< Zabura 77 >

1 Don mai bi da kaɗe-kaɗe. Don Yedutun. Na Asaf. Zabura ce. Na yi kuka ga Allah don taimako; na yi kuka ga Allah don yă ji ni.
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଆସଫର ଗୀତ। ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।
2 Sa’ad da nake cikin damuwa, na nemi Ubangiji; da dare na miƙa hannuwa ba gajiya raina kuma ya ƙi yă ta’azantu.
ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
3 Na tuna da kai, ya Allah, na kuma yi nishi; na yi nishi, ƙarfina kuwa duk ya raunana. (Sela)
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। (ସେଲା)
4 ka hana idanuna rufewa; na damu ƙwarai har ba na iya magana.
ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
5 Na yi tunani kwanakin da suka wuce, shekarun da suka wuce da daɗewa;
ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
6 na tuna da waƙoƙina da dare. Zuciyata ta yi nishi, ƙarfina kuwa ya nemi yă sani.
ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 “Ubangiji zai ƙi ne har abada? Ba zai taɓa nuna alherinsa kuma ba?
“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
8 Ƙaunarsa marar ƙarewa ta ɓace ke nan har abada? Alkawarinsa ya kāsa ke nan a dukan lokaci?
ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
9 Allah ya manta yă yi jinƙai? Cikin fushinsa ya janye tausayinsa ne?” (Sela)
ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” (ସେଲା)
10 Sai na yi tunani, “Zan yi roƙo saboda wannan, shekarun da Mafi Ɗaukaka ya miƙa hannunsa na dama.”
ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
11 Zan tuna da ayyukan Ubangiji; I, zan tuna mu’ujizanka na tun dā.
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
12 Zan yi tunani a kan dukan ayyukanka in lura da dukan manyan abubuwan da ka aikata.
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
13 Hanyoyinka, ya Allah, masu tsarki ne. Wanda allah ne yake da girma kamar Allahnmu?
ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?
14 Kai ne Allahn da yakan aikata mu’ujizai; ka nuna ikonka a cikin mutane.
ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 Da hannunka mai ƙarfi ka fanshi mutanenka, zuriyar Yaƙub da Yusuf. (Sela)
ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
16 Ruwaye sun gan ka, ya Allah, ruwaye sun gan ka suka firgita; zurfafan gaske sun girgiza.
ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
17 Gizagizai sun sauko da ruwa, sararin sama suka buga tsawa; kibiyoyinka suka yi ta kai komo da walƙiya.
ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
18 Aka ji tsawanka a cikin guguwa, walƙiyarka ta haskaka duniya; duniya ta yi rawar jiki ta girgiza.
ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
19 Hanyarka ta bi ta cikin teku, hanyarka ta bi cikin manyan ruwaye, duk da haka ba a ga sawunka ba.
ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
20 Ka bi da mutanenka kamar garke ta hannun Musa da Haruna.
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

< Zabura 77 >