< Markus 9 >
1 Sai ya ce masu, “Hakika, ina gaya maku, akwai wasun ku anan da ba za su mutu ba, sai sun ga mulkin Allah ya bayyana da iko.”
ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।
2 Bayan kwana shida Yesu ya dauki Bitrus, da Yakubu, da Yahaya, ya kai su kan wani dutse mai tsawo, su kadai. Sai kamaninsa ya sake a gabansu.
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
3 Sai tufafinsa ya zama fari fat, yadda ba mai rinin da zai iya rininsa haka a duniya.
ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।
4 Sai Iliya da Musa suka bayyana gare su, suna magana da Yesu.
ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।
5 Sai Bitrus ya amsa ya ce, malam, bari mu da muke anan mu kafa bukka uku, daya ta ka, daya ta Musa, da ta Iliya,
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
6 Ya rasa abin da zai fada ne, don sun tsorota kwarai.)
କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।
7 Sai ga wani gajimare ya zo ya rufe su, aka kuma ji wata murya daga gajimaren, “ta ce Wannan shine kaunataccen Dana, Ku saurare shi.
ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।
8 Nan take da suka duba, ba su ga kowa ba, sai Yesu shi kadai.
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।
9 Suna cikin gangarowa daga dutsen, sai ya kwabe su kada su gaya wa kowa abin da suka gani, sai bayan da Dan Mutum ya tashi daga mattatu.
ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ।
10 Sai suka bar zancen a tsakaninsu, amma suka tamabayi junansu “mene ne tashin matattu” ke nufi.
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।
11 Suka tambaye shi yaya malaman attaura suka ce Iliya zai fara zuwa?”
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
12 Ya ce masu, laile ne Iliya ya fara zuwa ya raya dukan abubuwan. Don me a ka rubuta cewa Dan Mutum, zai sha wuya iri iri a kuma ki shi?
ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?
13 Amma ina gaya muku Iliya ya riga, ya zo, amma sun yi masa abin da suke so su yi kamar yadda littatafai suka yi magana a kansa.”
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।
14 Sa'adda suka dawo wurin sauran almajiran, suka ga taron jama'a masu yawa suna ta muhawara tare da manyan malaman attaura.
ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।
15 Da ganin sa, sai dukan taron yayi mamaki kwarai da gaske, suka dungumo wurinsa a guje, suna gaishe shi.
ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।
16 Ya tambayi almajiransa, “Wacce muhawara ce kuke yi da su?”
ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
17 Daya daga cikin taron ya amsa masa”malam, ga shi na kawo maka dana don yana da beben aljani.
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
18 Duk lokacin da ya tasar masa yakan buga shi har kasa, na kuma yi wa almajiranka magana su fitar sun kasa.
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
19 Ya amsa masu ya ce ya ku mutanen zamaninnan marasa bangaskiya, har yaushe zan kasance tare da ku ina jimrewa? ku dai kawo mini shi.
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।
20 Sai suka kawo masa yaron. Da ruhun ya ga Yesu, nan da nan ya buge yaron jikinsa na rawa. Sai yaron ya fadi yana ta birgima, bakinsa yana kumfa.
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।
21 Yesu ya tambayi mahaifin yaron, Tun yaushe wannan abu ya same shi? Mahaifin yaron ya ce tun yana karami.
ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ;
22 Ya kuwa sha jefa shi a ruwa da wuta, don ya halakar da shi. Idan zaka iya yin wani abu, ka ji tausayinmu ka taimakemu.
ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।
23 Yesu ya ce masa, “In zan iya? Ai dukan abu mai yiwuwa ne, ga duk wanda ya gaskata.
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
24 Nan da nan mahaifin yaron ya daga murya ya ce, Na ba da gaskiya. A kore mini rashin bangaskiyata.
ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
25 Da Yesu ya ga taron na dungumowa a guje, sai ya tsawata wa bakin aljanin ya ce masa, “kai, beben aljani na umarce ka, ka fita daga wannan yaron kar ka sake shigar sa.
ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।
26 Sai wannan aljanin ya daga murya ya fita ya rabu da wannan yaron. Sai yaro ya zama kamar mattacce, sai sauran mutanen suka ce, “Ai, yaron ya mutu.
