< Ƙidaya 7 >
1 Sa’ad da Musa ya gama kafa tabanakul, sai ya shafe shi da mai, ya tsarkake shi tare da dukan kayayyakinsa, ya kuma shafe bagaden da mai, ya tsarkake shi da dukan kayayyakinsa.
ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
2 Sa’an nan shugabannin Isra’ila, wato, shugabannin iyalai waɗanda suke shugabancin kabilan da aka ƙidaya, suka miƙa hadayu.
ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।
3 Suka kawo kyautansu a gaban Ubangiji. Kyautayin kuwa su ne, kekunan yaƙi shida da aka rufe, da shanu goma sha biyu, saniya guda daga kowane shugaba, da kuma keken yaƙi guda daga shugabanni biyu. Suka miƙa waɗannan a gaban tabanakul.
ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।
4 Ubangiji ya ce wa Musa,
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
5 “Ka karɓi abubuwan nan daga gare su, domin a yi amfani da su a aikin Tentin Sujada. Ka ba da su ga Lawiyawa, a ba kowane mutum bisa ga aikinsa.”
“ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”
6 Haka fa Musa ya ɗauki kekunan yaƙi da shanun ya ba wa Lawiyawa.
ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ।
7 Ya ba wa Gershonawa, kekunan yaƙi biyu da shanu huɗu bisa ga aikinsu,
ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ।
8 ya kuma ya ba wa kabilar Merari kekunan yaƙi huɗu da shanu takwas bisa ga aikinsu. Aka ba da su duka a ƙarƙashin ikon Itamar ɗan Haruna, firist.
ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।
9 Amma Musa bai ba wa Kohatawa kome ba, gama aikinsu shi ne lura da kayayyaki masu tsarki waɗanda ake ɗauka a kafaɗa.
ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।
10 Sa’ad da aka shafe bagaden da mai, sai shugabannin suka kawo hadayunsu saboda keɓewarsa, suka miƙa su a bagaden.
ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
11 Gama Ubangiji ya riga ya gaya wa Musa cewa, “Kowace rana, shugaba guda zai kawo hadayarsa saboda keɓewar bagade.”
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”
12 Wanda ya kawo hadayarsa a rana ta farko shi ne Nashon ɗan Amminadab, shugaban mutanen Yahuda.
ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;
13 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri ne, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
14 ya kawo kwanon zinariya ɗaya, mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
15 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
16 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
17 da shanu biyu, raguna biyar, bunsurai biyar da kuma’yan raguna biyar dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Nashon ɗan Amminadab.
ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।
18 A rana ta biyu, Netanel ɗan Zuwar, shugaban mutanen Issakar, ya kawo hadayarsa.
ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
19 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
20 ya kuma kawo kwanon zinariya ɗaya mai nauyin shekel, goma cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
21 da ƙaramin bijimi guda ɗaya, tunkiya ɗaya da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
22 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
23 da shanu biyu, raguna biyar, bunsurai biyar da kuma’yan raguna biyar dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Netanel ɗan Zuwar.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।
24 A rana ta uku, Eliyab ɗan Helon, shugaban mutanen Zebulun, ya kawo hadayarsa.
ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍ ଆଣିଲା;
25 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
26 ya kuma kawo kwanon zinariya ɗaya, mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
27 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
28 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
29 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Eliyab ɗan Helon.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍ର ଉପହାର।
30 A ranan ta huɗu, Elizur ɗan Shedeyur, shugaban mutanen Ruben, ya kawo hadayarsa.
ଚତୁର୍ଥ ଦିନ ରୁବେନ୍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
31 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
32 ya kuma kawo kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
33 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
34 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
35 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Elizur ɗan Shedeyur.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।
36 A rana ta biyar, Shelumiyel ɗan Zurishaddai, shugaban mutanen Simeyon, ya kawo hadayarsa.
ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
37 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
38 ya kuma kawo kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
39 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
40 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
41 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Shelumiyel ɗan Zurishaddai.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।
42 A rana ta shida, Eliyasaf ɗan Deyuwel, shugaban mutanen Gad, ya kawo hadayarsa.
ଷଷ୍ଠ ଦିନ ଗାଦ୍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;
43 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
44 ya kuma kawo kwanon zinariya ɗaya mai nauyin shekel goma, cike da turaren hayaƙi;
ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
45 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
46 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
47 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Eliyasaf ɗan Deyuwel.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର।
