< Zabura 17 >

1 Addu’a ce ta Dawuda. Ka ji, ya Ubangiji, roƙona na adalci; ka saurari kukata. Ka kasa kunne ga addu’ata, ba ta fitowa daga leɓuna masu ƙarya.
ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।
2 Bari fiffitawata tă zo daga gare ka; bari idanunka su ga abin da yake daidai.
ତୁମ୍ଭ ଛାମୁରୁ ମୋʼ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।
3 Ko ka duba zuciyata, ka kuma bincike ni da dare, ko ka gwada ni, ba za ka sami kome ba; na yanke shawara cewa bakina ba zai yi zunubi ba.
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
4 Game da ayyukan mutane kuwa, ta wurin maganar leɓunanka na kiyaye kaina daga hanyoyin tashin hankali.
ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
5 Sawuna sun kama hanyoyinka ƙafafu kuwa ba za su yi santsi ba.
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସି ଯାଇ ନାହିଁ।
6 Na kira gare ka, ya Allah, gama za ka amsa mini; ka kasa kunne ka kuma ji addu’ata.
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋʼ ପ୍ରତି କର୍ଣ୍ଣ ଡେର ଓ ମୋʼ ର କଥା ଶୁଣ।
7 Ka nuna mini girmar ƙaunarka mai banmamaki, kai da kake ceton waɗanda suke neman mafaka daga abokan gābansu da hannunka na dama.
ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
8 Ka kiyaye ni yadda ake kiyaye ido; ka ɓoye ni cikin inuwar fikafikanka
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
9 daga mugaye waɗanda suke kai mini hari, daga abokan gāba masu mutuwa waɗanda suka kewaye ni.
ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
10 Sun rufe zukatansu marar tausayi, da bakunansu suna magana da fariya.
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
11 Sun sa mini ido, yanzu sun kewaye ni, a shirye suke, su jefa ni a ƙasa.
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍‍ କରିବାକୁ ଚାହିଁ ରହିଥାʼନ୍ତି।
12 Suna kama da zaki mai yunwan abinci, kamar babban zaki mai fako a maɓuya.
ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
13 Ka tashi, ya Ubangiji, ka yi arangama da su, ka durƙusar da su; ka cece ni daga mugaye ta wurin takobinka.
ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;
14 Ya Ubangiji, da hannunka ka cece ni daga irin mutanen nan, daga mutanen duniyan nan waɗanda ladarsu yana a wannan rayuwa ne. Kakan cika yunwan waɗanda kake so;’ya’yansu suna da isashe suna kuma ajiyar wadata wa’ya’yansu.
ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।
15 Amma ni, cikin adalci zan ga fuskarka; sa’ad da na farka, zan gamsu da ganin kamanninka.
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।

< Zabura 17 >