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।
27 Yesu ya kama hannunsa, ya daga shi, sai yaron ya mike tsaye.
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।
28 Da Yesu ya shiga gida, sai almajiransa suka tambaye shi a kadaice, me ya sa muka kasa fitar da shi?”
ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
29 Ya ce masu, “Ai, irin wannan ba ya fita sai da addu'a.”
ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
30 Sai suka ratsa cikin Galili, amma ba ya son kowa ya san inda suke.
ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
31 Da yake koyar da almajiransa, ya ce masu lokaci na zuwa da za'a ba da Dan mutum a hannun mutane, za su kuwa kashe shi, sa'adda aka kashe shi kuma, bayan kwana uku zai tashi.
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।
32 Amma fa ba su fahimci maganar ba, suna kuma jin tsoron tambayarsa.
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।
33 Sai suka zo kafarnahum. A lokacin da ya ke cikin gida, ya tambayi Al'majiransa, Menene ku ke magana a kansa a hanya?
ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
34 Amma suka yi shiru. don suna gardama da junansu akan hanya, a kan wane ne mafi girma.
କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।
35 Sai ya zauna, ya kira al'majiransa goma sha biyu, yace masu duk wanda ya ke so ya zama na fari, dole ya kankantar da kansa, sa'annan ya bautawa sauran duka.
ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।
36 Sai ya dauko karamin yaro a hannunsa ya sa shi a tsakiyarsu. Ya rumgome shi a kafadarsa ya ce masu.
ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
37 Dukan wanda ya karbi dan karamin yaron nan a cikin sunana ni ya karba, kuma dukan wanda ya karbi wani, ni ya karba, bai kuma karbeni ni kadai ba, duk da wanda ya aiko ni.”
ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
38 Sai Yahaya ya ce masa, Malam mun ga wani yana fitar da aljanu da sunanka mun yi kokari mu hana shi domin ba ya tare da mu.
ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।
39 Sai Yesu ya ce masu ku kyale shi domin babu wanda zai yi irin wannan babban aikin, sa'annan ya fadi wasu maganganu mara sa kyau a kanmu.
କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ;
40 Duk wanda ba ya gaba da mu, na mu ne.
କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।
41 Duk wanda ya ba ku ruwa ku sha domin kuna na Almasihu, gaskiya nake fada maku ba za ya rasa ladansa ba.
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
42 Amma duk wanda ya sa kananan nan tuntube, ya fi kyau a rataya masa dutsen nika a jefa shi a cikin teku.
ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
43 Idan har hannun ka zai sa ka yi tuntube, zai fi kyau ka yanke shi. Domin zai fi kyau ka shiga aljanna da hannu daya da ka shiga jahannama da hannu biyu. (Geenna )
ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna )
44 (Inda tsutsotsi basu mutuwa, wutar kuma bata mutuwa).
[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] ()
45 Idan kafarka za ta sa ka yi tuntube, ka yanke ta ka yar. Zai fi kyau ka shiga aljanna da kafa daya da ka shiga jahannama da kafa biyu. (Geenna )
ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ। (Geenna )
46 (Inda tsutsotsi basu mutuwa, wutar kuma bata mutuwa).
[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।] ()
47 Idan idonka zai sa ka yi tuntube, ka kwakule shi ka yar, domin gwamma ka shiga mulkin Allah da ido daya, da a jefa ka cikin wuta da idanu biyu. (Geenna )
ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ; (Geenna )
48 Inda tsutsotsi basu mutuwa, wutar kuma bata mutuwa.
କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ। ()
49 Domin da wuta za a tsarkake kowa.
ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।
50 Gishiri yana da kyau, amma idan ya rasa zakinsa, ta ya ya za ka sa shi yayi zaki kuma? Ku kasance da zaki, kuma ku yi zaman lafiya da kowa.
ଲବଣ ଉତ୍ତମ, କିନ୍ତୁ ଲବଣ ଯଦି ଲବଣତ୍ୱହୀନ ହୁଏ, ତାହାହେଲେ ତାହାକୁ କାହିଁରେ ସ୍ୱାଦଯୁକ୍ତ କରିବ? ତୁମ୍ଭେମାନେ ଆପଣାଠାରେ ଲବଣତ୍ଵ ରଖ ଏବଂ ପରସ୍ପର ସହିତ ଶାନ୍ତିରେ ରୁହ।