< Zabura 4 >

1 Don mai bi da kaɗe-kaɗe. Da kayan kiɗi masu tsirkiya. Ta Dawuda. Ka amsa mini sa’ad da na kira gare ka, Ya Allahna mai adalci. Ka ba ni sauƙi daga wahalata; ka ji tausayina ka kuma ji addu’ata.
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
2 Har yaushe, ya ku mutane za ku mai da ɗaukakata abin kunya? Har yaushe za ku ƙaunaci ruɗu ku nemi allolin ƙarya? (Sela)
ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? (ସେଲା)
3 Ku san cewa Ubangiji ya keɓe masu tsoron Allah wa kansa; Ubangiji zai ji sa’ad da na yi kira gare shi.
ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
4 Cikin fushinku kada ku yi zunubi; sa’ad da kuke kan gadajenku, ku bincike zukatanku ku kuma yi shiru. (Sela)
ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। (ସେଲା)
5 Ku miƙa hadayun da suka dace ku kuma dogara ga Ubangiji.
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
6 Yawanci suna cewa, “Wa zai yi mana alheri?” Bari hasken fuskarka yă haskaka a kanmu, ya Ubangiji.
ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
7 Ka cika zuciyata da farin ciki sa’ad da hatsinsu da sabon ruwan inabinsu ya yi yawa.
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
8 Zan kwanta in kuma yi barci lafiya, gama kai kaɗai, ya Ubangiji, kake sa mazaunina yă kasance lafiya lau.
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

< Zabura 4 >