< Markus 15 >

1 Da sassafe, sai manyan firistoci da dattawa, da malaman dokoki, da dukan Majalisa, suka yanke shawara. Suka daure Yesu, suka kai shi, suka miƙa shi ga Bilatus.
ପ୍ରଭାତ ହେବାମାତ୍ରେ ସମସ୍ତେ ମହାସଭା, ଅର୍ଥାତ୍‍ ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତ ପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ।
2 Bilatus ya yi tambaya ya ce, “Kai ne Sarkin Yahudawa?” Yesu ya amsa ya ce, “I, haka yake, kamar yadda ka faɗa.”
ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”
3 Manyan firistoci suka zarge shi a kan abubuwa da yawa.
ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।
4 Don haka Bilatus ya sāke tambayarsa ya ce, “Ba za ka amsa ba? Dubi abubuwa da yawa da suke zarginka da su.”
ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।
5 Amma har yanzu, Yesu bai ba da amsa ba, Bilatus ya yi mamaki.
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।
6 Yanzu fa, al’ada ce a lokacin Bikin, a saki ɗan kurkuku guda wanda mutane suka roƙa.
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।
7 Wani mutumin da ake kira Barabbas, yana a kurkuku, tare da waɗansu’yan tawaye da suka yi kisankai a lokacin wani hargitsi.
ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।
8 Taron suka matso, suka ce roƙi Bilatus yă yi musu abin da ya saba yi.
ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।
9 Bilatus ya yi tambaya ya ce, “Kuna so in sakar muku Sarkin Yahudawa?”
ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
10 Don ya san saboda sonkai ne manyan firistoci suka ba da Yesu a gare shi.
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
11 Amma manyan firistoci suka zuga taron su sa a saki Barabbas, a maimakon Yesu.
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
12 Bilatus ya tambaye su ya ce, “To, me zan yi da wanda kuke ce da shi, sarkin Yahudawa?”
କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
13 Suka yi ihu, suka ce, “A gicciye shi!”
ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
14 Bilatus ya yi tambaya ya ce, “Don me? Wane laifi ya yi?” Amma suka ƙara yin ihu suna cewa, “A gicciye shi!”
ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
15 Don son yă faranta wa taron rai, sai Bilatus ya sakar musu Barabbas. Ya sa aka yi wa Yesu bulala, sa’an nan ya ba da shi a gicciye.
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
16 Sojojin suka tafi da Yesu cikin fadar gwamna (wato, Firetoriyum), suka kira dukan kamfanin sojoji wuri ɗaya.
ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
17 Suka sa masa wata riga mai ruwan shunayya, suka kuma tuƙa rawanin ƙaya suka sa masa.
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18 Sai suka fara ce masa, “Ranka yă daɗe sarkin Yahudawa!”
ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
19 Suka dinga bugunsa a kā da sanda, suka tattofa masa miyau. Suka durƙusa suka yi masa bangirma na ba’a.
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
20 Bayan da suka gama yin masa ba’a, suka tuɓe rigar mai ruwan shunayyar, suka sa masa nasa tufafi. Sai suka tafi da shi don a gicciye shi.
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
21 Sai ga wani mutum daga Sairin da ake kira Siman, mahaifin Alekzanda da Rufus, yana wucewa kan hanyarsa daga ƙauye. Sai suka tilasta shi yă ɗauki gicciyen.
ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
22 Suka kawo Yesu a wurin da ake kira Golgota (wanda yake nufin Wurin Ƙoƙon Kai).
ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।
23 Sai suka miƙa masa ruwan inabi gauraye da mur, don yă rage zafi, amma bai sha ba.
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।
24 Sai suka gicciye shi. Suka rarraba tufafinsa, suka jefa ƙuri’a a kansu don su ga abin da kowa zai samu.
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
25 Sa’a ta uku na safe ce kuwa aka gicciye shi.
ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।
26 Akwai rubutu na zarginsa, da ya ce, Sarkin Yahudawa.
ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।
27 Suka gicciye’yan fashi biyu tare da shi, ɗaya a damansa, ɗayan kuma a hagunsa.
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।
[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]
29 Masu wucewa suka zazzage shi. Suka kaɗa kai suna cewa, “To, kai da za ka rushe haikali ka kuma gina shi a kwana uku,
ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,
30 sai ka sauko daga gicciyen, ka ceci kanka!”
କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।
31 Haka kuma, manyan firistoci da malaman dokoki suka yi masa ba’a a junansu, suna cewa, “Ya ceci waɗansu, amma ya kāsa ceton kansa!
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।
32 Bari wannan Kiristi, wannan Sarkin Isra’ila, yă sauko yanzu daga gicciye, don mu ga mu kuma gaskata.” Waɗanda aka gicciye tare da shi ma suka zazzage shi.
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
33 Daga sa’a ta shida har zuwa sa’a ta tara na rana, duhu ya rufe dukan ƙasar.
ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
34 A daidai sa’a ta tara na rana, sai Yesu ya ɗaga murya da ƙarfi ya ce, “Eloi, Eloi, lama sabaktani?” (Wato, “Ya Allahna, ya Allahna, don me ka yashe ni?”).
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
35 Da waɗansu cikin waɗanda suke tsattsaye kusa da wurin suka ji haka, suka ce, “Ku saurara, yana kiran Iliya.”
ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
36 Wani mutum ya ruga ya je ya jiƙo soso da ruwan tsami, ya soka a sanda ya miƙa wa Yesu yă sha. Ya ce, “Ku ƙyale shi. Bari mu ga ko Iliya zai zo yă saukar da shi.”
ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
37 Da murya mai ƙarfi, Yesu ya ja numfashinsa na ƙarshe.
କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
38 Labulen haikali kuwa ya yage kashi biyu, daga sama har ƙasa.
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
39 Da jarumin da yake tsaye a gaban Yesu ya ji muryarsa, ya kuma ga yadda ya mutu, sai ya ce, “Gaskiya, wannan mutum Ɗan Allah ne!”
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
40 Waɗansu mata suna kallo daga nesa. A cikinsu kuwa akwai Maryamu Magdalin, Maryamu mahaifiyar Yaƙub ƙarami da Yusuf, da kuma Salome.
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
41 A Galili waɗannan mata ne suka riƙa bin sa suna yin masa hidima. Waɗansu mata da yawa da suka zo tare da shi daga Urushalima, su ma suna nan a can.
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
42 Ranar kuwa ita ce ranar Shirye-shirye (wato, ana kashegari Asabbaci). Saboda haka, da yamma ta yi, sai
ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍‍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43 Yusuf daga Arimateya, wani sanannen ɗan Majalisa, wanda dā ma yake jiran zuwan mulkin Allah, ya je wajen Bilatus ba tsoro, ya roƙa a ba shi jikin Yesu.
ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
44 Bilatus ya yi mamaki da ya ji cewa Yesu ya riga ya mutu. Sai ya kira jarumin ya tambaye shi ko Yesu ya riga ya mutu.
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
45 Da ya ji ta bakin jarumin cewa haka ne, sai ya ba wa Yusuf jikin.
ଶତ-ସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋଷେଫଙ୍କୁ ଦେଲେ।
46 Sai Yusuf ya kawo zanen lilin, ya saukar da jikin, ya nannaɗe shi da lilin ɗin, sa’an nan ya sa shi a kabarin da aka fafe a cikin dutse. Sai ya gungura wani dutse ya rufe bakin kabarin.
ସେ ଖଣ୍ଡିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ୱାରରେ ଖଣ୍ଡିଏ ପଥର ଗଡ଼ାଇଦେଲେ।
47 Maryamu Magdalin da Maryamu uwar Yusuf sun ga inda aka kwantar da shi.
ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍‌ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ।

< Markus 15 >