< מלכים א 13 >
והנה איש אלהים בא מיהודה בדבר יהוה--אל בית אל וירבעם עמד על המזבח להקטיר | 1 |
ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।
ויקרא על המזבח בדבר יהוה ויאמר מזבח מזבח כה אמר יהוה הנה בן נולד לבית דוד יאשיהו שמו וזבח עליך את כהני הבמות המקטרים עליך ועצמות אדם ישרפו עליך | 2 |
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
ונתן ביום ההוא מופת לאמר זה המופת אשר דבר יהוה הנה המזבח נקרע ונשפך הדשן אשר עליו | 3 |
ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
ויהי כשמע המלך את דבר איש האלהים אשר קרא על המזבח בבית אל וישלח ירבעם את ידו מעל המזבח לאמר תפשהו ותיבש ידו אשר שלח עליו ולא יכל להשיבה אליו | 4 |
ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
והמזבח נקרע וישפך הדשן מן המזבח כמופת אשר נתן איש האלהים--בדבר יהוה | 5 |
ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
ויען המלך ויאמר אל איש האלהים חל נא את פני יהוה אלהיך והתפלל בעדי ותשב ידי אלי ויחל איש האלהים את פני יהוה ותשב יד המלך אליו ותהי כבראשנה | 6 |
ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
וידבר המלך אל איש האלהים באה אתי הביתה וסעדה ואתנה לך מתת | 7 |
ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
ויאמר איש האלהים אל המלך אם תתן לי את חצי ביתך לא אבא עמך ולא אכל לחם ולא אשתה מים במקום הזה | 8 |
ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
כי כן צוה אתי בדבר יהוה לאמר לא תאכל לחם ולא תשתה מים ולא תשוב בדרך אשר הלכת | 9 |
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
וילך בדרך אחר ולא שב בדרך אשר בא בה אל בית אל | 10 |
ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
ונביא אחד זקן ישב בבית אל ויבוא בנו ויספר לו את כל המעשה אשר עשה איש האלהים היום בבית אל את הדברים אשר דבר אל המלך ויספרום לאביהם | 11 |
ସେହି ବେଥେଲ୍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
וידבר אלהם אביהם אי זה הדרך הלך ויראו בניו את הדרך אשר הלך איש האלהים אשר בא מיהודה | 12 |
ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
ויאמר אל בניו חבשו לי החמור ויחבשו לו החמור וירכב עליו | 13 |
ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
וילך אחרי איש האלהים וימצאהו ישב תחת האלה ויאמר אליו האתה איש האלהים אשר באת מיהודה--ויאמר אני | 14 |
ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
ויאמר אליו לך אתי הביתה ואכל לחם | 15 |
ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
ויאמר לא אוכל לשוב אתך--ולבוא אתך ולא אכל לחם ולא אשתה אתך מים במקום הזה | 16 |
ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
כי דבר אלי בדבר יהוה לא תאכל לחם ולא תשתה שם מים לא תשוב ללכת בדרך אשר הלכת בה | 17 |
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
ויאמר לו גם אני נביא כמוך ומלאך דבר אלי בדבר יהוה לאמר השבהו אתך אל ביתך ויאכל לחם וישת מים כחש לו | 18 |
ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
וישב אתו ויאכל לחם בביתו--וישת מים | 19 |
ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
ויהי הם ישבים אל השלחן ויהי דבר יהוה אל הנביא אשר השיבו | 20 |
ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
ויקרא אל איש האלהים אשר בא מיהודה לאמר כה אמר יהוה יען כי מרית פי יהוה ולא שמרת את המצוה אשר צוך יהוה אלהיך | 21 |
ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
ותשב ותאכל לחם ותשת מים במקום אשר דבר אליך אל תאכל לחם ואל תשת מים--לא תבוא נבלתך אל קבר אבתיך | 22 |
ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
ויהי אחרי אכלו לחם--ואחרי שתותו ויחבש לו החמור לנביא אשר השיבו | 23 |
ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍ବକ୍ତା ପାଇଁ ଗଧ ସଜାଇଲା।
וילך וימצאהו אריה בדרך וימיתהו ותהי נבלתו משלכת בדרך והחמור עמד אצלה והאריה עמד אצל הנבלה | 24 |
ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
והנה אנשים עברים ויראו את הנבלה משלכת בדרך ואת האריה עמד אצל הנבלה ויבאו וידברו בעיר אשר הנביא הזקן ישב בה | 25 |
ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
וישמע הנביא אשר השיבו מן הדרך ויאמר איש האלהים הוא אשר מרה את פי יהוה ויתנהו יהוה לאריה וישברהו וימתהו כדבר יהוה אשר דבר לו | 26 |
ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
וידבר אל בניו לאמר חבשו לי את החמור ויחבשו | 27 |
ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
וילך וימצא את נבלתו משלכת בדרך וחמור והאריה עמדים אצל הנבלה לא אכל האריה את הנבלה ולא שבר את החמור | 28 |
ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
וישא הנביא את נבלת איש האלהים וינחהו אל החמור--וישיבהו ויבא אל עיר הנביא הזקן לספד ולקברו | 29 |
ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
וינח את נבלתו בקברו ויספדו עליו הוי אחי | 30 |
ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
ויהי אחרי קברו אתו ויאמר אל בניו לאמר במותי וקברתם אתי בקבר אשר איש האלהים קבור בו אצל עצמתיו הניחו את עצמתי | 31 |
ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
כי היה יהיה הדבר אשר קרא בדבר יהוה על המזבח אשר בבית אל ועל כל בתי הבמות אשר בערי שמרון | 32 |
କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
אחר הדבר הזה לא שב ירבעם מדרכו הרעה וישב ויעש מקצות העם כהני במות--החפץ ימלא את ידו ויהי כהני במות | 33 |
ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
ויהי בדבר הזה לחטאת בית ירבעם ולהכחיד ולהשמיד מעל פני האדמה | 34 |
ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।