< Zabura 41 >

1 Don mai bi da kaɗe-kaɗe. Zabura ta Dawuda. Mai albarka ne wanda yake jin tausayin marasa ƙarfi; Ubangiji yakan kuɓutar da shi a lokutan wahala.
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
2 Ubangiji zai kāre shi yă kuma kiyaye ransa; zai albarkace shi a cikin ƙasar ba kuwa zai miƙa shi ga hannun maƙiyansa ba.
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
3 Ubangiji zai ba shi ƙarfi a gadon rashin lafiyarsa ya mayar masa da lafiya daga ciwon da ya kwantar da shi.
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
4 Na ce, “Ya Ubangiji, ka yi mini jinƙai; ka warkar da ni, gama na yi maka zunubi.”
ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
5 Abokan gābana suna muguwar magana a kaina cewa, “Yaushe zai mutu sunansa yă ɓace ne?”
ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”
6 Duk sa’ad da wani ya zo ganina, yakan yi maganar ƙarya, yayinda zuciyarsa tana tattare da cin zarafi; sa’an nan yă fita yă yi ta bazawa ko’ina.
ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
7 Dukan abokan gābana suna raɗa tare a kaina; suna fata mugun abu ya same ni, suna cewa,
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
8 “Mugun ciwo ya kama shi; ba zai taɓa tashi daga inda yake kwanciya ba.”
ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।
9 Har abokina na kurkusa, wanda na amince da shi, wanda muke cin abinci tare, ya juya yana gāba da ni.
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
10 Amma kai, ya Ubangiji, ka yi mini jinƙai, ka tā da ni, don in sāka musu.
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
11 Na sani kana jin daɗina, gama abokin gābana ba zai ci nasara a kaina ba.
ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼ ଠାରେ ସନ୍ତୁଷ୍ଟ ଅଛ।
12 Cikin mutuncina ka riƙe ni ka sa ni a gabanka har abada.
ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
13 Yabo ya tabbata ga Ubangiji, Allah na Isra’ila, har abada abadin.
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।

< Zabura 41 >