< Romawa 3 >
1 To, mece ce ribar zama mutumin Yahuda, ko kuwa mene ne amfanin kaciya?
ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।
2 Akwai riba ƙwarai ta kowace hanya! Da farko dai, su ne aka danƙa wa kalmomin nan na Allah.
ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
3 Amma a ce waɗansu ba su da bangaskiya fa? Rashin bangaskiyarsu nan zai shafe amincin Allah?
ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ?
4 Ko kaɗan! Bari Allah yă zama mai gaskiya, kowane mutum kuma yă zama maƙaryaci. Kamar yadda yake a rubuce cewa, “Gama a tabbatar kana da gaskiya, sa’ad da ka yi magana, ka kuma yi nasara sa’ad da ka yi shari’a.”
ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”
5 Amma in rashin adalcinmu ya bayyana adalcin Allah a fili, me za mu ce ke nan? Za mu ce Allah ya yi rashin adalci ke nan da ya saukar da fushinsa a kanmu? (Ina magana kamar yadda mutum zai yi ne.)
କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି।
6 Sam, ko kusa! Da a ce haka ne, ta yaya Allah zai shari’anta duniya?
ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?
7 Wani zai iya ce, “In a dalilin ƙaryata, gaskiyar Allah ta ƙara bayyana, har aka ƙara ɗaukaka shi, to, ta yaya zan zama mai zunubi, in ƙaryata tana kawo ɗaukaka ga Allah?”
କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?
8 In haka ne, “Ba sai mu yi ta yin mugunta don yă zama hanyar samun nagarta ba”? Kamar yadda masu baƙar magana game da mu suna cewa wai haka muke faɗa. Tabbatacce za a hukunta irin waɗannan da hukuncin da ya dace da su.
ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।
9 To, me za mu ce ke nan? Mun fi su ke nan? Ina, ko kaɗan! Mun riga mun zartar cewa da Yahudawa da Al’ummai duk suna a ƙarƙarshin zunubi.
ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
10 Kamar yadda yake a rubuce cewa, “Babu wani mai adalci, babu ko ɗaya;
ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
11 babu wani mai fahimta, babu wani mai neman Allah.
ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;
12 Duk sun kauce gaba ɗaya, sun zama marasa amfani; babu wani mai aikata nagarta, babu ko ɗaya.”
ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।
13 “Maƙogwaronsu kamar buɗaɗɗun kaburbura ne, harsunansu suna yin ƙarya.” “Dafin mugun maciji yana a leɓunansu.”
ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
14 “Bakunansu sun cike da la’ana da ɗacin rai.”
ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;
15 “Ƙafafunsu suna saurin kai su zuwa ga zub da jini;
ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,
16 hallaka da baƙin ciki suna ko’ina a hanyoyinsu,
ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,
17 ba su kuma san hanyar salama ba.”
ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।
18 “Babu tsoron Allah a idanunsu.”
ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”
19 Yanzu mun san cewa dukan abin da doka ta ce, tana magana ne ga waɗanda suke ƙarƙarshin doka, saboda a rufe kowane baki; dukan duniya kuma ta ba da lissafin kanta a gaban Allah.
ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
20 Saboda haka babu wanda Allah zai ce da shi mai adalci ta wurin kiyaye doka kawai; a maimako, ta wurin doka ne muke sane da zunubi.
କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
21 Amma yanzu an bayyana wani adalci daga Allah, wannan adalcin bai danganta ga doka ba, Doka da Annabawa suna ba da shaida game da wannan adalci.
କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
22 Wannan adalcin Allah yana zuwa ta wurin bangaskiya a cikin Yesu Kiristi ga dukan waɗanda suka ba da gaskiya ne. Ba bambanci,
ଅର୍ଥାତ୍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
23 gama duka sun yi zunubi suka kuma kāsa ga ɗaukakar Allah,
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
24 an kuma kuɓutar da su kyauta ta wurin alherinsa bisa ga aikin fansar da ya zo ta wurin Yesu Kiristi.
ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
25 Allah ya miƙa Yesu Kiristi a matsayin hadayar kafara, ta wurin bangaskiya cikin jininsa. Ya yi haka domin yă nuna adalcinsa, domin a cikin haƙurinsa bai hukunta zunuban da aka aikata a dā ba
ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
26 ya yi haka domin yă nuna adalcinsa a wannan lokaci, saboda yă zama mai adalci da mai kuɓutar da waɗanda suke ba da gaskiya a cikin Yesu.
ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
27 To, me za mu yi taƙama a kai? Babu wani abin da zamu yi taƙama a kai. A kan wace ƙa’ida ce za mu yi taƙama? Ta hanyar bin doka ne? A’a, sai dai ta wurin bangaskiya.
ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।
28 Gama mun tsaya a kan cewa ta wurin bangaskiya ne ake kuɓutar da mutum, ba ta wurin kiyaye doka ba.
ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
29 Allah ɗin, Allahn Yahudawa ne kaɗai? Shi ba Allahn Al’ummai ba ne? I, shi Allahn Al’ummai ne ma,
କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।
30 da yake Allah ɗaya ne kaɗai, shi kuma zai kuɓutar da masu kaciya bisa ga bangaskiya da kuma marasa kaciya ta wurin wannan bangaskiya ɗin.
କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।
31 To, za mu soke dokar saboda wannan bangaskiyar ne? Ko kaɗan! A maimako, sai ma tabbatar da ita muke yi.
ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।