< Zabura 100 >

1 Zabura ce. Don yin godiya. Ku yi sowa don farin ciki ga Ubangiji, dukan duniya.
ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
2 Yi wa Ubangiji sujada da murna; ku zo gabansa da waƙoƙin farin ciki.
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।
3 Ku san cewa Ubangiji shi ne Allah. Shi ne ya yi mu, mu kuwa nasa ne; mu mutanensa ne, tumakin makiyayarsa.
ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
4 Ku shiga ƙofofinsa da godiya filayen gidansa kuma da yabo; ku gode masa ku kuma yabi sunansa.
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
5 Gama Ubangiji yana da kyau kuma ƙaunarsa madawwamiya ce har abada; amincinsa na cin gaba a dukan zamanai.
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।

< Zabura 100 >