< Romawa 6 >
1 Me za mu ce ke nan? Za mu ci gaba da yin zunubi domin alheri yă haɓaka?
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
2 Sam, ko kaɗan! Mun mutu ga zunubi; ta yaya za mu ci gaba da rayuwa a cikinsa kuma?
ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?
3 Ko ba ku sani ba cewa dukanmu da aka yi wa baftisma a cikin Kiristi Yesu an yi mana baftismar ne zuwa cikin mutuwarsa?
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
4 Saboda haka, an binne mu da shi ke nan, ta wurin baftisma cikin mutuwarsa, domin kamar yadda aka tā da Kiristi daga matattu ta wurin ɗaukakar Uba, haka mu ma mu yi zaman sabuwar rayuwa.
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
5 In kuwa mun zama ɗaya tare da shi haka a cikin mutuwarsa, tabbatacce mu ma za mu zama ɗaya tare da shi cikin tashinsa daga matattu.
କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।
6 Gama mun san cewa an gicciye halayenmu na dā tare da shi domin a kawar da jikin nan mai zunubi don kada mu ƙara zama bayi ga zunubi
ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
7 domin duk wanda ya mutu an’yantar da shi daga zunubi ke nan.
ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।
8 To, in mun mutu tare da Kiristi, mun gaskata cewa za mu rayu tare da shi kuma.
କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।
9 Gama mun san cewa da yake an tā da Kiristi daga matattu, ba zai sāke mutuwa ba; mutuwa ba ta da sauran iko a kansa.
ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।
10 Mutuwar da ya yi, ya mutu ne sau ɗaya tak, saboda yă shafe zunubi, amma rayuwar da yake yi, yana yi ne cikin tarayya da Allah.
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।
11 Haka ku ma, ku ɗauke kanku matattu ne ga ikon zunubi amma rayayyu cikin tarayya da Allah cikin Kiristi Yesu.
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
12 Saboda haka kada ku bar zunubi yă mallaki jikin nan naku mai mutuwa yă sa ku zama masu biyayya ga mugayen sha’awace-sha’awacensa.
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;
13 Kada ku miƙa gaɓoɓin jikinku ga zunubi a matsayin kayan aikin mugunta, sai dai ku miƙa kanku ga Allah, a matsayin waɗanda aka fitar da su daga mutuwa zuwa rai; ku kuma miƙa gaɓoɓin jikinku gare shi a matsayin kayan aikin adalci.
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
14 Gama zunubi ba zai zama maigidanku ba, domin ba kwa ƙarƙashin doka, sai dai ƙarƙashin alheri.
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
15 Me za mu ce ke nan? Za mu ci gaba yin zunubi domin ba ma ƙarƙashin doka sai dai ƙarƙashin alheri? Sam, ko kaɗan!
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
16 Ba ku sani ba cewa sa’ad da kuka miƙa kanku ga wani don ku yi masa biyayya a matsayin bayi, ko ku bayi ne ga zunubi, wanda yake kai ga mutuwa, ko kuwa ga biyayya, wadda take kai ga adalci, ashe, ba kun zama bayi ga wannan da kuke yi wa biyayya ba ke nan?
ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
17 Amma godiya ga Allah don ko da yake a dā ku bayi ne ga ikon zunubi, da dukan zuciyarku kun yi biyayya ga irin koyarwar da aka danƙa muku.
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
18 An’yanta ku daga zunubi, kun kuma zama bayi ga aikin adalci.
ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
19 Ina magana ne kamar mutane saboda kun raunana a jikinku. Kamar yadda kuka saba miƙa gaɓoɓin jikinku a bautar abubuwan ƙazanta da mugun aiki a kan mugun aiki, saboda haka yanzu sai ku miƙa su bayi ga aikin adalci mai kai ga zaman tsarki.
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
20 Sa’ad da kuke bayin zunubi, ba ruwanku da aikin adalci.
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।
21 Wace riba ce kuka samu a lokacin, daga abubuwan nan da yanzu suka zama muku abin kunya? Ƙarshen irin abubuwan nan dai, mutuwa ne!
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
22 Amma a yanzu da aka’yantar da ku daga zunubi kuka kuma zama bayi ga Allah, ribar da kuka samu tana kai ga zaman tsarki, ƙarshenta kuwa rai madawwami ne. (aiōnios )
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ। (aiōnios )
23 Gama sakamakon zunubi mutuwa ne, amma kyautar Allah rai madawwami ne a cikin Kiristi Yesu Ubangijinmu. (aiōnios )
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ। (aiōnios )