< Markus 1 >

1 Farkon bishara game da Yesu Kiristi, Ɗan Allah.
ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।
2 An rubuta a cikin littafin annabi Ishaya cewa, “Zan aika da ɗan aikena yă sha gabanka, wanda zai shirya hanyarka,”
ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
3 “muryar mai kira a hamada tana cewa, ‘Ku shirya wa Ubangiji hanya, ku miƙe hanyoyi dominsa.’”
ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”
4 Ta haka Yohanna ya zo, yana baftisma a yankin hamada, yana kuma wa’azin baftismar tuba don gafarar zunubai.
ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।
5 Dukan ƙauyukan Yahudiya da dukan mutanen Urushalima suka fiffito zuwa wurinsa. Suna furta zunubansu, ya kuwa yi musu baftisma a Kogin Urdun.
ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।
6 Yohanna ya sa tufafin gashin raƙumi, ya kuma yi ɗamara da fata. Abincinsa fāri ne da kuma zumar jeji.
ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।
7 Wannan kuwa shi ne saƙonsa, “A bayana, wanda ya fi ni iko yana zuwa, ban kuwa isa in sunkuya in kunce igiyar takalmansa ba.
ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।
8 Ina muku baftisma da ruwa, amma shi zai yi muku baftisma da Ruhu Mai Tsarki.”
ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”
9 A lokacin, Yesu ya zo daga Nazaret na Galili, Yohanna kuwa ya yi masa baftisma a Urdun.
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
10 Da Yesu yana fitowa daga ruwan, sai ya ga sama ya buɗe, Ruhu kuma yana saukowa a kansa kamar kurciya.
ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
11 Sai murya ta fito daga sama ta ce, “Kai ne Ɗana, wanda nake ƙauna, da kai kuma nake fari ciki ƙwarai.”
ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”
12 Nan da nan, sai Ruhu ya kai shi cikin hamada,
ସେହିକ୍ଷଣି ପବିତ୍ର ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ।
13 ya kuma kasance a hamada kwana arba’in, Shaiɗan yana gwada shi. Yana tare da namomin jeji, mala’iku kuma suka yi masa hidima.
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିବା ସମୟରେ, ସେ ବନ୍ୟ-ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ।
14 Bayan da aka sa Yohanna a kurkuku, sai Yesu ya shigo cikin Galili, yana shelar bisharar Allah.
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
15 Yana cewa, “Lokaci ya yi. Mulkin Allah ya yi kusa. Ku tuba, ku gaskata bishara!”
“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”
16 Yayinda Yesu yake tafiya a gaɓar Tekun Galili, sai ya ga Siman da ɗan’uwansa Andarawus, suna jefa abin kamun kifi a cikin tafkin, domin su masunta ne.
ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
17 Yesu ya ce, “Ku zo, ku bi ni, ni kuwa zan mai da ku masuntan mutane.”
ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”
18 Nan da nan, suka bar abin kamun kifinsu, suka bi shi.
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
19 Da ya yi gaba kaɗan, sai ya ga Yaƙub ɗan Zebedi, da ɗan’uwansa Yohanna a cikin jirgin ruwa, suna gyaran abin kamun kifinsu.
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।
20 Ba da ɓata lokaci ba, ya kira su, sai suka bar mahaifinsu Zebedi a cikin jirgin ruwan, tare da’yan haya, suka kuwa bi shi.
ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।
21 Suka tafi Kafarnahum. Da ranar Asabbaci ta kewayo, sai Yesu ya shiga majami’a ya fara koyarwa.
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
22 Mutane suka yi mamakin koyarwarsa, domin ya koyar da su kamar wanda yake da iko, ba kamar malaman dokoki ba.
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
23 Nan take, sai wani mutum mai mugun ruhu a majami’arsu, ya ɗaga murya ya ce,
ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,
24 “Ina ruwanka da mu, Yesu Banazare? Ka zo ne don ka hallaka mu? Na san wane ne kai, Mai Tsarki nan na Allah!”
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।
25 Yesu ya tsawata masa ya ce, “Yi shiru! Fita daga cikinsa!”
ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।”
26 Sai mugun ruhun ya jijjiga mutumin da ƙarfi, ya fita daga jikinsa da ihu.
ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।
27 Dukan mutane suka yi mamaki, suna tambayar juna suna cewa, “Mene ne haka? Tabɗi! Yau ga sabuwar koyarwa kuma da iko! Yana ma ba wa mugayen ruhohi umarni, suna kuma yin masa biyayya.”
ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।
28 Labari game da shi ya bazu nan da nan ko’ina a dukan yankin Galili.
ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।
29 Da suka bar majami’ar, sai suka tafi gidan su Siman da Andarawus, tare da Yaƙub da Yohanna.
ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।
30 Surukar Siman tana kwance da zazzaɓi, sai suka gaya wa Yesu game da ita.
ଶିମୋନଙ୍କ ଶାଶୁ ଜ୍ୱରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାହାଙ୍କ କଥା ଯୀଶୁଙ୍କୁ ଜଣାଇଲେ।
31 Sai ya je wajenta, ya kama hannunta, ya ɗaga ta. Zazzaɓin kuwa ya sāke ta, ta kuma yi musu hidima.
ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ।
32 A wannan yamma, bayan fāɗuwar rana, mutane suka kawo wa Yesu dukan marasa lafiya, da masu aljanu.
ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ,
33 Duk garin ya taru a ƙofar gidan.
ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ।
34 Yesu kuwa ya warkar da marasa lafiya da yawa da suke da cututtuka iri-iri. Ya kuma fitar da aljanu da yawa, amma bai yarda aljanun suka yi magana ba, don sun san wane ne shi.
ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ।
35 Da sassafe, tun da sauran duhu, Yesu ya tashi, ya bar gida, ya tafi wani wurin da ba kowa, a can ya yi addu’a.
ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।
36 Siman da abokansa suka fita nemansa.
ଆଉ ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି,
37 Da suka same shi, sai suka ce, “Kowa yana nemanka!”
ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ୱେଷଣ କରୁଅଛନ୍ତି।
38 Yesu ya amsa ya ce, “Mu je wani wuri dabam, zuwa ƙauyukan da suke kusa, don in yi wa’azi a can ma. Wannan shi ne dalilin zuwana.”
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍‍ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି।”
39 Sai ya tafi ko’ina a Galili, yana wa’azi a majami’unsu, yana kuma fitar da aljanu.
ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ।
40 Wani mutum mai kuturta ya zo wurinsa, ya durƙusa ya roƙe shi ya ce, “In kana so, za ka iya tsabtacce ni.”
ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
41 Cike da tausayi, sai Yesu ya miƙa hannunsa ya taɓa mutumin ya ce, “Na yarda, ka tsabtacce!”
ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।”
42 Nan da nan, sai kuturtar ta rabu da shi, ya kuma warke.
ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।
43 Yesu ya sallame shi nan take, da gargaɗi mai ƙarfi cewa,
ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
44 “Ka lura kada ka gaya wa kowa wannan. Amma ka tafi ka nuna kanka ga firist, ka kuma miƙa hadayun da Musa ya umarta saboda tsarkakewarka, don yă zama shaida gare su.”
“ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”
45 A maimakon haka, sai ya fita, ya fara magana a sake, yana baza labarin. Saboda haka, Yesu bai ƙara iya shiga cikin gari a fili ba, sai dai ya kasance a wuraren da ba kowa. Duk da haka, mutane suka yi ta zuwa wurinsa daga ko’ina.
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।

< Markus 1 >