< Yoshuwa 15 >

1 An raba wa kabilar Yahuda gādonsu ta wurin yin ƙuri’a, bisa ga iyalansu, rabon ya kai har zuwa sashen Edom, zuwa Jejin Zin can kurewar kudu.
ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
2 Iyakarsu a kudanci ta tashi tun daga kurewar kudu na Tekun Gishiri,
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
3 zuwa kudancin Hanyar Kunama, ta ci gaba har zuwa Zin, zuwa kudancin Kadesh Barneya. Sa’an nan ta kurɗa zuwa Hezron har zuwa Addar, ta kuma karkata zuwa Karka.
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
4 Sai ta wuce zuwa Azmon ta haɗu da Rafin Masar, ta ƙarasa a Bahar Rum. Wannan shi ne iyakarsu ta kudu.
ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
5 Iyakarsu ta gabas kuwa ita ce Tekun Gishiri wadda ta zarce har zuwa gaɓar Urdun. Iyakarsu ta arewa ta fara ne daga Tekun Gishiri a bakin Urdun,
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
6 wajen Bet-Hogla ta wuce har zuwa arewancin Bet-Araba, zuwa Dutsen Bohan ɗan Ruben.
ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
7 Sai iyakar ta haura zuwa Debir daga Kwarin Akor ta juya arewa da Gilgal, wadda take fuskantar hawan Adummim a kudancin kwari, ta ci gaba zuwa ruwan En Shemesh, ta ɓullo ta En Rogel.
ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
8 Sai kuma ta gangara zuwa Kwarin Ben Hinnom a gangaren kudancin birnin Yebusiyawa (wato, Urushalima). Daga can ta haura zuwa kan tudun a yammancin Kwarin Hinnom, a arewancin ƙarshen Kwarin Refayim.
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।
9 Daga kan tudun, iyakar ta nufi maɓulɓular ruwa na Neftowa, ta ɓullo a garuruwan da suke a Dutsen Efron, ta gangara zuwa Ba’ala (wato, Kiriyat Yeyarim).
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
10 Sa’an nan ta karkata yamma daga Ba’ala zuwa Dutsen Seyir, ta wuce ta gangaren Dutsen Yeyarim (wato, Kesalon), ta ci gaba zuwa Bet-Shemesh, ta bi zuwa Timna.
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
11 Ta wuce zuwa gangaren arewancin Ekron, ta juya zuwa Shikkeron, ta wuce zuwa Dutsen Ba’ala, ta kai Yabneyel, iyakarta ta ƙare a teku.
ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
12 Bakin Bahar Rum nan ne iyakar yammanci. Wannan ita ce iyakar da ta kewaye jama’ar Yahuda bisa ga iyalansu.
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
13 Yoshuwa ya ba Kaleb ɗan Yefunne wuri a Yahuda, Kiriyat Arba, wato, Hebron, bisa ga umarnin Ubangiji. (Arba shi ne mahaifin Anak.)
ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
14 Daga can sai Kaleb ya kori’ya’yan Anak, maza su uku daga Hebron, wato, Sheshai, Ahiman da Talmai.
ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
15 Daga can ya nufi Debir ya yi yaƙi da mutanen da suke zama a can (Dā sunan Debir, Kiriyat Sefer ne).
ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।
16 Kaleb ya ce, “Zan ba da’yata Aksa aure ga wanda zai ci Kiriyat Sefer da yaƙi.”
ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।”
17 Otniyel ɗan Kenaz, ɗan’uwan Kaleb, ya ci Kiriyat Sefer da yaƙi; saboda haka Kaleb ya ba wa Aksa’yarsa, ya kuwa aure ta.
ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
18 Wata rana da ta zo wurin Otniyel, sai ya zuga ta ta roƙi mahaifinta fili. Da ta sauka daga kan jakinta sai Kaleb ya tambaye ta ya ce, “Me kike so in yi miki?”
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”
19 Ta amsa ta ce, “Ka yi mini alheri na musamman, tun da ka ba ni wuri a Negeb, ina roƙonka, ka ba ni maɓulɓulan ruwa.” Kaleb kuwa ya ba ta maɓulɓulan ruwa na tuddai da na kwari.
ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
20 Wannan shi ne gādon kabilar Yahuda bisa ga iyalansu.
ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
21 Garuruwan kabilar Yahuda da suke kudu cikin Negeb zuwa iyakar Edom su ne. Kabzeyel, Eder, Yagur,
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର
22 Kina, Dimona, Adada,
ଓ କୀନା ଓ ଦୀମୋନା ଓ ଅଦାଦା
23 Kedesh, Hazor, Itnan,
ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍;
24 Zif, Telem, Beyalot,
ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍
25 Hazor-Hadatta, Keriyot Hezron (wato, Hazor),
ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର
26 Amam, Shema, Molada,
ଅମାମ୍‍ ଓ ଶେମା ଓ ମୋଲାଦା
27 Hazar Gadda, Heshmon, Bet-Felet,
ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ
28 Hazar Shuwal, Beyersheba, Biziyotiya,
ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା;
29 Ba’ala, Iyim, Ezem,
ବାଲା ଓ ଇୟୀମ୍‍ ଓ ଏତ୍ସମ୍‍;
