< Mahukunta 3 >
1 Waɗannan su ne al’umman da Ubangiji ya bari don yă gwada duk waɗannan Isra’ilawan da ba su san yaƙi a Kan’ana ba
ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2 (ya yi haka ne domin yă koya wa zuriyar Isra’ilawa waɗanda ba su taɓa yin yaƙi a dā ba),
ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3 sarakuna biyar na Filistiyawa, dukan Kan’aniyawa, Sidoniyawa, da kuma Hiwiyawan da suke zaune a duwatsun Lebanon daga Dutsen Ba’al-Hermon zuwa Lebo Hamat.
ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।
4 An bar su domin su gwada Isra’ilawa a ga ko za su yi biyayya da umarnin Ubangiji, wanda ya ba wa kakanninsu ta wurin Musa.
ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
5 Isra’ilawa suka zauna tare da Kan’aniyawa da Hittiyawa, Amoriyawa, Ferizziyawa, Hiwiyawa da kuma Yebusiyawa.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
6 Suka auri’ya’yansu mata, su ma suka bar’ya’yansu maza suka auri’ya’yansu mata, suka kuma yi wa gumakansu sujada.
ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
7 Isra’ilawa suka aikata mugunta a gaban Ubangiji; suka manta da Ubangiji Allahnsu suka kuma bauta wa Ba’al da Ashera.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
8 Fushin Ubangiji kuwa ya yi ƙuna a kan Isra’ila har ya sayar da su ga Kushan-Rishatayim sarkin Aram-Naharayim, a wurinsa ne Isra’ilawa suka zama bayi shekara takwas.
ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।
9 Amma da suka yi kuka ga Ubangiji, sai ya tad musu da mai ceto, Otniyel ɗan Kenaz, ƙanen Kaleb wanda ya cece su.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।
10 Ruhun Ubangiji ya sauko masa, domin yă zama mahukuncin Isra’ila yă kuma je yaƙi. Ubangiji ya bayar da Kushan-Rishatayim sarkin Aram a hannun Otniyel, ya kuwa sha ƙarfinsa.
ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା।
11 Saboda haka ƙasar ta zauna da lafiya shekara arba’in har sai da Otniyel ɗan Kenaz ya rasu.
ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।
12 Isra’ilawa suka sāke aikata mugayen ayyuka a gaban Ubangiji, saboda sun aikata wannan mugunta sai Ubangiji ya ba wa Eglon sarkin Mowab ƙarfi a kan Isra’ila.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।
13 Da ya sami Ammonawa da Amalekawa suka haɗa hannu tare, sai Eglon ya tafi ya auka wa Isra’ila, suka ƙwace Birnin Dabino.
ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
14 Isra’ilawa suka zama bayin Eglon sarkin Mowab shekara goma sha takwas.
ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
15 Isra’ilawa suka sāke yin kuka ga Ubangiji, ya kuwa ba su mai ceto, Ehud, wani bahago, ɗan Gera daga kabilar Benyamin. Isra’ilawa suka aike shi da haraji wurin Eglon sarkin Mowab.
ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
16 To, Ehud ya riga ya ƙera takobi mai kaifi biyu mai tsawo wajen kamu ɗaya da rabi, wanda ya yi ɗamara da shi a cinyarsa ta dama ƙarƙashin rigarsa.
ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
17 Ya kai wa Eglon sarkin Mowab harajin, wanda yake mai ƙiba ne.
ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
18 Bayan Ehud ya ba da harajin, sai ya sallame mutanen da suka ɗauko harajin.
ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
19 A wajen gumaka kusa da Gilgal, shi kansa ya juya ya koma ya ce, “Ranka yă daɗe, ina da saƙo na asiri dominka.” Sarkin ya ce, “Ku ba mu wuri!” Sai dukan fadawansa suka fita.
ମାତ୍ର ସେ ଆପେ ଗିଲ୍ଗଲ୍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
20 Sai Ehud ya matso yayinda shi kuwa yake zaune shi kaɗai a ɗakin sama mai sanyi a fadansa ya ce, “Ina da saƙo daga wurin Allah dominka.” Sarki ya tashi daga kujerarsa,
ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
21 Ehud ya kai hannun hagunsa, ya zaro takobi daga cinyar ƙafar damansa ya soki sarki a ciki.
ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
22 Har ƙotar ma ta shige ciki, takobin kuma ya fito ta bayansa. Ehud bai zare takobin ba, kitse kuwa ya rufe shi.
ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।
23 Sa’an nan Ehud ya fita daga shirayin; ya rufe ƙofar ɗakin saman, ya kuma kulle su.
ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
24 Bayan da ya tafi, bayin sarki suka zo suka tarar duk ƙofofin ɗakin sama suna kulle, suka ce, “Wataƙila yana bayan gari ne a ɗakin ciki.”
ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
25 Suka yi ta jira har suka gaji. Da suka ga dai bai buɗe ƙofar ba, sai suka ɗauki mabuɗi, suka buɗe. Sai ga shugabansu a ƙasa matacce.
ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
26 Yayinda suke fama jira, Ehud ya riga ya yi gaba. Ya bi ta wajen gumaka zuwa Seyira.
ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
27 Da ya iso can, sai ya busa ƙaho a ƙasar tudu ta Efraim, Isra’ilawa kuma suka gangaro tare da shi daga tuddai, shi kuwa yana jagorarsu.
ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
28 Ya umarce su ya ce, “Ku bi ni, gama Ubangiji ya ba Mowab abokin gābanku a hannunku.” Haka suka gangaro tare da shi suna mallaki mashigin Urdun da ta shiga zuwa Mowab, ba su yarda wani ya haye ba.
ପୁଣି ସେ ସେମାନଙ୍କୁ କହିଲେ, “ମୋʼ ପଛେ ପଛେ ଆସ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଶତ୍ରୁ ମୋୟାବୀୟମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” ତହୁଁ ସେମାନେ ତାଙ୍କ ପଛେ ପଛେ ଚାଲି ମୋୟାବୀୟମାନଙ୍କ ବିରୁଦ୍ଧରେ ଯର୍ଦ୍ଦନ ଘାଟମାନ ହସ୍ତଗତ କରି କୌଣସି ଲୋକକୁ ପାର ହେବାକୁ ଦେଲେ ନାହିଁ।
29 A lokacin sun kashe mutanen Mowab dubu goma, dukansu jarumawa da masu ji da ƙarfi; ba ko ɗaya da ya tsira.
ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।
30 A wannan rana aka mai da Mowab bayin Isra’ila, ƙasar kuwa ta sami zaman lafiya shekara takwas.
ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା।
31 Bayan Ehud, sai Shamgar ɗan Anat, wanda ya karkashe Filistiyawa ɗari shida da sandar korar shanun noma, shi ma ya ceci Isra’ila.
ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।