< Zabura 26 >
1 Ta Dawuda. Ka nuna rashin laifina, ya Ubangiji, gama na yi rayuwa marar zargi; Na dogara ga Ubangiji ba tare da kaucewa ba.
ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।
2 Ka jarraba ni, ya Ubangiji, ka kuma gwada ni, ka bincike zuciyata da tunanina;
ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
3 gama ƙaunarka kullum tana a gabana, kuma ina cin gaba da tafiya a cikin gaskiyarka.
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
4 Ba na zama tare da masu ruɗu, ko in yi tarayya da masu riya;
ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
5 na ƙi jinin taron masu aikata mugunta na ƙi in zauna tare da mugaye.
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
6 Na wanke hannuwana cikin rashin laifi, ina yawo a bagadenka Ya Ubangiji,
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,
7 ina shelar yabonka da ƙarfi ina faɗin dukan ayyukanka masu banmamaki.
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
8 Ina ƙaunar gidan da kake zama, ya Ubangiji, wurin da ɗaukakarka ke zaune.
ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
9 Kada ka ɗauke raina tare da masu zunubi raina tare da masu son yin kisankai
ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋʼ ଜୀବନକୁ ସଂଗ୍ରହ କର ନାହିଁ।
10 waɗanda akwai mugayen dabaru a hannuwansu, waɗanda hannuwansu na dama suna cike da cin hanci.
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
11 Amma na yi rayuwa marar zargi; ka cece ni ka kuma yi mini jinƙai.
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋʼ ପ୍ରତି ସଦୟ ହୁଅ।
12 Ƙafafuna suna tsaye daram; cikin taro mai girma zan yabi Ubangiji.
ମୋʼ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।