30 Eltolad, Kesil, Horma,
ଇଲତୋଲଦ୍‍ ଓ କସୀଲ ଓ ହର୍ମା
31 Ziklag, Madmanna, Sansanna,
ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା
32 Lebayot, Shilhim, Ayin, Rimmon, jimillarsu, garuruwa da ƙauyukansu duka ashirin da tara ne.
ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଅଣତିରିଶ ନଗର।
33 Biranen da suke a filayen kwari su ne, Eshtawol, Zora; Ashna,
ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା
34 Zanowa, En Gannim, Taffuwa, Enam,
ଓ ସାନୋହ ଓ ଐନ୍‍-ଗନ୍ନୀମ୍‍ ଓ ତପୂହ ଓ ଐନମ୍;
35 Yarmut, Adullam, Soko, Azeka,
ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
36 Sha’arayim, Aditayim, Gedera (Gederotayim ke nan). Garuruwa goma sha huɗu ke nan da ƙauyukansu.
ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।
37 Zenan, Hadasha, Migdal Gad,
ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ
38 Dileyan, Mizfa, Yokteyel,
ଓ ଦିଲୀୟନ୍‍ ଓ ମିସ୍ପେ ଓ ଯକ୍ତେଲ;
39 Lakish, Bozkat, Eglon,
ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;
40 Kabbon, Lahman, Kitlish,
କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍
41 Gederot, Bet-Dagon, Na’ama, Makkeda, garuruwa goma sha shida ke nan da ƙauyukansu.
ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
42 Libna, Eter, Ashan,
ଲିବ୍‍ନା ଓ ଏଥର୍‍ ଓ ଆଶନ୍‍
43 Yefta, Ashna, Nezib,
ଓ ଯିପ୍ତହ ଓ ଅସ୍‍ନା ଓ ନତ୍ସୀବ୍‍;
44 Keyila, Akzib, Maresha, garuruwa tara ke nan da ƙauyukansu.
କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
45 Ekron da ƙauyukan da suke kewaye da ita;
ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
46 yammancin Ekron da dukan garuruwa da ƙauyukan da suke kusa da Ashdod.
ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।
47 Ashdod da garuruwa da kuma ƙauyukan da suke kewaye da ita, Gaza da garuruwanta da ƙauyukanta har zuwa Rafin Masar da kuma Bahar Rum.
ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
48 Birane na cikin ƙasar tuddai kuwa, su ne, Shamir, Yattir, Soko,
ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ;
49 Danna, Kiriyat Sanna (wato, Debir),
ପୁଣି ଦନ୍ନା ଓ କିରୀୟଥ୍‍-ସନ୍ନା (ଏହାକୁ ଦବୀର କହନ୍ତି)
50 Anab, Eshtemo, Anim,
ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍‍
51 Goshen, Holon, Gilo, garuruwa goma sha ɗaya ke nan da ƙauyukansu.
ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
52 Arab, Duma, Eshan,
ଅରାବ୍‍ ଓ ଦୂମା ଓ ଇଶୀୟନ୍‍
53 Yanum, Bet-Taffuwa, Afeka,
ଓ ଯାନୁମ୍‍ ଓ ବେଥ୍-ତ୍ତପୂହ ଓ ଅଫେକା
54 Humta, Kiriyat Arba (wato, Hebron) da Ziyor, garuruwa tara ke nan da ƙauyukansu.
ଓ ହୁମ୍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
55 Mawon, Karmel, Zif, Yutta
ମାୟୋନ୍‍, କର୍ମିଲ ଓ ସୀଫ୍‍ ଓ ଯୁଟା
56 Yezireyel, Yokdeyam, Zanowa,
ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ;
57 Kayin, Gibeya, Timna, garuruwa goma ke nan da ƙauyukansu.
କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।
58 Halhul, Bet-Zur, Gedor,
ହଲହୁଲ ଓ ବେଥ୍-ସୁର ଓ ଗଦୋର
59 Ma’arat, Bet-Anot, Eltekon, garuruwa shida ke nan da ƙauyukansu.
ଓ ମାରତ୍‍ ଓ ବେଥ୍-ଅନୋତ୍‍ ଓ ଇଲ୍‍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।
60 Kiriyat Ba’al (wato, Kiriyat Yeyarim) da Rabba, garuruwa biyu ke nan da ƙauyukansu.
କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
61 Biranen da suke a jeji kuwa su ne, Bet-Araba, Middin, Sekaka,
ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା
62 Nibshan, Birnin gishiri da En Gedi, garuruwa shida ke nan da ƙauyukansu.
ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
63 Kabilar Yahuda kuwa ba su iya korar Yebusiyawa waɗanda suke zama cikin Urushalima ba; har wa yau Yebusiyawa suna nan zaune tare da mutanen Yahuda.
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।

< Yoshuwa 15 >