< Ƙidaya 22 >

1 Sai Isra’ilawa suka kama hanya, suka tafi filayen Mowab, a wajen Urdun, a ƙetare Yeriko, suka yi sansani a can.
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
2 To, fa, Balak ɗan Ziffor ya ga duk abin da Isra’ila suka yi da Amoriyawa.
ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
3 Sai Mowab ya firgita ƙwarai saboda yawan mutanen. Tsoron Isra’ilawa ya kama su.
ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।
4 Sai Mowabawa suka ce wa dattawan Midiyawa, “Wannan taron zai lashe duk abin da ya kewaye mu kamar yadda saniya takan lashe ciyawa a fili.” Saboda haka Balak ɗan Ziffor, wanda yake sarkin Mowab a lokacin,
ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
5 ya aika manzanni su zo da Bala’am ɗan Beyor, wanda yake a Fetor, kusa da Kogi, a ƙasar haihuwarsa. Balak ya ce, “Ga mutane sun fito daga Masar; sun mamaye ƙasar, suka kuma yi sansani kusa da ni.
ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍‍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।
6 Ka zo yanzu ka la’anta waɗannan mutane, domin sun fi ƙarfina. Wataƙila zan iya cin nasara a kansu, in kuma kore su daga ƙasar. Gama na sani duk waɗanda ka sa musu albarka, sun zama masu albarka ke nan, waɗanda kuma ka la’anta, sun la’antu ke nan.”
ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”
7 Sai dattawan Mowab da na Midiyawa suka tashi, suka ɗauki kuɗi don duba. Da suka zo wurin Bala’am sai suka faɗa masa abin da Balak ya ce.
ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।
8 Bala’am ya ce musu, “Ku kwana a nan, ni kuwa zan faɗa muku abin da Ubangiji ya faɗa mini.” Saboda haka dattawan sarkin Mowab suka zauna da shi.
ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।
9 Sai Allah ya zo wurin Bala’am ya ce, “Su wane ne waɗannan tare da kai?”
ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”
10 Bala’am ya ce wa Allah, “Balak ɗan Ziffor, sarkin Mowab ne, ya aiko mini wannan saƙo cewa,
ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;
11 ‘Ga mutane sun fito daga Masar sun mamaye ƙasar. Ka zo yanzu ka la’anta mini su. Wataƙila ta haka zan yi nasara a kansu, in kuma kore su.’”
‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”
12 Amma Allah ya ce wa Bala’am, “Kada ka tafi tare da su. Kada ka la’anta mutanen nan, gama su masu albarka ne.”
ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”
13 Kashegari Bala’am ya tashi ya ce wa dattawan Balak, “Ku koma ƙasarku, domin Ubangiji ya hana ni in tafi tare da ku.”
ଏଥିରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
14 Saboda haka dattawan Mowab suka koma wurin Balak suka ce, “Bala’am ya ƙi yă zo tare da mu.”
ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍‍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
15 Sai Balak ya aika waɗansu dattawa masu yawa, masu daraja kuma fiye da na dā.
ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
16 Suka zo wurin Bala’am suka ce, “Ga abin da Balak ɗan Ziffor ya ce, Kada ka bar wani abu yă hana ka zuwa wurina,
ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
17 gama zan ba ka lada mai yawa in kuma yi duk abin da ka ce. Ka zo ka la’anta mini waɗannan mutane.”
କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”
18 Amma Bala’am ya amsa musu ya ce, “Ko da a ce Balak zai ba ni gidansa cike da azurfa da zinariya, ba zan yi wani abu ko kaɗan saɓanin umarnin Ubangiji Allahna ba.
ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
19 To, fa, sai ku kwana a nan kamar yadda waɗancan suka yi, ni kuma in roƙi Ubangiji, in ji, wace magana zai ce mini.”
ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
20 A wannan dare, Allah ya zo wurin Bala’am ya ce, “Da yake waɗannan mutane sun zo su tafi da kai, to, ka tafi tare da su, sai dai ka yi abin da na ce ka yi ne kaɗai.”
ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
21 Bala’am ya tashi da safe, ya ɗaura wa jakarsa sirdi, ya tafi tare da dattawan Mowab.
ତହିଁରେ ବିଲୀୟମ୍‍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
22 Amma Allah ya husata sa’ad da ya tafi, mala’ikan Ubangiji kuwa ya tsaya a hanya don yă hana shi. Bala’am kuwa yana kan jakarsa tare da bayinsa biyu.
ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।
23 Da jakar ta hangi mala’ikan Ubangiji tsaye a hanya da takobi a hannunsa, sai ta kauce daga hanya, ta shiga jeji. Bala’am kuwa ya buge ta don tă koma hanya.
ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍‍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
24 Sai mala’ikan Ubangiji ya tsaya a wata matsattsiyar hanya tsakanin gonaki inabi biyu, da bango a kowane gefe.
ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।
25 Sa’ad da jakar ta ga mala’ikan Ubangiji, sai ta matse a jikin bango, ta goge ƙafar Bala’am da bangon. Saboda haka sai Bala’am ya sāke bugunta.
ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
26 Sai mala’ikan Ubangiji ya sha gabansa, ya tsaya a ƙunƙuntaccen wuri inda ba wurin juyawa dama ko hagu.
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କିମ୍ବା ବାମରେ ଫେରିବାର ସ୍ଥାନ ନ ଥିଲା।
27 Da jakar ta ga mala’ikan Ubangiji, sai ta kwanta a ƙasa, Bala’am kuwa ya husata, sai ya buge ta da sandansa.
ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍‍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍‍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
28 Ubangiji ya buɗe bakin jakar, sai jakar ta ce wa Bala’am, “Me na yi maka da ka buge ni har sau uku?”
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
29 Bala’am ya ce wa jakar “Domin kin wulaƙanta ni! Da a ce ina da takobi a hannuna da zan kashe ki nan take.”
ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
30 Jakar ta ce wa Bala’am, “Ni ba jakarka ba ce wadda kake hawa kullum, har yă zuwa yau? Na taɓa yin maka haka?” Bala’am ya ce, “A’a.”
ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
31 Sa’an nan Ubangiji ya buɗe idanun Bala’am, ya kuwa ga mala’ikan Ubangiji tsaye a hanya da takobi a zāre. Sai ya sunkuyar da kansa, ya fāɗi rubda ciki.
ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
32 Sa’an nan mala’ikan Ubangiji ya tambaye shi, “Don me ka buge jakarka har sau uku? Na fito ne don in hana ka, gama hanyarka ba daidai ba ce a gabana.
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
33 Jakar ta gan ni, ta kauce mini har sau uku. Da a ce ba tă kauce ba, lalle da na kashe ka, in kuwa bar ta da rai.”
ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”
34 Bala’am ya ce wa mala’ikan Ubangiji, “Na yi zunubi. Ban san ka tsaya a hanya don ka hana ni ba. Yanzu in ba ka ji daɗin tafiyata, sai in koma.”
ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
35 Mala’ikan Ubangiji ya ce wa Bala’am, “Ka tafi tare da mutanen, amma abin da na faɗa maka ne kaɗai za ka faɗa.” Saboda haka Bala’am ya tafi tare da dattawan Balak.
ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
36 Da Balak ya ji cewa Bala’am yana zuwa, sai ya fito, ya tarye shi a garin Mowabawa da suke a iyakar Arnon, a ƙarshen yankinsa.
ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
37 Balak ya ce wa Bala’am, “Ban aika maka saƙo cikin gagawa ba? Me ya sa ba ka zo ba? Ko ban isa in sāka maka ba ne?”
ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
38 Bala’am ya amsa ya ce, “To, ai, ga shi, na zo yanzu. Ina da wani ikon yin wata magana ne? Dole in faɗa abin da Allah ya ce in faɗa ne kawai.”
ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
39 Sa’an nan Bala’am ya tafi tare da Balak zuwa Kiriyat-Huzot,
ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।
40 a can ya yi hadaya da shanu da tumaki, ya kuwa aika wa Bala’am da dattawan da suke tare da shi.
ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
41 Kashegari, Balak ya ɗauki Bala’am ya kai shi kan Bamot Ba’al, daga can ya iya ganin sassan sansanin Isra’ilawa.
ପୁଣି, ପ୍ରଭାତରେ ବାଲାକ ବିଲୀୟମ୍‍କୁ ସଙ୍ଗେ ନେଇ ବାଲ୍‍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।

< Ƙidaya 22 >