< Nahum 2 >

1 Mai hari yana matsowa a kanki, Ninebe. Ki tsare mafaka, ki yi gadin hanya ki sha ɗamara ki tattaro dukan ƙarfinki!
ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।
2 Ubangiji zai maido da darajar Yaƙub, kamar ta Isra’ila, ko da yake masu washewa sun washe su suka kuma lalatar da inabinsu.
କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।
3 Garkuwoyin sojojinsa ja wur ne; jarumawansa suna sanye da kaya masu ruwan jan garura. Ƙarafan kekunan yaƙi suna walƙiya a ranar da aka shirya su; ana kaɗa māsu da bantsoro.
ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍‍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।
4 Kekunan yaƙi sun zabura a tituna, suna kai da kawowa a dandali. Suna walƙiya kamar tocila suna sheƙawa a guje kamar walƙiya.
ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି।
5 Ninebe ta tattara rundunarta, duk da haka sun yi ta tuntuɓe a kan hanyarsu. Sun ruga zuwa katangan birnin, sun sanya garkuwar kāriya a inda ya kamata.
ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।
6 An buɗe ƙofofin rafuffukan sai wurin ya rurrushe.
ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।
7 An umarta cewa birnin za tă tafi bauta, za a kuma yi gaba da su. Bayi’yan mata suna kuka kamar tattabaru suna buga ƙirjinsu.
ପୁଣି, ରାଣୀ ବିବସ୍ତ୍ରା ହୋଇଅଛି, ସେ ଦୂରକୁ ନୀତା ହୋଇଅଛି, ତାହାର ଦାସୀଗଣ ବକ୍ଷରେ ହାତ ମାରି କପୋତ ସ୍ୱର ପରି ଶୋକ କରୁଅଛନ୍ତି।
8 Ninebe tana kama da tafki, wanda ruwanta yana yoyo. Suna kuka suna cewa, “Ku tsaya! Ku tsaya,” amma ba wanda ya waiga.
ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।
9 A washe azurfa; a washe zinariya; dukiyarsu ba ta da iyaka, arzikinsu kuma ba ya ƙarewa.
ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।
10 Ta zama wofi, an washe ta, an tuɓe ta! Zukata sun narke, gwiwoyi suna kaɗuwa, jikuna suna rawa, fuskoki duk sun kwantsare!
ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।
11 Ina kogon zakokin nan yake yanzu, inda suka ciyar da’ya’yansu, inda zaki da zakanya sukan shiga, da’ya’yansu, ba mai damunsu
ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?
12 Zaki ya kashe abin da ya ishe’ya’yansa ya kuma murɗe wuyan dabbobi ya cika wurin zamansa da abin da ya kama ya cika kogwanninsa da abin da ya kashe.
ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
13 “Ina gāba da ke,” in ji Ubangiji Maɗaukaki. “Zan ƙone kekunan yaƙinki, takobi kuma zai fafare’ya’yan zakokinki. Ba kuma zan bar miki namun jejin da za ki kashe a duniya ba. Ba kuwa za a ƙara jin muryar’yan saƙonki ba.”
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।

< Nahum 2 >