< Zabura 8 >

1 Don mai bi da kaɗe-kaɗe. Bisa ga gittit. Zabura ta Dawuda. Ya Ubangiji, shugabanmu, sunanka da girma take a cikin dukan duniya! Ka kafa ɗaukakarka bisa sammai.
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
2 Daga leɓunan yara da jarirai ka kafa yabo domin su sa abokan gābanka da masu ɗaukan fansa su yi shiru.
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
3 Sa’ad da na dubi sammai, aikin yatsotsinka, wata da taurari waɗanda ka ajiye a wurarensu,
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ, )
4 wane ne mutum da kake tunawa da shi, ɗan mutum da kake lura da shi?
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
5 Ka yi shi ƙasa kaɗan da Allah ka yi masa rawani da ɗaukaka da girma.
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
6 Ka mai da shi mai mulki bisa ayyukan hannuwanka; ka sa kome a ƙarƙashin ƙafafunsa,
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
7 dukan shanu da tumaki, da kuma namun jeji,
ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8 tsuntsayen sararin sama da kifin teku, da dukan abin da yake yawo a ƙarƙashin ruwan teku.
ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
9 Ya Ubangiji, shugabanmu, sunanka da girma take a cikin dukan duniya!
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

< Zabura 8 >