< Karin Magana 6 >

1 Ɗana, in ka shirya tsaya wa maƙwabcinka don yă karɓi bashi, in ka sa hannunka don ɗaukar lamunin wani,
ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,
2 in maganarka ta taɓa kama ka, ko kalmomin bakinka sun zama maka tarko,
ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।
3 to, sai ka yi haka, ɗana don ka’yantar da kanka; da yake ka shiga hannuwan maƙwabcinka, ka tafi ka ƙasƙantar da kanka; ka roƙi maƙwabcinka!
ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
4 Ka hana kanka barci, ko gyangyaɗi a idanunka ma.
ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
5 Ka’yantar da kanka, kamar barewa daga hannun mai farauta, kamar tsuntsu daga tarkon mai kafa tarko.
ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
6 Ku tafi wurin kyashi, ku ragwaye; ku lura da hanyoyinsa ku zama masu hikima!
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7 Ba shi da jagora ba shugaba ko mai mulki,
ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8 duk da haka yakan yi tanade-tanadensa da rani ya kuma tattara abincinsa a lokacin girbi.
ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9 Har yaushe za ku kwanta a can, ku ragwaye? Yaushe za ku farka daga barcinku?
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
10 Ɗan barci, ɗan gyangyaɗi, ɗan naɗin hannuwa don a huta,
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11 talauci kuwa zai zo kamar’yan hari rashi kuma kamar ɗan fashi.
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12 Sakare da mutumin banza wanda yana yawo da magana banza a baki,
ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13 wanda yake ƙyifce da ido, yana yi alama da ƙafafunsa yana kuma nuni da yatsotsinsa,
ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
14 wanda yake ƙulla mugunta da ruɗu a cikin zuciyarsa, kullum yana tā-da-na-zaune-tsaye
ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
15 Saboda haka masifa za tă fāɗa farat ɗaya; za a hallaka shi nan da nan, ba makawa.
ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।
16 Akwai abubuwa shida da Ubangiji ya ƙi, abubuwa bakwai da suke abin ƙyama gare shi,
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17 duban reni, harshe mai ƙarya, hannuwa masu zub da jinin marar laifi,
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18 zuciyar da take ƙulla mugayen dabaru, ƙafafun da suke sauri zuwa aikata mugunta,
ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19 mai shaidar ƙarya wanda yake zuba ƙarairayi, da kuma mutumin da yake tā-da-na-zaune-tsaye a cikin’yan’uwa.
ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20 Ɗana, ka kiyaye umarnan mahaifinka kada kuma ka ƙyale koyarwar mahaifiyarka.
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
21 Ka ɗaura su a zuciyarka har abada; ka ɗaura su kewaye da wuyanka.
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
22 Sa’ad da kake tafiya, za su bishe ka; sa’ad da kake barci, za su lura da kai; sa’ad da ka farka, za su yi maka magana.
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
23 Gama waɗannan umarnai fitila ne, wannan koyarwa haske ne, kuma gyare-gyaren horo hanyar rayuwa ce,
ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
24 suna kiyaye ka daga mace marar ɗa’a daga sulɓin harshen mace marar aminci.
ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
25 Kada ka yi sha’awarta a cikin zuciyarka kada ka bar ta tă ɗauki hankalinka da idanunta.
ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
26 Gama karuwa takan mai da kai kamar burodin kyauta, mazinaciya kuma takan farauci ranka.
ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
27 Mutum zai iya ɗiba wuta ya zuba a cinyarsa ba tare da rigunansa sun ƙone ba?
କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
28 Mutum zai iya yin tafi a garwashi wuta mai zafi ba tare da ƙafafunsa sun ƙone ba?
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
29 Haka yake da wanda ya kwana da matar wani; babu wanda ya taɓa ta da zai tafi babu hukunci.
ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30 Mutane ba sa ƙyale ɓarawo in ya yi sata don yă ƙosar da yunwarsa sa’ad da yake jin yunwa.
ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
31 Duk da haka in aka kama shi, dole yă biya sau bakwai ko da yake abin zai ci dukan arzikin gidansa.
ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।
32 Amma mutumin da ya yi zina ba shi da hankali; duk wanda ya yi haka yana hallaka kansa ne.
ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।
33 Dūka da kunya ne za su zama rabonsa, kuma kunyarsa za tă dawwama.
ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ।
34 Gama kishi kan tā da hasalar miji, kuma ba zai ji tausayi ba sa’ad da yake ramawa.
ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
35 Ba zai karɓi duk wata biya ba; zai ƙi cin hanci, kome yawansu.
ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ।

< Karin Magana 6 >