< Markus 14 >
1 To, saura kwana biyu ne kaɗai a yi Bikin Ƙetarewa da Bikin Burodi Marar Yisti, sai manyan firistoci da malaman dokoki, suka nemi wani dalili su kama Yesu a ɓoye, su kashe.
ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
2 Suka ce, “Ba a lokacin Biki ba, don kada mutane su yi tawaye.”
କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
3 Yayinda yake a Betani, a gidan wani mutumin da ake kira Siman Kuturu, yana cin abinci, sai wata mace ta zo da wani ɗan tulu na turaren alabasta da aka yi da nardi zalla, mai tsadan gaske. Ta fasa tulun, ta kuma zuba turaren a kansa.
ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।
4 Waɗansu daga cikin waɗanda suke wurin, suka ji haushi, suka ce wa juna, “Me ya sa za a ɓata turaren nan haka?
କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?
5 Da an sayar da shi, ai, da an sami kuɗi fiye da albashi ma’aikaci na shekara guda, a ba wa matalauta. Sai suka tsawata mata da zafi.”
ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।
6 Yesu ya ce, “Ku ƙyale ta mana. Don me kuke damunta? Ta yi abu mai kyau a gare ni.
କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।
7 Matalauta dai suna tare da ku kullum, za ku kuma iya taimakonsu a duk lokacin da kuke so. Amma ni ba zan kasance da ku kullum ba.
କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
8 Ta yi abin da ta iya yi. Ta zuba turare a jikina kafin lokaci, don shirin jana’izata.
ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
9 Gaskiya nake gaya muku, duk inda aka yi wa’azin bishara ko’ina a duniya, za a faɗi abin da ta yi, domin tunawa da ita.”
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”
10 Sai Yahuda Iskariyot, ɗaya daga cikin Sha Biyun nan, ya je wajen manyan firistoci don yă bashe Yesu a gare su.
ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
11 Suka yi murna da jin haka, suka yi alkawari za su ba shi kuɗi. Don haka, ya fara neman zarafi yă ba da shi.
ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
12 A rana ta fari ta Bikin Burodi Marar Yisti, lokacin da akan yanka ɗan ragon hadayar kafara, bisa ga al’ada ta tunawa da Bikin Ƙetarewa, sai almajiran Yesu suka tambaye shi, suka ce, “Ina kake so mu je mu shirya maka wurin da za ka ci Bikin Ƙetarewa?”
ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
13 Sai ya aiki biyu daga cikin almajiransa ya ce, “Ku shiga cikin birni, za ku sadu da wani ɗauke da tulun ruwa. Ku bi shi.
ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
14 Gidan da ya shiga, ku gaya wa maigidan cewa, ‘Malam yana tambaya, ina ɗakin baƙina, inda zan ci Bikin Ƙetarewa tare da almajiraina?’
ସେ ଯେଉଁ ଗୃହରେ ପ୍ରବେଶ କରିବ, ସେହି ଗୃହର କର୍ତ୍ତାଙ୍କୁ କୁହ, ଗୁରୁ ପଚାରୁଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ମୋହର ସେହି ଅତିଥିଶାଳା କାହିଁ?
15 Zai nuna muku wani babban ɗakin sama da aka shirya domin baƙi. Ku yi mana shirin a can.”
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
16 Almajiran suka tafi, suka shiga cikin birnin, suka kuwa tarar da kome kamar yadda Yesu ya faɗa musu. Sai suka shirya Bikin Ƙetarewa.
ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
17 Da yamma ta yi, sai Yesu ya zo tare da Sha Biyun.
ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।
18 Yayinda suke cin abinci a tebur, sai ya ce, “Gaskiya nake gaya muku, ɗaya daga cikinku zai bashe ni, wani wanda yake ci tare da ni.”
ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
19 Suka cika da baƙin ciki, da ɗaya-ɗaya suka ce masa, “Tabbatacce, ba ni ba ne, ko?”
ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ?
