< Zakariya 6 >

1 Na sāke ɗaga kai sama, sai ga kekunan yaƙi guda huɗu a gabana suna fitowa tsakanin duwatsu guda biyu, duwatsun tagulla!
ଏଉତ୍ତାରେ ମୁଁ ପୁନର୍ବାର ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।
2 Karusa ta farko tana da jajjayen dawakai, ta biyu kuma baƙaƙen dawakai,
ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।
3 ta ukun farare dawakai, ta huɗu kuma dawakai masu ɗigo-ɗigo a dukan jikinsu, dukansu kuwa ƙarfafa.
ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।
4 Sai na tambayi mala’ikan da yake magana da ni na ce, “Mene ne waɗannan, ranka yă daɗe?”
ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”
5 Mala’ikan ya amsa mini ya ce, “Waɗannan su ne ruhohi huɗu na sama, waɗanda suka fito daga wurin Ubangiji na dukan duniya.
ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।
6 Wannan mai baƙaƙen dawakai zai nufi wajen ƙasar arewa, mai fararen dawakai zai nufi wajen yamma, sai kuma mai dawakai masu ɗigo-ɗigo a jiki zai nufi wajen kudu.”
ଯେଉଁ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ ଅଛନ୍ତି, ତାହା ଉତ୍ତର ଦେଶ ଆଡ଼େ ଗମନ କରୁଅଛି; ଶ୍ଵେତବର୍ଣ୍ଣ ଅଶ୍ୱଗଣ ପଶ୍ଚିମ ଦେଶ ଆଡ଼େ ଗଲେ; ଆଉ, ବିନ୍ଦୁଚିତ୍ରିତ ଅଶ୍ୱଗଣ ଦକ୍ଷିଣ ଦେଶ ଆଡ଼େ ଗମନ କଲେ।
7 Da ƙarfafa dawakan suka fito, sai suka yi marmari su ratsa dukan duniya. Sai ya ce, “Ku ratsa dukan duniya!” Saboda haka suka ratsa dukan duniya.
ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।
8 Sai ya kira ni ya ce, “Duba, waɗanda suka nufi wajen ƙasar arewa sun ba wa Ruhuna hutu a ƙasar arewa.”
ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”
9 Maganar Ubangiji ta zo mini, ta ce,
ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
10 “Ka karɓi azurfa da zinariya daga masu zaman bauta Heldai, Tobiya, Yedahiya, waɗanda suka iso daga Babilon. A ranar kuma ka je gidan Yosiya ɗan Zefaniya.
“ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।
11 Ka ɗauki azurfar da zinariyar ka yi rawani, ka ɗora shi a kan babban firist, Yoshuwa ɗan Yehozadak.
ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।
12 Ka ce masa ga abin da Ubangiji Maɗaukaki ya ce, ‘Ga mutumin da sunansa ne Reshe, zai kuma ratse daga inda yake yă gina haikalin Ubangiji.
ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!
13 Shi ne zai gina haikalin Ubangiji, za a kuma martaba shi da daraja, zai kuma zauna yă yi mulki a kan kursiyinsa. Zai zama firist a kan kursiyinsa. Kuma a tsakanin biyun za a sami zaman lafiya.’
ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’
14 Za a ba Heldai, Tobiya, Yedahiya da kuma Hen ɗan Zefaniya kamar abin tunawa a cikin haikalin Ubangiji.
ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।
15 Waɗanda suke nesa za su zo su taimaka gina haikalin Ubangiji, za ku kuma san cewa Ubangiji Maɗaukaki ne ya aiko ni gare ku. Wannan zai faru in kuka yi biyayya sosai ga Ubangiji Allahnku.”
ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”

< Zakariya 6 >