48 A rana ta bakwai, Elishama ɗan Ammihud, shugaban mutanen Efraim, ya kawo hadayarsa.
ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
49 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
50 kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
51 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
52 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;
53 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Elishama ɗan Ammihud.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।
54 A rana ta takwas, Gamaliyel ɗan Fedazur, shugaban mutanen Manasse, ya kawo hadayarsa.
ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
55 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
56 kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
57 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
58 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
59 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Gamaliyel ɗan Fedazur.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।
60 A rana ta tara, Abidan ɗan Gideyoni, shugaban mutanen Benyamin, ya kawo hadayarsa.
ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍ ଆଣିଲା;
61 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
62 kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
63 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
64 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
65 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Abidan ɗan Gideyoni.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର।
66 A rana ta goma, Ahiyezer ɗan Ammishaddai, shugaban mutanen Dan, ya kawo hadayarsa.
ଦଶମ ଦିନ ଦାନ୍-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;
67 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
68 kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
69 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ମେଷବତ୍ସ;
70 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
71 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Ahiyezer ɗan Ammishaddai.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।
72 A rana ta goma sha ɗaya, Fagiyel ɗan Okran, shugaban mutanen Asher, ya kawo hadayarsa.
ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;
73 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
74 kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
75 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
76 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
77 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Fagiyel ɗan Okran.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର।
78 A rana ta goma sha biyu, Ahira ɗan Enan, shugaban mutanen Naftali, ya kawo hadayarsa.
ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
79 Hadayar da ya kawo ita ce, faranti guda ɗaya na azurfa, nauyinsa shekel ɗari ɗaya da talatin, da kuma daro na yayyafawa na azurfa, nauyinsa shekel saba’in, dukan biyu, an auna su bisa ga ma’aunin shekel na tsattsarkan wuri, kowannensu cike da lallausan gari, haɗe da mai kamar hadaya ta gari;
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
80 kwanon zinariya ɗaya mai nauyin shekel goma, cike da turaren hayaƙi;
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
81 da ƙaramin bijimi guda ɗaya, tunkiya ɗaya, da rago, dukansu bana ɗaya-ɗaya domin hadaya ta ƙonawa;
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ,
82 ya kuma kawo bunsuru ɗaya domin hadaya don zunubi;
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,
83 da shanu biyu, raguna biyar, bunsurai biyar da kuma’yan raguna biyar, dukansu bana ɗaya-ɗaya, a miƙa su hadaya ta salama. Wannan ita ce hadayar Ahira ɗan Enan.
ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।
84 Waɗannan su ne hadayun shugabannin Isra’ilawa saboda keɓewar bagade sa’ad da aka shafe shi, an kawo faranta goma sha biyu na azurfa, darunan goma sha biyu na azurfa don yayyafawa, da kuma kwanonin zinariya goma sha biyu.
ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;
85 Kowane faranti na azurfa yana da nauyin shekel ɗari da talatin, kuma kowane daro na azurfa don yayyafawa yana da nauyin shekel saba’in. Duka-duka dai, nauyin kwanonin azurfa, shekel dubu biyu ne da ɗari huɗu, bisa ga ma’aunin shekel na tsattsarkan wuri.
ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
86 Kwanonin zinariya goma sha biyu da aka cika da turaren hayaƙi kuwa, nauyinsu shekel goma ne kowanne, bisa ga ma’aunin shekel na tsattsarkan wuri. Duka-duka dai, nauyin kwanonin zinariya, shekel ɗari ɗaya ne da ashirin.
ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।
87 Jimillar dabbobi don hadaya ta ƙonawa, ta kai ƙanana bijimai goma sha biyu, raguna goma sha biyu da’yan raguna goma sha biyu, dukansu bana ɗaya-ɗaya, tare da hadayarsu ta hatsi. Aka yi amfani da bunsurai goma sha biyu domin hadaya don zunubi.
ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକ ବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
88 Jimillar dabbobi don hadaya ta salama, ta kai shanu ashirin huɗu, raguna sittin, bunsurai sittin da kuma’yan raguna sittin, dukansu bana ɗaya-ɗaya. Waɗannan su ne hadayu saboda keɓewar bagade, bayan an shafe shi.
ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।
89 Sa’ad da Musa ya shiga Tentin Sujada don yă yi magana da Ubangiji, sai ya ji murya tana magana da shi daga tsakanin kerubobi biyu a bisa murfin akwatin Alkawari. A ta haka Ubangiji ya yi masa magana.
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।