< Ƙidaya 11 >

1 Da Ubangiji ya ji gunagunin da mutanen suke yi saboda wahalarsu, sai ya husata ƙwarai. Sai wuta daga Ubangiji ta yi ta ci a cikinsu har ta ƙone waɗansu wurare na sansanin.
ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।
2 Da jama’ar suka yi wa Musa kuka, sai ya yi addu’a ga Ubangiji, wutar kuwa ta mutu.
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।
3 Saboda haka aka kira wannan wuri Tabera, gama a wurin ne wuta daga Ubangiji ta ƙuna a cikinsu.
ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
4 Wata rana, baƙin da suke cikinsu, suka fara kwaɗayin waɗansu abinci, har suka sa Isra’ilawa suka fara kuka, suna cewa, “Da mun sami nama mun ci mana!
ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?
5 Mun tuna da kifin da muka ci kyauta a Masar, haka ma kayan lambu irin su kukumba, guna, safa, albasa da kuma tafarnuwa.
ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);
6 Amma ga shi yanzu ba mu da wani abin marmari; in ba wannan Manna ba!”
ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”
7 Manna kuwa kamar tsabar riɗi take, kamanninta kuma kamar ƙaro ne.
ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।
8 Mutane sukan fita su tattara ta, su niƙa a dutsen niƙa, ko kuwa su daka a turmi. Su dafa, ko su yi waina da ita. Ɗanɗanonta yakan yi kamar abin da aka yi da man zaitun.
ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।
9 Sa’ad da raɓa tana saukowa da dad dare a kan sansani, Manna ma takan sauko.
ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।
10 Musa ya ji mutanen suna ta gunaguni ko’ina a cikin iyalansu, kowane mutum a ƙofar tentinsa. Ubangiji kuwa ya husata ƙwarai, sai Musa ya damu.
ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।
11 Sai ya ce wa Ubangiji, “Me ya sa ka kawo wannan damuwar a kan bawanka? Me na yi da ya ɓata maka rai har ka ɗora dukan nauyin mutanen nan a kaina?
ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇ ନାହିଁ, ଯେ ତୁମ୍ଭେ ମୋʼ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
12 Ni ne na yi cikin dukan mutanen nan? Ni ne na haife su? To, me ya sa ka ce in ɗauke su a ƙirjina kamar yadda mai reno yake rungume jariri, zuwa ƙasa wadda ka yi alkawari da rantsuwa za ka ba wa kakanninsu?
ମୁଁ କʼଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି? ମୁଁ କʼଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ‘ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନିଯିବା ପାଇଁ ମୋତେ କହୁଅଛ?’
13 Ina ne zan sami nama in waɗannan mutane? Sun dinga yin mini kuka suna cewa ‘Ka ba mu nama mu ci!’
ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।
14 Ba zan iya ɗaukan dukan mutanen nan ni kaɗai ba, nauyin ya yi mini yawa.
ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋʼ ପାଇଁ ଅସହ୍ୟ ଅଟେ।
15 In haka za ka yi da ni, ka kashe ni yanzu, in na sami tagomashi daga gare ka, kada ka bar ni in rayu in ga wannan baƙin ciki.”
ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16 Sai Ubangiji ya ce wa Musa, “Ka tattaro mini dattawa saba’in daga cikin mutanen Isra’ila, waɗanda aka sani su ne dattawa da kuma shugabanni a cikin jama’a. Ka sa su zo Tentin Sujada, su tsaya a can tare da kai.
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
17 Zan sauko in yi magana da kai a can, zan kuma ɗauki Ruhun da yake kanka in mai da shi wajensu. Za su taimake ka ɗaukan nauyin mutane, don yă zama ba kai kaɗai ba ne mai ɗaukan kaya.
ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
18 “Ka gaya wa mutane, ‘Ku tsarkake kanku don gobe, za ku ci nama. Ubangiji ya ji ku sa’ad da kuka yi kuka cewa, “Da mun sami nama mun ci mana! Ai, da ba mu da damuwa, gama lokacin da muke zama cikin Masar ba mu da damuwa!” Yanzu Ubangiji zai ba ku nama, za ku kuma ci.
ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।
19 Ba za ku ci shi na kwana ɗaya, ko biyu, ko biyar, ko goma, ko kuma kwana ashirin kaɗai ba,
ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ;
20 amma za ku ci har na wata guda cur, sai ya gundure ku a hanci har ku yi ƙyamarsa, domin kun ƙi Ubangiji wanda yake cikinku, kuka yi kuka a gabansa, kuna cewa, “Don me ma muka bar ƙasar Masar?”’”
ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”
21 Amma Musa ya ce, “Ga ni a cikin mutane dubu ɗari shida tafe tare da ni, kana kuma cewa, ‘Zan ba su nama su ci har wata guda cur!’
