< Zabura 95 >
1 Ku zo, bari mu rera don farin ciki ga Ubangiji; bari mu yi sowa da ƙarfi ga Dutsen cetonmu.
ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
2 Bari mu zo gabansa da godiya mu rera gare shi da kiɗi da waƙa.
ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
3 Gama Ubangiji Allah mai girma ne, babban Sarki a bisa dukan alloli.
କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
4 A hannunsa ne zurfafan duniya suke, ƙwanƙolin dutse kuma nasa ne.
ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
5 Teku nasa ne, gama shi ne ya yi shi, da hannuwansa kuma ya yi busasshiyar ƙasa.
ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
6 Ku zo, bari mu rusuna mu yi sujada, bari mu durƙusa a gaban Ubangiji Mahaliccinmu;
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
7 gama shi ne Allahnmu mu mutanen makiyayansa ne, garke kuwa a ƙarƙashin kulawarsa. Yau, in kuka ji muryarsa,
କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
8 “Kada ku taurare zukatanku kamar yadda kuka yi a Meriba, kamar yadda kuka yi a wancan rana a Massa a hamada,
ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9 inda kakanninku suka gwada suka kuma jarraba ni, ko da yake sun ga abin da na yi.
ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
10 Shekara arba’in na yi fushi da wancan tsara; na ce, ‘Su mutane ne waɗanda zukatansu suka kauce, kuma ba su san hanyoyina ba.’
ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”
11 Saboda haka na yi rantsuwa cikin fushina, ‘Ba za su taɓa shiga hutuna ba.’”
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।