< Markus 4 >

1 Har wa yau, Yesu ya fara koyarwa a bakin tafki. Domin taron da yake kewaye da shi mai girma ne sosai, sai ya shiga cikin jirgin ruwa, ya zauna a ciki a tafkin, dukan mutanen kuwa suna a gaɓar ruwan.
ଯୀଶୁ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ।
2 Ya koya musu abubuwa da yawa da misalai. A koyarwarsa kuwa ya ce,
ସେତେବେଳେ ସେ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି, ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
3 “Ku saurara! Wani manomi ya fita don yă shuka irinsa.
“ଦେଖ, ଜଣେ ବୁଣାଳୀ ବୁଣିବାକୁ ବାହାରିଲା।
4 Da yana yafa irin, sai waɗansu suka fāɗi a kan hanya, tsuntsaye suka zo suka cinye su.
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।
5 Waɗansu suka fāɗi a wuri mai duwatsu inda babu ƙasa sosai. Nan da nan, suka tsira domin ƙasar ba zurfi.
ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂମିରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
6 Amma da rana ta taso, sai tsire-tsiren suka ƙone, suka yanƙwane, domin ba su da saiwa.
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
7 Waɗansu irin suka fāɗi a cikin ƙaya. Da suka yi girma sai ƙaya suka shaƙe su, har ya sa ba su yi ƙwaya ba.
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।
8 Har yanzu, waɗansu irin suka fāɗi a ƙasa mai kyau. Suka tsira, suka yi girma, suka ba da amfani, suka yi riɓi talatin-talatin, waɗansu sittin-sittin, waɗansu kuma ɗari-ɗari.”
ପୁଣି, ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା।”
9 Sai Yesu ya ce, “Duk mai kunnen ji, yă ji.”
ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
10 Lokacin da yake shi kaɗai, Sha Biyun, da kuma waɗanda suke kewaye da shi, suka tambaye shi game da misalan.
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ୱାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ।
11 Sai ya ce musu, “An ba ku sanin asirin mulkin Allah. Amma ga waɗanda suke waje kuwa, kome sai da misalai.
ସେଥିରେ ସେ ସେମାନଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
12 Saboda, “‘ko sun dinga duba, ba za su taɓa gane ba, kuma ko su dinga ji, ba za su taɓa fahimta ba, in ba haka ba, mai yiwuwa, su tuba, a gafarta musu!’”
ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”
13 Sai Yesu ya ce musu, “Ba ku fahimci wannan misali ba? Yaya za ku fahimci wani misali ke nan?
ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
14 Manomi yakan shuka maganar Allah.
ବୁଣାଳୀ ବାକ୍ୟ ବୁଣେ।
15 Waɗansu mutane suna kama da irin da ya fāɗi a kan hanya, inda akan shuka maganar Allah. Da jin maganar, nan da nan sai Shaiɗan yă zo yă ɗauke maganar da aka shuka a zuciyarsu.
ଯେଉଁମାନେ ଶୁଣନ୍ତି, ପୁଣି, ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
16 Waɗansu suna kama da irin da aka shuka a wurare masu duwatsu, sukan ji maganar Allah, sukan kuma karɓe ta nan da nan da farin ciki.
ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
17 Amma da yake ba su da saiwa, ba sa daɗewa. Da wahala ko tsanani ya tashi saboda maganar, nan da nan, sai su ja da baya.
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
18 Har yanzu, waɗansu kamar irin da aka shuka cikin ƙaya, sukan ji maganar,
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି, ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପିପକାଏ ଓ ତାହା ଫଳହୀନ ହୁଏ,
19 amma damuwar wannan duniya, da son dukiya, da kuma kwaɗayin waɗansu abubuwa, sukan shiga, su shaƙe maganar, har su mai da ita marar amfani. (aiōn g165)
ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ। (aiōn g165)
20 Waɗansu mutane kuwa suna kama da irin da aka shuka a ƙasa mai kyau, sukan ji maganar Allah, su kuma karɓa, sa’an nan kuma su fid da amfani riɓi talatin-talatin, ko sittin-sittin, ko ɗari-ɗari.”
ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
21 Sai ya ce musu, “Ko kukan kawo fitila ku rufe ta da murfi ko kuma ku sa ta a ƙarƙashin gado ne? Ba kukan sa ta a kan wurin ajiye fitila ba?
ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
22 Duk abin da yake a ɓoye, dole za a fallasa shi. Duk abin da kuma yake a rufe, dole za a fitar da shi a fili.
କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।
23 Duk mai kunnen ji, bari yă ji.”
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
24 Ya ci gaba da cewa, “Ku lura da abin da kuke ji da kyau. Mudun da ka auna da shi, da shi za a auna maka, har ma a ƙara.
ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
25 Duk wanda yake da shi, za a ƙara masa, duk wanda kuma ba shi da shi, ko abin da yake da shi ma, za a karɓe daga gare shi.”
କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
26 Ya sāke cewa, “Mulkin Allah yana kama da haka. Wani mutum ya yafa iri a gona.
ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27 A kwana a tashi har irin yă tsiro, yă yi girma, bai kuwa santa yadda aka yi ba.
ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।
28 Ƙasar da kanta takan ba da ƙwaya, da farko takan fid da ƙara, sa’an nan ta fid da kai, sa’an nan kan yă fid da ƙwaya.
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
29 Da ƙwayan ya nuna, sai yă sa lauje yă yanka, domin lokacin girbi ya yi.”
କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”
30 Ya kuma ce, “Da me za mu kwatanta mulkin Allah, ko kuwa da wane misali za mu bayyana shi?
ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
31 Yana kama da ƙwayar mustad, wadda ita ce ƙwaya mafi ƙanƙanta da akan shuka a gona.
ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
32 Duk da haka, in aka shuka ƙwayar, sai tă yi girma, tă zama mafi girma a itatuwan lambu. Har itacen yă kasance da manyan rassa, inda tsuntsayen sararin sama sukan iya huta a inuwarsa.”
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”
33 Da misalai da yawa irin waɗannan, Yesu ya yi magana da su, daidai yadda za su iya fahimta.
ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
34 Ba abin da ya faɗa musu, da ba da misali ba. Amma lokacin da yake shi kaɗai tare da almajiransa, sai yă bayyana kome.
ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।
35 A wannan rana, da yamma, sai ya ce wa almajiransa, “Mu ƙetare zuwa wancan hayi.”
ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”
36 Da suka bar taron, sai suka tafi tare da shi yadda yake, a cikin jirgin ruwa. Akwai waɗansu jiragen ruwa kuma tare da shi.
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।
37 Sai babban hadari mai iska ya tashi, raƙuman ruwa suna ta bugun jirgin ruwan, har jirgin ruwan ya kusa yă cika da ruwa.
ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।
38 Yesu kuwa yana can baya, yana barci a kan katifa. Sai almajiran suka tashe shi suka ce masa, “Malam, ba ka kula ba ko mu nutse?”
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
39 Sai ya farka ya tsawata wa iskar, ya ce wa raƙuman ruwan, “Shiru! Ku natsu!” Sai iskar ta kwanta, kome kuma ya yi tsit.
ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।
40 Sai ya ce wa almajiransa, “Don me kuke tsoro haka? Har yanzu ba ku da bangaskiya ne?”
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”
41 Suka tsorata, suka ce wa juna, “Wane ne wannan? Har iska da raƙuman ruwa ma suna masa biyayya!”
ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?

< Markus 4 >