< Zabura 22 >
1 Don mai bi da kaɗe-kaɗe. Da salon “Matar Zomon Safiya.” Zabura ta Dawuda. Ya Allahna, ya Allahna, don me ka yashe ni? Me ya sa ka yi nisa da cetona, ka yi nesa daga kalmomin nishina?
ପ୍ରଧାନ ବାଦ୍ୟକର ନିମନ୍ତେ ଆୟେଲତ୍-ହସଶହର (ଅଋଣର ମୃଗୀ) ସ୍ୱରରେ ଦାଉଦଙ୍କର ଗୀତ। ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ?
2 Ya Allahna, na yi kuka da rana, amma ba ka amsa ba, da dare kuma ban yi shiru ba.
ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।
3 Duk da haka kana a kursiyi a matsayin Mai Tsarkin nan; kai ne yabon Isra’ila.
ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ।
4 A gare ka ne kakanninmu suka sa bege; sun dogara ka kuwa cece su.
ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
5 Sun yi kuka gare ka suka kuma sami ceto; a gare ka suka dogara kuma ba su sha kunya ba.
ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ।
6 Amma ni dai tsutsa ne ba mutum ba, wanda mutane suke yi wa ba’a suka kuma rena shi.
ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
7 Duk wanda ya gan ni yakan yi mini ba’a; suna yin mini ashar, suna kaɗa kansu suna cewa,
ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8 “Ya dogara ga Ubangiji; bari Ubangiji yă cece shi. Bari yă cece shi, da yake yana jin daɗinsa.”
“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
9 Duk da haka ka fitar da ni daga ciki; ka sa na dogara gare ka, ko ma a ƙirjin mahaifiyata.
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
10 Daga haihuwa an jefa ni a kanka; daga cikin mahaifiyata kai ne Allahna.
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
11 Kada ka yi nesa da ni, gama wahala na kusa kuma babu wani da zai taimaka.
ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।
12 Bijimai masu yawa sun kewaye ni; bijimai masu ƙarfi na Bashan sun sa ni a tsaka.
ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।
13 Zakoki masu ruri suna yayyage abin da suka kama sun buɗe bakunansu a kaina.
ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।
14 An zubar da ni kamar ruwa, kuma dukan ƙasusuwana sun fiffito daga mahaɗai. Zuciyata ta zama kaki; ta narke a cikina.
ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।
15 Ƙarfina ya bushe kamar kasko, harshena kuma ya manne wa dasashina na sama; ka kwantar da ni a ƙurar mutuwa.
ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳି କି ଆଣିଅଛ।
16 Karnuka sun kewaye ni; ƙungiyar mugaye sun sa ni a tsaka, sun soki hannuwana da ƙafafuna.
କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
17 Zan iya ƙirga ƙasusuwana; mutane suna farin ciki a kaina.
ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।
18 Sun raba rigunana a tsakaninsu suka kuma jefa ƙuri’a a kan rigunana.
ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
19 Amma kai, ya Ubangiji, kada ka yi nisa; Ya Ƙarfina zo da sauri don ka taimake ni.
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
20 Ka ceci raina daga takobi, raina mai daraja daga ikon karnuka.
ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
21 Ka cece ni daga bakin zakoki; ka cece ni daga ƙahonin ɓauna.
ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
22 Zan furta sunanka ga’yan’uwana; cikin taron masu sujada zan yabe ka.
ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି।
23 Ku da kuke tsoron Ubangiji, ku yabe shi! Dukanku zuriyar Yaƙub, ku girmama shi! Ku girmama shi, dukanku zuriyar Isra’ila!
ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
24 Gama bai rena ko yă ƙyale wahalar masu shan wuya ba; bai ɓoye fuskarsa daga gare shi ba amma ya saurari kukansa na neman taimako.
କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।
25 Daga gare ka yabona yake zuwa cikin babban taro; a gaban waɗanda suke tsoronka zan cika alkawarina.
ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
26 Matalauta za su ci su ƙoshi; su da suke neman Ubangiji za su yabe shi, bari zukatanku su rayu har abada!
ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
27 Dukan iyakokin duniya za su tuna su kuma juya ga Ubangiji, kuma dukan iyalan al’ummai za su rusuna a gabansa,
ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
28 gama mulki na Ubangiji ne kuma yana mulki a bisa al’ummai.
କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
29 Dukan attajiran duniya za su yi biki su kuma yi sujada; dukan waɗanda suka gangara zuwa ƙura za su durƙusa a gabansa, waɗanda ba za su iya bar kansu da rai ba.
ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
30 Zuriya masu zuwa za su yi masa hidima; za a faɗa wa zuriya na nan gaba game da Ubangiji.
ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।
31 Za su yi shelar adalcinsa ga mutanen da ba a riga an haifa ba, gama ya aikata shi.
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।