ତେବେ ମୋଶା କହିଲେ, “ମୁଁ ଯେଉଁ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ଛଅ ଲକ୍ଷ ପଦାତିକ; ତଥାପି ତୁମ୍ଭେ କହୁଅଛ, ‘ଆମ୍ଭେ ସେମାନଙ୍କୁ ମାଂସ ଦେବା, ସେମାନେ ତାହା ସମ୍ପୂର୍ଣ୍ଣ ଏକ ମାସ ଖାଇବେ।’
22 Za su ma sami isashe in har aka yanka musu garkuna tumaki da na shanu? Za su sami isashe in aka kama musu dukan kifin teku?”
ସେମାନଙ୍କୁ ଅଣ୍ଟିବା ଭଳି କʼଣ ପଲ ପଲ ଗୋମେଷ ବଧ କରାଯିବ? ଅବା ସେମାନଙ୍କୁ ଅଣ୍ଟିବା ଭଳି ସମୁଦ୍ରର ସବୁ ମାଛ କʼଣ ଏକତ୍ର କରାଯିବ?”
23 Ubangiji ya ce wa Musa, “Akwai abin da ya fi ƙarfina ne? Bari ka gani ko abin da na ce zan yi, zai faru ko babu.”
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।”
24 Saboda haka Musa ya fita ya gaya wa jama’a abin da Ubangiji ya faɗa. Ya tattaro dattawansu saba’in, ya sa suka tsaya kewaye da Tentin Sujada.
ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
25 Sa’an nan Ubangiji ya sauko daga girgije, ya yi magana da shi, ya kuma ɗauke Ruhun da yake kan Musa ya ɗora shi a kan dattawa saba’in nan. Sa’ad da Ruhun ya zauna a kansu, sai suka yi annabci, amma daga wannan ba su ƙara yin haka kuma ba.
ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
26 To, fa, akwai dattawa biyu da suka kasance a sansani, wato, Eldad da Medad. Su ma an lasafta su cikin dattawan, amma ba su fita zuwa Tentin Sujada ba. Duk da haka Ruhun ya sauka a kansu, suka kuma yi annabci a cikin sansanin.
ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
27 Wani saurayi ya sheƙa a guje zuwa wajen Musa ya ce, “Eldad da Medad suna can suna annabci a sansani.”
ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍‍ ଓ ମେଦଦ୍‍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।”
28 Sai Yoshuwa ɗan Nun, wanda yake mataimakin Musa tun yana saurayi, ya amsa ya ce, “Ranka yă daɗe, Musa, ka hana su!”
ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
29 Amma Musa ya amsa ya ce, “Kana kishi domina ne? Da ma a ce dukan mutanen Ubangiji annabawa ne, da ma a kuma ce Ubangiji ya sa Ruhunsa a kansu mana!”
ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
30 Sai Musa da dattawan Isra’ila suka koma sansani.
ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।
31 Ana nan, sai Ubangiji ya kawo wata iska mai tsanani ta koro makware daga teku. Ta bar su birjik kewaye da sansani, tsayinsu daga ƙasa ya kai kamu biyu, misalin tafiyar nisan yini guda ta kowace fuska.
ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
32 Dukan yini da dukan dare da kuma kashegari, mutane suka fito suka tattara makware. Ba wanda ya kāsa tara ƙasa da garwa goma. Sai suka shanya abinsu kewaye da sansanin.
ତହିଁରେ ଲୋକମାନେ ଛିଡ଼ା ହୋଇ ସେହି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସେହି ଭାଟୋଇ ପକ୍ଷୀ ସଂଗ୍ରହ କଲେ; କେହି ଦଶ ହୋମରରୁ ଊଣା ସଂଗ୍ରହ କଲା ନାହିଁ; ଆଉ ସେମାନେ ଆପଣାମାନଙ୍କ ନିମନ୍ତେ ଛାଉଣିର ଚାରିଆଡ଼େ ତାହା ବିଛାଇ ରଖିଲେ।
33 Amma da suna cikin cin naman, tun ba su ma haɗiye ba, sai Ubangiji ya husata sosai a kan jama’ar, ya buge su da annoba mai zafi.
ମାତ୍ର ସେମାନଙ୍କ ଦନ୍ତ ମଧ୍ୟରେ ମାଂସ ଥାଉ ଥାଉ, ଚୋବାଇଲା ପୂର୍ବେ, ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହିଁରେ ସଦାପ୍ରଭୁ ଲୋକମାନଙ୍କୁ ଅତି ମହାମାରୀରେ ସଂହାର କଲେ।
34 Saboda haka aka kira wannan wuri Kibrot Hatta’awa, gama a can ne aka binne mutanen nan makwaɗaita.
ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍‍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
35 Daga Kibrot Hatta’awa, mutane suka yi tafiya zuwa Hazerot, a can suka sauka.
ଲୋକମାନେ କିବ୍ରୋତ୍‍-ହତ୍ତାବାଠାରୁ ହତ୍ସେରୋତକୁ ଯାତ୍ରା କରି ସେହିଠାରେ ରହିଲେ।

< Ƙidaya 11 >