< Firistoci 20 >

1 Ubangiji ya ce wa Musa,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “Faɗa wa Isra’ilawa cewa, ‘Duk wani mutumin Isra’ila ko baƙon da yake zama a cikin Isra’ila da ya miƙa wani daga cikin’ya’yansa wa Molek, dole sa kashe shi. Mutanen ƙasar za su jajjefe shi.
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
3 Zan yi gāba da wannan mutum, zan kuma raba shi da mutanensa; gama ta wurin miƙa’ya’yansa ga Molek, ya ƙazantar da wuri mai tsarkina, ya kuma ƙazantar da sunana mai tsarki.
ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
4 In mutanen ƙasar suka kau da idanunsu sa’ad da wannan mutum ya miƙa’ya’yansa ga Molek, suka kāsa kashe shi,
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
5 zan yi gāba da wannan mutum da iyalinsa, zan raba shi da kuma duk waɗanda suka bi shi cikin karuwanci ga Molek daga mutanensu.
ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
6 “‘Zan yi gāba da mutumin da ya juyo ga masu duba da bokaye, don yă yi karuwanci ta wurin bin su, zan kuma raba shi daga mutanensa.
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
7 “‘Ku tsarkake kanku, ku kuma zama da tsarki, gama Ni ne Ubangiji Allahnku.
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8 Ku kiyaye farillaina, ku kuma bi su. Ni ne Ubangiji, wanda ya mai da ku masu tsarki.
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9 “‘In wani ya zagi mahaifinsa ko mahaifiyarsa, dole a kashe shi. Domin ya zagi mahaifinsa ko mahaifiyarsa, alhakin jininsa zai zauna a kansa.
ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
10 “‘In mutum ya yi zina da matar wani, da matar maƙwabcinsa, dole a kashe su biyu da suka yi zinan.
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
11 “‘In mutum ya kwana da matar mahaifinsa, ya ƙasƙantar da mahaifinsa. Dole a kashe shi da macen, alhakin jininsu zai zauna a kansu.
ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12 “‘In mutum ya kwana da matar ɗansa, dole a kashe su biyun. Abin da suka yi haram ne; alhakin jininsu zai zauna a kansu.
ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
13 “‘In mutum ya kwana da mutum kamar yadda ake kwana da mace, su biyun sun yi abin ƙyama. Dole a kashe su, alhakin jininsu zai zauna a kansu.
ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
14 “‘In mutum ya auri’ya da mahaifiyarta, mugun abu ne. Da shi da su, dole a ƙone su da wuta, saboda kada mugun abu yă kasance a cikinku.
ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
15 “‘In mutum ya yi jima’i da dabba, dole a kashe shi, dole kuma ku kashe dabbar.
ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
16 “‘In mace ta kusaci dabba don tă yi jima’i da ita, ku kashe macen da dabbar. Dole a kashe su; alhakin jininsu zai zauna a kansu.
ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
17 “‘In mutum ya auri’yar’uwarsa, ko’yar mahaifinsa, ko kuwa ta mahaifiyarsa, suka kuma yi jima’i, abin kunya ne. Dole a raba su a idanun mutanensu. Ya ƙasƙantar da’yar’uwarsa kuma za a nemi hakki daga gare shi.
ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
18 “‘In mutum ya kwana da mace a lokacin al’adarta, duka biyunsu za a kore su daga cikin jama’arsu, gama sun karya ƙa’idodi a kan rashi tsarki.
ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
19 “‘Kada ka yi jima’i da’yar’uwar mahaifiyarka, ko ta mahaifinka, gama wannan zai ƙasƙantar da dangi na kurkusa, dukanku za ku ɗauki laifin.
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
20 “‘In mutum ya kwana da bābarsa, ya ƙasƙantar da kawunsa ke nan. Hakkin zai kasance a kansu, za su mutu babu’ya’ya.
ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21 “‘In mutum ya auri matar ɗan’uwansa, aikin rashin tsabta ne, ya ƙasƙantar da ɗan’uwansa ke nan. Za su mutu babu’ya’ya.
ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
22 “‘Ku kiyaye dukan farillaina da dokokina duka, don kada ƙasar da nake kai ku ta amayar da ku.
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
23 Kada ku yi zama bisa ga al’adun al’umman da zan kora a gabanku. Domin sun aikata dukan waɗannan abubuwa, na yi ƙyamarsu.
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
24 Amma na faɗa muku, “Za ku mallaki ƙasarsu, zan ba ku ita gādo, ƙasa mai zub da madara da zuma.” Ni ne Ubangiji Allahnku, wanda ya keɓe ku daga al’ummai.
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
25 “‘Saboda haka sai ku bambanta tsakanin dabbobi masu tsarki da marasa tsarki, da kuma tsakanin tsuntsaye masu tsarki da marasa tsarki. Kada ku ƙazantar da kanku ta wurin wata dabba, ko tsuntsu, ko wani abin da yake rarrafe a ƙasa, waɗanda na keɓe a matsayi marasa tsarki a gare ku.
ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
26 Ku zama tsarkakakke gare ni, gama Ni Ubangiji, mai tsarki ne, na kuma keɓe ku daga al’ummai don ku zama nawa.
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
27 “‘Namiji, ko ta macen da yake mai duba, ko maita a cikinku dole a kashe. Za ku jajjefe su da duwatsu; alhakin jininsu zai zauna a kansu.’”
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

< Firistoci 20 >