< Zabura 48 >
1 Waƙa ce. Zabura ta’ya’yan Kora maza. Ubangiji mai girma ne, kuma mafificin yabo, a birnin Allahnmu, dutsensa mai tsarki.
ଗୀତ: କୋରହ-ସନ୍ତାନମାନଙ୍କର ଗୀତ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
2 Kyakkyawa ce cikin tsayinta, abin farin cikin dukan duniya. Kamar ƙwanƙoli mafi tsayi na Zafon ne Dutsen Sihiyona, birnin Babban Sarki.
ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
3 Allah yana cikin fadodinta; ya nuna kansa mafaka ce gare ta.
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
4 Sa’ad da sarakuna suka haɗa rundunoni, sa’ad da suka yi gaba tare,
କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ।
5 sun gan ta suka kuwa yi mamaki; suka gudu don tsoro.
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
6 Rawar jiki ya kama su a can, zafi kamar na mace mai naƙuda.
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
7 Ka hallaka su kamar jiragen ruwan Tarshish da iskar gabas ta wargaje.
ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
8 Yadda muka ji, haka muka gani a cikin birnin Ubangiji Maɗaukaki, a cikin birnin Allahnmu. Allah ya sa ta zauna lafiya har abada. (Sela)
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। (ସେଲା)
9 Cikin haikalinka, ya Allah, mun yi tunani a kan ƙaunarka marar ƙarewa.
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
10 Kamar sunanka, ya Allah, yabonka ya kai iyakokin duniya; hannunka na dama ya cika da adalci.
ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
11 Dutsen Sihiyona ya yi farin ciki, ƙauyukan Yahuda suna murna saboda hukuntanka.
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।
12 Yi tafiya cikin Sihiyona, ku kewaye ta, ku ƙirga hasumiyoyinta,
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
13 ku lura da katangarta da kyau, ku dubi fadodinta, don ku faɗe su ga tsara mai zuwa.
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
14 Gama wannan Allah shi ne Allahnmu har abada abadin; zai zama jagorarmu har zuwa ƙarshe.
କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।