< Zabura 142 >

1 Maskil ne ta Dawuda. Sa’ad da yake cikin kogo. Addu’a ce. Na yi kuka mai ƙarfi ga Ubangiji; na tā da muryata ga Ubangiji neman jinƙai.
ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
2 Na kawo gunagunina a gabansa; a gabansa na faɗa wahalata.
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
3 Sa’ad da ƙarfina ya kāre a cikina, kai ne wanda ya san hanyata. A hanyar da nake tafiya mutane sun kafa mini tarko.
ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
4 Duba ta damata ka gani; babu wanda ya kula da ni. Ba ni da mafaka; babu wanda ya kula da raina.
ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
5 Na yi kuka gare ka, ya Ubangiji; Na ce, “Kai ne mafakata, rabona a ƙasar masu rai.”
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
6 Ka saurari kukata, gama ina cikin matsananciyar bukata; ka cece ni daga waɗanda suke fafarata, gama sun fi ni ƙarfi sosai.
ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
7 Ka’yantar da ni daga kurkuku, don in yabi sunanka. Ta haka masu adalci za su taru kewaye da ni saboda alherinka gare ni.
କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।

< Zabura 142 >