< Zabura 148 >

1 Yabi Ubangiji. Yabi Ubangiji daga sammai, yabe shi a bisa sammai.
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।
2 Yabe shi, dukanku mala’ikunsa, yabe shi, dukanku rundunarsa na sama.
ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
3 Yabe shi, rana da wata, yabe shi, dukanku taurari masu haskakawa.
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
4 Yabe shi, ku bisa sammai da kuma ku ruwan bisa sarari.
ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।
5 Bari su yabi sunan Ubangiji, gama ya umarta aka kuwa halicce su.
ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।
6 Ya sa su a wurarensu har abada abadin; ya ba da umarnin da ba zai taɓa shuɗe ba.
ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।
7 Yabi Ubangiji daga duniya, ku manyan halittun teku da kuma dukan zurfafan teku,
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;
8 walƙiya da ƙanƙara, dusar ƙanƙara da gizagizai, hadirin iskar da suke biyayya da umarnansa,
ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;
9 ku duwatsu da dukan tuddai, itatuwa masu’ya’ya da dukan al’ul,
ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;
10 namun jeji da dukan dabbobin gida, ƙanana halittu da tsuntsaye masu firiya,
ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;
11 sarakunan duniya da dukan al’ummai, ku sarakuna da dukan masu mulkin duniya,
ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।
12 samari da’yan mata, tsofaffi da yara.
ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
13 Bari su yabi sunan Ubangiji, gama sunansa ne kaɗai mafi ɗaukaka; darajarsa ta fi ƙarfin duniya da sammai.
ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
14 Ya tayar wa mutanensa ƙaho, yabon dukan tsarkakansa, na Isra’ila, mutanen da suke kurkusa da zuciyarsa. Yabi Ubangiji.
ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< Zabura 148 >