< Karin Magana 12 >
1 Duk mai ƙaunar horo yana ƙaunar sani, amma duk mai ƙin gyara wawa ne.
ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
2 Mutumin kirki kan sami tagomashi daga Ubangiji, amma Ubangiji yakan hukunta mai son yin wayo.
ସତ୍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
3 Ba yadda mutum zai kahu ta wurin aikata mugunta, amma ba za a tumɓuke adali ba.
ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
4 Mace mai halin kirki rawanin mijinta ne, amma mace marar kunya tana kama da ciwo a ƙasusuwansa.
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
5 Shirye-shiryen masu adalci daidai ne, amma shawarar mugaye ruɗu ne.
ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
6 Kalmomin mugu sukan kwanta suna jira su yi kisankai, amma jawabin masu aikata gaskiya kan kuɓutar da su.
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
7 Akan tumɓuke mugaye ba a ƙara ganinsu, amma gidan masu adalci kan tsaya daram.
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
8 Akan yabi mutum bisa ga hikimarsa, amma mutane marasa azanci akan rena su.
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
9 Gara ka zama kai ba kome ba ne amma kana da bawa da ka mai da kanka kai wani ne alhali kuwa ba ka da abinci.
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
10 Mai adalci kan kula da bukatun dabbobinsa, amma halaye mafi kyau na mugaye su ne ƙeta.
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11 Duk wanda ya nome gonarsa zai sami abinci a yalwace, amma shi da yake naushin iska marar azanci ne.
ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12 Mugaye suna sha’awar ganimar mugayen mutane, amma saiwar masu adalci kan haɓaka.
ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
13 Mugun mutum kan fāɗa a tarkon maganarsa ta zunubi, amma adali kan kuɓuta daga wahala.
ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
14 Daga abubuwan da suke fitowa daga leɓunansa mutum kan cika da abubuwa masu kyau tabbatacce yadda aikin hannuwansa suke ba shi lada.
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15 Hanyar wawa daidai take a gare shi, amma mai hikima kan saurari shawara.
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16 Wawa kan nuna fushinsa nan take, amma mai la’akari kan ƙyale zargi.
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17 Mashaidin gaskiya kan ba da shaidar gaskiya, amma mashaidin ƙarya yana baza ƙarairayi ne.
ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18 Maganganun rashin tunani sukan soki mutum kamar takobi, amma harshen mai hikima kan kawo warkarwa.
କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
19 Leɓunan gaskiya kan dawwama har abada, amma harshen ƙarya yakan dawwama na ɗan lokaci ne kawai.
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
20 Akwai ruɗu a zukatan waɗanda suke ƙulla mugunta, amma waɗanda suke aikata alheri za su yi farin ciki.
ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
21 Ba wani lahanin da zai sami masu adalci, amma mugaye suna da nasu cike da wahala.
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
22 Ubangiji yana ƙyamar leɓunan masu ƙarya, amma yana jin daɗin mutanen da suke masu gaskiya.
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
23 Mai la’akari kan kiyaye saninsa wa kansa, amma zuciyar wawa kan yi ta tallar wawanci.
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24 Hannuwan masu aiki tuƙuru za su yi mulki, amma ragwanci kan ƙarasa a aikin bauta.
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25 Zuciya mai damuwa takan naƙasar da mutum, amma maganar alheri kan faranta masa rai.
ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26 Adali yakan yi hankali a abokantaka, amma hanyar mugaye kan kai su ga kaucewa.
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27 Rago ba ya gashin abin da ya kama daga farauta, amma mai aiki tuƙuru yakan ɗauki mallakarsa da muhimmanci.
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
28 A hanyar adalci akwai rai; a wannan hanya akwai rashin mutuwa.
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।