< Karin Magana 10 >

1 Karin maganar Solomon. Ɗa mai hikima yakan kawo wa mahaifinsa farin ciki, amma wawan ɗa kan sa wa mahaifiyarsa baƙin ciki.
ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
2 Dukiyar da aka samu a hanyar da ba tă dace ba, ba ta da albarka, amma adalci kan ceci mutum daga mutuwa.
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
3 Ubangiji ba ya barin mai adalci da yunwa amma yakan lalace burin mugu.
ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
4 Ragwanci kan sa mutum yă zama matalauci, amma aiki tuƙuru kan ba da dukiya.
ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
5 Shi da ya tattara hatsi da rani ɗa ne mai hikima, amma shi da yakan yi barci a lokacin girbi ɗa ne wanda ya zama abin kunya.
ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6 Albarka kan zauna a kan mai adalci kamar rawani, amma rikici kan sha bakin mugu.
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
7 Tunawa da mai adalci albarka ne amma sunan mugu zai ruɓe.
ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8 Mai hikima a zuciya yakan yarda da umarni amma surutun wawa kan kai ga lalaci.
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9 Mai mutunci yana tafiya lafiya, amma shi da yake tafiya a karkatattun hanyoyi za a kama shi.
ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10 Shi da ya ƙyifta ido da mugunta kan jawo baƙin ciki surutun wawa kuma kan zo da lalaci.
ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11 Bakin adali maɓulɓulan rai ne, amma kalmar mugun takan ɓoye makircinsa.
ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12 Ƙiyayya kan haddasa wahala, amma ƙauna kan rufe dukan laifofi.
ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13 Ana samun hikima a leɓunan masu fahimi, amma bulala domin bayan marasa azanci ne.
ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14 Mai hikima kan yi ajiyar sani, amma bakin wawa kan gayyaci lalaci.
ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15 Dukiyar masu arziki yakan zama mafakar birninsu, amma talauci shi ne lalacin matalauci.
ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16 Hakkin adalai kan kawo musu rai, amma albashin mugaye kan kawo musu hukunci.
ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17 Duk wanda ya mai da hankali ga horo kan nuna hanyar rai, amma duk wanda ya ƙyale gyara kan sa waɗansu su kauce.
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18 Duk wanda ya ɓoye ƙiyayyarsa yana da ƙarya a leɓunansa, duk kuma wanda yake baza ƙarairayi wawa ne.
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19 Sa’ad da magana ta yi yawa, ba a rasa zunubi a ciki, amma shi da ya ƙame harshensa mai hikima ne.
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20 Harshen adali azurfa ce zalla, amma zuciyar mugu ba ta da wani amfani.
ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
21 Leɓunan adalai kan amfane yawanci, amma wawa kan mutu saboda rashin azanci.
ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
22 Albarkar Ubangiji kan kawo wadata, ba ya kuma ƙara wahala a kai.
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
23 Wawa yakan ji daɗi halin mugunta, amma mutum mai fahimi kan ji daɗin hikima.
କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।
24 Abin da mugu ke tsoro shi ne zai same shi; abin da adali ke bukata yakan sami biyan bukata.
ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
25 Sa’ad da hadiri ya taso, yakan watsar da mugaye, amma adalai za su tsaya daram har abada.
ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
26 Kamar yadda ruwan tsami yake ga haƙora hayaƙi kuma ga idanu, haka malalaci yake ga wanda ya aike shi.
ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
27 Tsoron Ubangiji kan ƙara tsawon rai, amma akan gajartar da shekarun mugaye.
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
28 Abin da adali yake sa rai yakan kai ga farin ciki, amma sa zuciyar mugu ba ya haifar da kome.
ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
29 Hanyar Ubangiji mafaka ce ga adalai amma lalaci ne ga waɗanda suke aikata mugunta.
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
30 Ba za a taɓa tumɓuke masu adalci ba, amma mugaye ba za su ci gaba da kasance a ƙasar ba.
ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।
31 Bakin adalai kan fitar da hikima, amma za a dakatar da mugun harshe.
ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ।
32 Leɓunan adalai sun san abin da ya dace, amma bakunan mugaye sun san abin da yake mugu ne kawai.
ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।

< Karin Magana 10 >