni ce, har ma kamar ɗaya daga cikin biranen sarauta, ya ma fi Ai girma, mazanta duka kuwa mayaƙa ne na ƙwarai.
କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।
3 Saboda haka sai Adoni-Zedek sarkin Urushalima ya roƙi Hoham sarkin Hebron, Firam sarkin Yarmut, Yafiya sarkin Lakish da Debir sarki Eglon ya ce,
ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,
4 “Ku zo ku taimake ni in kai wa Gibeyon hari. Domin sun yi yarjejjeniya ta salama da Yoshuwa da Isra’ilawa.”
“ମୋʼ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।”
5 Sai sarakunan nan biyar na Amoriyawa, sarakunan Urushalima, Hebron, Yarmut, Lakish da Eglon suka haɗa sojojinsu. Suka je dukansu suka yi shirin kai wa Gibeyon hari.
ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠିଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
6 Sai mutanen Gibeyon suka aika zuwa wurin Yoshuwa a sansani a Gilgal, “Kada ka juya wa bayinka baya, ka zo da sauri ka cece mu! Ka taimake mu domin sarakunan Amoriyawa duka daga kan tudu sun haɗa ƙarfinsu tare za su tasar mana.”
ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, “ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।”
7 Saboda haka Yoshuwa ya tashi da rundunarsa duka, tare da dukan jarumawansa.
ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।
8 Ubangiji ya ce wa Yoshuwa, “Kada ka ji tsoronsu; na ba ka su a hannunka. Ba waninsu da zai iya tsayayya da kai.”
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”
9 Bayan sun yi tafiya dukan dare daga Gilgal, Yoshuwa ya auko musu ba labari.
ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।
10 Ubangiji ya sa suka ruɗe a gaban Isra’ilawa, Isra’ilawa kuwa suka yi babbar nasara a kansu a Gibeyon. Isra’ilawa suka fafare su a kan hanyar zuwa Bet-Horon suka karkashe su duka har zuwa Azeka da Makkeda.
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
11 Suna guje wa Isra’ilawa suna gangarawa a kan hanyar Bet-Horon har zuwa Azeka, sai Ubangiji ya turo manyan duwatsu daga sararin sama suka karkashe su, waɗanda manyan duwatsun suka kashe sun fi waɗanda Isra’ilawa suka kashe da takobi.
ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
12 A ranar da Ubangiji ya ba da Amoriyawa a hannun Isra’ilawa, Yoshuwa ya ce wa Ubangiji a gaban Isra’ilawa, “Ke rana, ki tsaya cik a Gibeyon Kai wata, ka je Kwarin Aiyalon.”
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳଭୂମିରେ (ସ୍ତବ୍ଧ ହୁଅ)।”
13 Sai rana ta tsaya cik, wata kuma ya tsaya, har sai da al’ummar ta ɗauki fansa a kan abokan gābanta, kamar yadda aka rubuta a cikin littafin Yashar. Rana ta tsaya a sararin sama, ba tă fāɗi ba har kusan yini guda.
ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
14 Ba a taɓa ganin abu haka ba ko dā can, ranar da Ubangiji ya saurari mutum. Ba shakka Ubangiji yana yaƙi domin Isra’ilawa.
ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
15 Sai Yoshuwa ya koma sansanin Gilgal tare da dukan Isra’ilawa.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ନେଉଟି ଆସିଲେ।
16 Sarakunan guda biyar suka gudu, suka ɓuya a cikin kogo a Makkeda.
ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
17 Lokacin da aka gaya wa Yoshuwa cewa an sami sarakunan nan biyar a ɓoye a cikin kogo a Makkeda.
ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,
18 Sai ya ce, “Ku mirgina manyan duwatsu ku rufe bakin kogon, sai ku sa waɗannan mutane su yi tsaron kogon.
ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
19 Amma kada ku tsaya a can! Ku fafari abokan gābanku, ku kai musu hari ta baya, kada ku bari su kai biranensu, gama Ubangiji Allahnku ya ba da su a hannunku.”
ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
20 Saboda haka Yoshuwa da Isra’ilawa suka hallaka su da yawa ƙwarai, amma’yan kaɗan ɗin da suka rage suka tsere zuwa cikin biranensu masu kāriya.
ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।
21 Dukan rundunar kuma suka dawo sansanin Makkeda tare da Yoshuwa, ba abin da ya same su. Ba wanda ya sāke tsokanar Isra’ilawa.
ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
22 Yoshuwa ya ce, “Ku buɗe bakin kogon ku kawo mini sarakunan nan guda biyar.”
ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”
23 Sai suka kawo sarakunan biyar daga cikin kogo; sarakunan Urushalima, Hebron, Yarmut, Lakish da Eglon.
ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍ର ରାଜାକୁ, ଇଗ୍ଲୋନ୍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।
24 Sa’ad da aka kawo sarakunan nan wurin Yoshuwa, ya kira dukan Isra’ilawa ya ce wa shugabannin rundunoni waɗanda suke tare da shi, “Ku zo nan ku taka wuyan sarakunan nan.” Sai suka zo suka taka wuyansu.
ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
25 Yoshuwa ya ce musu, “Kada ku ji tsoro, ko kuwa ku razana, amma ku ƙarfafa, ku yi ƙarfin hali. Haka Ubangiji zai yi da duk abokan gāban da za ku yi yaƙi da su.”
ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।”
26 Sai Yoshuwa ya karkashe waɗannan sarakuna guda biyar, ya kuma rataye kowannensu a bisa itace inda jikunansu suka kasance har yamma.
ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
27 Da yamma Yoshuwa ya ba da umarni a sauko da su daga itatuwan a jefa su cikin kogon da suka ɓuya. Aka sa manyan duwatsu aka rufe bakin kogon, suna a can har wa yau.
ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
28 A ranan nan Yoshuwa ya ci Makkeda da yaƙi. Ya karkashe mutanen tare da sarkinta. Bai bar wani da rai ba. Ya yi wa sarkin Makkeda yadda ya yi wa sarkin Yeriko.
ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।
29 Sai Yoshuwa da dukan Isra’ilawa suka tashi daga Makkeda zuwa Libna, suka kai mata hari.
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍ନାକୁ ଗଲେ ଓ ଲିବ୍ନା ପ୍ରତିକୂଳରେ ଯୁଦ୍ଧ କଲେ;
30 Ubangiji kuma ya ba da ƙasar da sarkinta a hannun Yoshuwa. Yoshuwa ya karkashe kowa ya hallaka birnin, bai bar wani da rai ba. Ya kuma yi wa sarkin yadda ya yi wa sarkin Yeriko.
ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
31 Sai Yoshuwa da dukan Isra’ilawa suka tashi daga Libna zuwa Lakish; suka yi shiri suka kai mata hari.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍ନାରୁ ଲାଖୀଶ୍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
32 Ubangiji ya ba da Lakish a hannun Isra’ilawa, a rana ta biyu kuwa Yoshuwa ya ci nasara a kansu. Ya karkashe duk mutanen birnin ya kuma hallaka birnin, kamar yadda ya yi a Libna.
ତହିଁରେ ସଦାପ୍ରଭୁ ଲାଖୀଶ୍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍ ଆକ୍ରମଣ କରି ଯେପରି ଲିବ୍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
33 Horam sarkin Gezer kuwa ya zo don yă taimaki Lakish, amma Yoshuwa ya haɗa duk da shi da rundunarsa ya ci su da yaƙi, har bai bar waninsu da rai ba.
ସେସମୟରେ ଗେଷରର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
34 Yoshuwa kuwa da dukan Isra’ilawa suka tashi daga Lakish zuwa Eglon; suka yi shiri suka kai mata hari.
ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍ରୁ ଇଗ୍ଲୋନ୍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
35 A ranan nan suka ci ƙasar da yaƙi, suka buge ta, suka karkashe kowa da takobi kamar dai yadda suka yi a Lakish.
ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
36 Sai Yoshuwa da dukan Isra’ilawa suka tashi daga Eglon zuwa Hebron suka kai hari a can.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
37 Suka ci birnin da yaƙi, suka karkashe mazaunanta, da sarkin, har da ƙauyukan, ba wanda ya tsira kamar yadda ya yi wa Eglon. Ya hallakar da ita sarai duk da kowane mutum da yake cikinta.
ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
38 Yoshuwa da Isra’ilawa duka suka juya suka kai wa Debir hari,
ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
39 suka hallaka birnin, da sarkinta da ƙauyukanta, suka karkashe dukan mazaunan wurin, ba su bar wani da rai ba. Suka yi wa Debir da sarkinta yadda suka yi wa Libna da sarkinta da kuma Hebron.
ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।
40 Yoshuwa ya cinye yankin duka da yaƙi, haɗe da na kan tudu, da Negeb, da kwarin yamma, da filayen cikin duwatsu tare da sarakunansu duka. Bai bar wani da rai ba, ya kashe duk wani mai numfashi, yadda Ubangiji, Allah na Isra’ilawa ya umarta.
ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
41 Yoshuwa ya ci su da yaƙi daga Kadesh Barneya zuwa Gaza, da kuma daga dukan yankin Goshen zuwa Gibeyon.
ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।
42 Yoshuwa kuwa ya cinye sarakunan nan duka da ƙasashensu gaba ɗaya gama Ubangiji, Allah na Isra’ila ne ya yi yaƙi domin Isra’ilawa.
ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
43 Yoshuwa kuwa ya dawo da dukan Isra’ilawa zuwa sansani a Gilgal.
ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍ଗଲ୍ ଛାଉଣିକୁ ଫେରି ଆସିଲେ।