< Zabura 31 >

1 Don mai bi da kaɗe-kaɗe. Zabura ta Dawuda. A gare ka, ya Ubangiji, na nemi mafaka; kada ka bari in taɓa shan kunya; ka cece ni cikin rahamarka.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
2 Ka juye kunnenka gare ni, ka zo da sauri ka cece ni; ka zama dutsen mafakata, mafaka mai ƙarfi na cetona.
ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
3 Da yake kai ne dutsena da kuma kagarata, saboda sunanka ka bi da ni ka kuma jagorance ni.
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
4 Ka’yantar da ni daga tarkon da aka sa mini, gama kai ne mafakata.
ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
5 Cikin hannuwanka na miƙa ruhuna; ka cece ni, ya Ubangiji Allah na gaskiya.
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
6 Na ƙi waɗanda suke manne wa gumakan banza; na dogara ga Ubangiji.
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
7 Zan yi murna in kuma yi farin ciki a cikin ƙaunarka, gama ka ga azabata ka kuma san wahalar raina.
ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ।
8 Ba ka ba da ni ga abokin gāba ba amma ka sa ƙafafuna a wuri mai sarari.
ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
9 Ka yi mini jinƙai, ya Ubangiji, gama ina cikin damuwa; idanuna sun gaji da baƙin ciki, raina da jikina sun tafke tilis.
ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
10 Baƙin ciki ya rufe raina shekaruna sun cika da nishi; ƙarfina ya karai saboda azaba, ƙasusuwana kuma sun gaji tiƙis.
କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
11 Saboda dukan abokan gābana, Na zama tamƙar abin reni na maƙwabtana; na zama abin tsoro ga abokaina, waɗanda suka gan ni a titi sukan gudu daga gare ni.
ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ।
12 An manta da ni sai ka ce na mutu; na zama kamar fasasshen kasko.
ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।
13 Gama nakan ji raɗe-raɗen mutane masu yawa; akwai tsoro a kowane gefe; suna ƙulla maƙarƙashiya a kaina suna shirya su ɗauke raina.
କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
14 Amma na dogara gare ka, ya Ubangiji; na ce, “Kai ne Allahna.”
ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
15 Lokutana suna a hannuwanka; ka cece ni daga abokan gābana da kuma daga waɗanda suke fafara ta.
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
16 Bari fuskarka ta haskaka a kan bawanka; ka cece ni da ƙaunarka marar ƙarewa.
ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
17 Kada ka bari in sha kunya, ya Ubangiji, gama na yi kuka gare ka; amma bari mugaye su sha kunya su kuma kwanta shiru a cikin kabari. (Sheol h7585)
ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ। (Sheol h7585)
18 Bari a rufe leɓunan ƙarairayinsu, gama da fariya da reni suna magana da girman kai a kan adalai.
ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
19 Alherinka da girma yake, wanda ka ajiye domin waɗanda suke tsoronka, wanda ka mayar a gaban mutane a kan waɗanda suke neman mafaka daga gare ka.
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍!
20 Cikin inuwar kasancewarka ka ɓoye su daga makircin mutane; a wurin zamanka ka kiyaye su lafiya daga harsuna masu zagi.
ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
21 Yabo ya tabbata ga Ubangiji, gama ya nuna ƙaunarsa mai banmamaki gare ni sa’ad da aka yi mini kwanto kewaye da birni.
ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।
22 Cikin tsorona na ce, “An yanke ni daga gabanka!” Duk da haka ka ji kukata na neman jinƙai sa’ad da na kira gare ka don taimako.
ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।
23 Ku ƙaunaci Ubangiji, dukanku tsarkakansa! Ubangiji yakan adana amintattu, amma masu girman kai yakan sāka musu cikakke.
ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
24 Ku yi ƙarfin hali ku kuma ƙarfafa, dukanku masu sa bege a kan Ubangiji.
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।

< Zabura 31 >