< Zabura 83 >

1 Waƙa ce. Zabura ta Asaf. Ya Allah, kada ka yi shiru; kada ka tsaya cik, ya Allah, kada ka daina motsi.
ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
2 Dubi yadda abokan gābanka suke fariya, dubi yadda maƙiyanka suke ɗaga kansu.
କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
3 Da wayo suna ƙulle-ƙulle a kan mutanenka; suna shirya maƙarƙashiya a kan waɗanda kake so.
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
4 Suna cewa, “Ku zo, bari mu hallaka su ɗungum a matsayin al’umma, don kada a ƙara tuna da sunan Isra’ila.”
ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
5 Da zuciya ɗaya suka yi ƙulle-ƙulle tare; suka haɗa kai gāba da kai,
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6 tentunan Edom da na mutanen Ishmayel, na Mowab da kuma na Hagirawa,
ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7 Gebal, Ammon da Amalek, Filistiya, tare da mutanen Taya.
ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8 Har Assuriya ma ta haɗa kai da su don ta ba da ƙarfi ga zuriyar Lot. (Sela)
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। (ସେଲା)
9 Ka yi musu abin da ka yi wa Midiyan, yadda ka yi wa Sisera da Yabin a kogin Kishon,
ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
10 waɗanda suka hallaka a En Dor suka zama kamar juji a ƙasa.
ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
11 Ka mai da manyansu kamar Oreb da Zeyib, dukan sarakunansu kamar Zeba da Zalmunna,
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
12 waɗanda suka ce, “Bari mu mallaki wuraren kiwon Allah.”
ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
13 Ka mai da su kamar ɗan tsiron da kan karye, iska ta yi ta turawa, ya Allahna, kamar yayin da iska take hurawa,
ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
14 kamar yadda wuta ke cin kurmi ko harshen wutar da take ci a kan duwatsu,
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
15 haka za ka kore su da iska mai ƙarfi ka kuma firgita su da guguwarka.
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
16 Ka rushe fuskokinsu da kunya don mutane su nemi sunanka, ya Ubangiji.
ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
17 Bari su kasance cikin kunya da taƙaici; bari su hallaka cikin wulaƙanci.
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
18 Bari su san cewa kai, wanda sunansa ne Ubangiji, cewa kai kaɗai ne Mafi Ɗaukaka a bisa dukan duniya.
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।

< Zabura 83 >