< Zabura 29 >

1 Zabura ta Dawuda. Ku ba da girma ga Ubangiji, ya ku manya, ku ba da girma ga Ubangiji saboda ɗaukaka da kuma ƙarfinsa.
ଦାଉଦଙ୍କର ଗୀତ। ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
2 Ku ba da girma ga Ubangiji, ɗaukakar da ta dace da sunansa; ku bauta wa Ubangiji cikin ɗaukakar tsarkinsa.
ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
3 Muryar Ubangiji tana a bisa ruwaye; Allah Maɗaukaki ya yi tsawa, Ubangiji ya yi tsawa a bisa manyan ruwaye.
ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
4 Muryar Ubangiji mai iko ce; muryar Ubangiji da girma take.
ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
5 Muryar Ubangiji ta kakkarya itatuwan al’ul na Lebanon. Ubangiji ya kakkarya itatuwan al’ul na Lebanon kucu-kucu.
ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
6 Ya sa dutsen Lebanon ya yi ta tsalle kamar ɗan maraƙi, Siriyon kuma kamar ɗan jakin jeji.
ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
7 Muryar Ubangiji ta buga da walƙatar walƙiya.
ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
8 Muryar Ubangiji ta girgiza hamada Ubangiji ya girgiza Hamadan Kadesh.
ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
9 Muryar Ubangiji ta murɗa itatuwan oak ya kakkaɓe itatuwan kurmi. Kuma a cikin haikalinsa kowa ya ce, “Ɗaukaka!”
ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।
10 Ubangiji na zaune yana sarauta a bisa rigyawa; Ubangiji yana sarauta kamar Sarki har abada.
ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
11 Ubangiji kan ba da ƙarfi ga mutanensa; Ubangiji kan albarkace mutanensa da salama.
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।

< Zabura 29 >