20 Ya ce, “Ɗaya daga cikin Sha Biyun ne, wanda yake ci tare da ni a kwano.
ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।
21 Ɗan Mutum zai tafi kamar yadda yake a rubuce game da shi, amma kaiton mutumin da ya bashe Ɗan Mutum! Zai fi masa, da ba a haife shi ba.”
ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”
22 Yayinda suke cin abinci, sai Yesu ya ɗauki burodi, ya yi godiya, ya kakkarya, ya ba wa almajiransa, yana cewa, “Ku karɓa, wannan jikina ne.”
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
23 Sai kuma ya ɗauki kwaf ruwan inabi, ya yi godiya, ya kuma miƙa musu, dukansu suka sha daga ciki.
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ।
24 Sai ya ce musu, “Wannan jinina ne na alkawari, wanda aka zubar da shi saboda mutane da yawa.
ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
25 Gaskiya nake gaya muku, ‘Ba zan ƙara sha daga’ya’yan inabi ba, sai ranan nan, da zan sha shi sabo a mulkin Allah.’”
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”
26 Da suka rera waƙa, sai suka fita, suka tafi Dutsen Zaitun.
ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।
27 Yesu ya ce musu, “Dukanku za ku ja da baya ku bar ni, gama yana a rubuce cewa, “‘Zan bugi makiyayin tumaki, tumakin kuwa za su warwatse.’
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
28 Amma bayan na tashi, zan sha gabanku zuwa Galili.”
କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
29 Bitrus ya ce, “Ko da duka sun ja da baya suka bar ka, ba zan bar ka ba.”
ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
30 Yesu ya ce, “Gaskiya nake faɗa maka, yau, tabbatacce, a daren nan, kafin zakara yă yi cara sau biyukai da kanka za ka yi mūsun sanina sau uku.”
ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
31 Amma Bitrus ya yi ta nanatawa da ƙarfi ya ce, “Ko da zan mutu tare da kai, ba zan taɓa yin mūsun saninka ba.” Duk sauran ma suka ce haka.
କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
32 Suka tafi wani wurin da ake kira Getsemane, Yesu ya kuma ce wa almajiransa, “Ku zauna a nan, yayinda ni kuwa in yi addu’a.”
ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”
33 Ya tafi tare da Bitrus, Yaƙub da kuma Yohanna. Sai ya fara baƙin ciki da damuwa ƙwarai.
ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।
34 Sai ya ce musu, “Raina yana cike da baƙin ciki har ma kamar zan mutu. Ku dakata a nan ku yi tsaro.”
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”
35 Sai ya yi gaba kaɗan, ya fāɗi a ƙasa, ya yi addu’a, ya ce in mai yiwuwa ne, a ɗauke masa wannan sa’a.
ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।
36 Ya ce, “Ya Abba, Uba, kome mai yiwuwa ne a gare ka. Ka ɗauke mini wannan kwaf. Amma ba abin da nake so ba, sai dai abin da kake so.”
ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”
37 Sai ya koma wajen almajiransa, ya same su suna barci. Ya ce wa Bitrus, “Siman, kana barci ne? Ka kāsa yin tsaro na sa’a ɗaya?
ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?
38 Ku yi tsaro, ku kuma yi addu’a, domin kada ku fāɗi cikin jarraba. Ruhu yana so, sai dai jiki raunana ne.”
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”
39 Ya sāke komawa, ya maimaita addu’ar da ya yi.
ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ।
40 Da ya dawo, ya sāke tarar da su suna barci, domin barci ya cika musu ido. Suka rasa abin da za su ce masa.
ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ।
41 Da ya koma sau na uku, sai ya ce musu, “Har yanzu kuna barci, kuna hutawa ba? Ya isa! Lokaci ya yi. Duba an ba da Ɗan Mutum a hannun masu zunubi.
ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।
42 Ku tashi! Mu tafi! Ga mai bashe ni ɗin yana zuwa!”
ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”
43 Yana cikin magana ke nan, sai Yahuda, ɗaya daga cikin Sha Biyun ya bayyana. Ya zo tare da taro da suke riƙe da takuba da sanduna. Manyan firistoci da malaman dokoki, da kuma dattawa ne suka turo taron.
ଆଉ ତତ୍କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।
44 Mai bashe shi ɗin ya riga ya shirya alama da su cewa, “Wanda na yi wa sumba, shi ne mutumin, ku kama shi, ku riƙe sosai.”
ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି; ତାହାଙ୍କୁ ଧରି ସାବଧାନରେ ଘେନିଯିବ।
45 Nan da nan Yahuda ya je wurin Yesu ya ce, “Rabbi!” Ya kuma yi masa sumba.
ଏଣୁ ସେ ସେହିକ୍ଷଣି ତାହାଙ୍କ ପାଖକୁ ଯାଇ, ହେ ଗୁରୁ ବୋଲି କହି ତାହାଙ୍କୁ ଚୁମ୍ବନ କଲା।
46 Mutanen kuwa suka kama Yesu, suka riƙe shi.
ସେଥିରେ ସେମାନେ ତାହାଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।
47 Sai wani cikin waɗanda suke tsattsaye kusa ya zāre takobinsa, ya sare kunnen bawan babban firist.
କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।
48 Yesu ya ce, “Ina jagoran wani tawaye ne da kuka fito da takuba da kuma sanduna domin ku kama ni?
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
49 Kowace rana ina tare da ku, ina koyarwa a filin haikali, ba ku kama ni ba. Amma dole a cika Nassi.”
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥାଇ ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; ମାତ୍ର ଧର୍ମଶାସ୍ତ୍ରର ବାକ୍ୟସମୂହ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହି ସମସ୍ତ ଘଟୁଅଛି।”
50 Sai kowa ya yashe shi ya gudu.
ସେତେବେଳେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।
51 Wani saurayin da ba ya sanye da kome sai rigar lilin, yana bin Yesu. Da suka yi ƙoƙarin kama shi,
କିନ୍ତୁ ଜଣେ ଯୁବା ଉଲଗ୍ନ ଦେହରେ ଖଣ୍ଡେ ସରୁ ଚାଦର ଘୋଡ଼ାଇ ହୋଇ ତାହାଙ୍କ ପଛେ ପଛେ ଯାଉଥିଲା; ସେମାନେ ତାହାକୁ ଧରିଲେ,
52 sai ya gudu ya bar rigarsa, ya gudu tsirara.
ମାତ୍ର ସେ ସେହି ସରୁ ଚାଦର ଖଣ୍ଡିକ ଛାଡ଼ିଦେଇ ଖାଲି ଦେହରେ ପଳାଇଗଲା।
53 Suka kai Yesu wajen babban firist, sai dukan manyan firistoci, dattawa da kuma malaman dokoki suka taru.
ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ।
54 Bitrus ya bi shi daga nesa, har cikin filin gidan babban firist. A can, ya zauna tare da masu gadi, yana jin ɗumin wuta.
ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।
55 Manyan firistoci da dukan’yan Majalisa, suka shiga neman shaidar laifin da za a tabbatar a kan Yesu, domin su kashe shi. Amma ba su sami ko ɗaya ba.
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
56 Da yawa suka ba da shaidar ƙarya a kansa, amma shaidarsu ba tă zo ɗaya ba.
କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
57 Sai waɗansu suka miƙe tsaye, suka ba da wannan shaida ƙarya a kansa, suka ce,
ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ,
58 “Mun ji shi ya ce, ‘Zan rushe wannan haikali da mutum ya gina, cikin kwana uku, in sāke gina wani wanda ba ginin mutum ba.’”
ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି।
59 Duk da haka ma, shaidarsu ba tă zo ɗaya ba.
କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ।
60 Sai babban firist ya tashi a gabansu, ya tambayi Yesu ya ce, “Ba za ka amsa ba? Wane shaida ke nan waɗannan mutane suke kawowa a kanka?”
ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ?
61 Amma Yesu ya yi shiru, bai kuwa amsa ba. Babban firist ya sāke tambayarsa ya ce, “Kai ne Kiristi, Ɗan Mai Albarka?”
କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ ପରମ-ଧନ୍ୟଙ୍କ ପୁତ୍ର ଖ୍ରୀଷ୍ଟ କି?
62 Yesu ya ce, “Ni ne. Za ku kuwa ga Ɗan Mutum yana zaune a hannun dama na Mai Iko, yana kuma zuwa a cikin gizagizan sama.”
ଯୀଶୁ କହିଲେ, “ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ।”
63 Babban firist ya yage tufafinsa, ya yi ce, “Ina dalilin neman waɗansu shaidu kuma?
ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?
64 Kun dai ji saɓon. Me kuka gani?” Duka suka yanke masa hukuncin kisa.
ଆପଣମାନେ ତ ଈଶ୍ବର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କଅଣ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ।
65 Sai waɗansu suka fara tattofa masa miyau, suka rufe masa idanu, suka bubbuge shi da hannuwansu, suka ce, “Yi annabci!” Masu gadin kuma suka ɗauke shi, suka yi masa duka.
ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।
66 Yayinda Bitrus yake ƙasa a filin gidan, sai wata yarinya, baiwa, ɗaya daga cikin ma’aikatan babban firist, ta zo can.
ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,
67 Da ta ga Bitrus yana jin ɗumi, sai ta dube shi da kyau. Ta ce, “Kai ma kana tare da Yesu, Banazare.”
ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।
68 Amma ya yi mūsu ya ce, “Ban san abin da kike magana ba, balle ma in fahimce ki.” Sai ya fita zuwa zaure.
କିନ୍ତୁ ସେ ଅସ୍ୱୀକାର କରି କହିଲେ, ମୁଁ ତାହାକୁ ଜାଣେ ନାହିଁ, ଆଉ ତୁମ୍ଭେ କଅଣ କହୁଅଛ, ମୁଁ ବୁଝୁ ନାହିଁ। ପରେ ସେ ଦାଣ୍ଡଦ୍ୱାରକୁ ବାହାରିଗଲେ;
69 Da baiwar ta gan shi a can, sai ta sāke gaya wa waɗanda suke tsattsaye a wurin, ta ce, “Wannan mutum yana ɗaya daga cikinsu.”
ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ।
70 Sai ya sāke yin musu. Bayan ɗan lokaci kaɗan, sai waɗanda suke tsattsaye kusa suka ce wa Bitrus, “Lalle, kana ɗaya daga cikinsu, gama kai mutumin Galili ne.”
କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ।
71 Sai ya fara la’antar kansa, yana rantsuwa musu, yana cewa, “Ban san wannan mutumin da kuke magana a kai ba.”
କିନ୍ତୁ ସେ ଅଭିଶାପ ଦେଇ ଓ ଶପଥ କରି କହିବାକୁ ଲାଗିଲେ, ତୁମ୍ଭେମାନେ ଯେଉଁ ଲୋକର କଥା କହୁଅଛ, ମୁଁ ତାହାକୁ ଜାଣେ ନାହିଁ।
72 Nan da nan zakara ya yi cara sau na biyu. Sai Bitrus ya tuna da maganar da Yesu ya yi masa cewa, “Kafin zakara yă yi cara sau biyu, za ka yi mūsun sanina sau uku.” Sai ya fashe da kuka.
ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ରାବିଲା। ଏଥିରେ, “କୁକୁଡ଼ା ଦ୍ୱିତୀୟ ଥର ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।