< Zakariya 8 >
1 Maganar Ubangiji Maɗaukaki ta sāke zuwa gare ni.
ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2 Ga abin da Ubangiji Maɗaukaki ya ce, “Ina kishin Sihiyona ƙwarai; ina kuma cike da kishi dominta.”
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।
3 Ga abin da Ubangiji ya ce, “Zan koma Sihiyona in zauna a Urushalima. Sa’an nan za a kira Urushalima Birnin Gaskiya, a kuma kira dutsen Ubangiji Maɗaukaki Dutse Mai Tsarki.”
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।
4 Ga abin da Ubangiji Maɗaukaki ya ce, “Tsofaffi maza da mata za su sāke zauna a titunan Urushalima, kowanne da sanda a hannu saboda tsufa.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
5 Titunan birnin za su cika da samari da’yan mata suna wasa.”
ପୁଣି, ଦାଣ୍ଡରେ ଖେଳିବା ପାଇଁ ବାଳକ ଓ ବାଳିକାରେ ନଗରର ପଥସବୁ ପରିପୂର୍ଣ୍ଣ ହେବ।
6 Ga abin da Ubangiji Maɗaukaki ya ce, “Mai yiwuwa ya zama da mamaki ga raguwar wannan mutanen da suke nan a lokacin, amma zai zama abin mamaki gare ni ne?” In ji Ubangiji Maɗaukaki.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଅବଶିଷ୍ଟାଂଶ ଲୋକମାନଙ୍କର ଦୃଷ୍ଟିରେ ସେହି ସମୟରେ ତାହା ଅସମ୍ଭବ ହେଲେ, ହେଁ ଆମ୍ଭ ଦୃଷ୍ଟିରେ କି ତାହା ଅସମ୍ଭବ ହେବ? ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି।
7 Ga abin da Ubangiji Maɗaukaki ya ce, “Zan ceci mutanena daga ƙasashen gabas da yamma.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!
8 Zan komo da su su zauna a Urushalima; za su zama mutanena, ni kuwa zan zama amintaccen Allahnsu mai adalci.”
ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”
9 Ga abin da Ubangiji Maɗaukaki ya ce, “Ku da yanzu kuke jin maganan nan da annabawa suka faɗi, waɗanda suke a nan lokacin da aka kafa harsashin haikalin Ubangiji Maɗaukaki, bari hannuwanku su zama da ƙarfi don a gama gina haikalin.
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।
10 Kafin wannan lokaci babu albashi domin mutum ko dabba. Ba wanda yake iya sakewa yă yi hidimominsa saboda maƙiya, domin na sa kowa yă zama maƙiyi maƙwabcinsa.
କାରଣ ସେହି ସମୟର ପୂର୍ବେ ମନୁଷ୍ୟ ପାଇଁ ବେତନ ନ ଥିଲା, କିଅବା ପଶୁ ପାଇଁ ଭଡ଼ା ନ ଥିଲା ଅଥବା ଯେଉଁ ଜନ ବାହାରକୁ ଗଲା, ଅବା ଭିତରକୁ ଆସିଲା, ବିପକ୍ଷ ସକାଶୁ ତାହାର କିଛି ଶାନ୍ତି ନ ଥିଲା; କାରଣ ଆମ୍ଭେ ପ୍ରତ୍ୟେକ ଜଣକୁ ଆପଣା ଆପଣା ପ୍ରତିବାସୀର ବିପକ୍ଷ କରାଇଲୁ।
11 Amma yanzu ba zan yi da waɗanda raguwar mutane yadda na yi da na dā ba,” in ji Ubangiji Maɗaukaki.
ମାତ୍ର ଏବେ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କର ପ୍ରତି ପୂର୍ବକାଳର ପରି ହେବା ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
12 “Iri zai yi girma da kyau, kuringa za tă ba da’ya’yanta, ƙasa za tă ba da hatsi, sama kuma za tă ba da raɓa. Zan ba da duk waɗannan abubuwa su zama gādo ga raguwar mutanen nan.
କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।
13 Kamar yadda kuka zama abin la’ana a ƙasashe, ya Yahuda da Isra’ila, haka zan cece ku, za ku kuma zama albarka. Kada ku ji tsoro, sai dai ku bar hannuwanku su zama da ƙarfi.”
ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”
14 Ga abin da Ubangiji Maɗaukaki ya ce, “Kamar dai yadda na yi niyyar kawo muku bala’i, in kuma ƙi jin tausayi sa’ad da kakanninku suka ba ni haushi,” in ji Ubangiji Maɗaukaki,
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
15 kada ku ji tsoro “saboda a yanzu na yi niyya in sāke yi wa Urushalima da Yahuda abu mai kyau.
ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।
16 Abubuwan da za ku yi ke nan. Ku gaya wa juna gaskiya, ku kuma dinga yin shari’ar gaskiya a ɗakunanku na shari’arku;
ତୁମ୍ଭମାନଙ୍କୁ ଏହିସବୁ କାର୍ଯ୍ୟ କରିବାକୁ ହେବ। ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ନିକଟରେ ସତ୍ୟ କୁହ; ଆପଣା ଆପଣା ନଗର-ଦ୍ୱାରରେ ସତ୍ୟ ଓ ଶାନ୍ତିଜନକ ବିଚାର ସାଧନ କର;
17 kada ku ƙulla wa maƙwabtanku mugunta, kuma kada ku so yin rantsuwa ta ƙarya. Ina ƙyamar waɗannan duka,” in ji Ubangiji Maɗaukaki.
ପୁଣି, ତୁମ୍ଭମାନଙ୍କର କେହି ମନେ ମନେ ଆପଣା ପ୍ରତିବାସୀର ବିରୁଦ୍ଧରେ ଅନିଷ୍ଟ ଚିନ୍ତା ନ କରୁ; କୌଣସି ମିଥ୍ୟା ଶପଥ ଭଲ ପାଅ ନାହିଁ; କାରଣ ଏହିସବୁ ବିଷୟକୁ ଆମ୍ଭେ ଘୃଣା କରୁ, ଏହା ସଦାପ୍ରଭୁ କହନ୍ତି।”
18 Maganar Ubangiji Maɗaukaki ta sāke zuwa wurina.
ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
19 Ga abin da Ubangiji Maɗaukaki ya ce, “Azumin wata na huɗu, da na watan biyar, da na watan bakwai da na watan goma za su zama lokutan farin ciki da murna da kuma bukukkuwa na murna ga Yahuda. Saboda haka sai ku ƙaunaci gaskiya da salama.”
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।
20 Ga abin da Ubangiji Maɗaukaki ya ce, “Mutane da yawa da kuma mazaunan birane da yawa har yanzu za su zo,
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ନାନା ଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
21 mazaunan wani birni za su je wurin mazaunan wani birni su ce, ‘Bari mu je nan da nan mu roƙi Ubangiji mu kuma nemi Ubangiji Maɗaukaki. Ni kaina zan je.’
ପୁଣି, ଏକ ନଗରର ନିବାସୀମାନେ ଅନ୍ୟ ନଗରକୁ ଯାଇ କହିବେ, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଶୀଘ୍ର ଯାଉ; ମୁଁ ମଧ୍ୟ ଯିବି।’
22 Mutane da yawa kuma da al’ummai masu ƙarfi za su zo Urushalima su nemi Ubangiji Maɗaukaki su kuma roƙe shi.”
ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ।
23 Ga abin da Ubangiji Maɗaukaki ya ce, “A kwanakin nan, mutane goma daga kabilu da al’ummai za su riƙe rigar mutumin Yahuda guda su ce, ‘Bari mu tafi tare da kai, domin mun ji cewa Allah yana tare da ku.’”
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”