< דברי הימים ב 13 >

בשנת שמונה עשרה למלך ירבעם וימלך אביה על יהודה 1
ଯାରବୀୟାମ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
שלוש שנים מלך בירושלם ושם אמו מיכיהו בת אוריאל מן גבעה ומלחמה היתה בין אביה ובין ירבעם 2
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଚାଲିଲା।
ויאסר אביה את המלחמה בחיל גבורי מלחמה ארבע מאות אלף איש בחור וירבעם ערך עמו מלחמה בשמונה מאות אלף איש בחור גבור חיל 3
ଅବୀୟ ଚାରି ଲକ୍ଷ ବଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ ଆଠ ଲକ୍ଷ ବଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।
ויקם אביה מעל להר צמרים אשר בהר אפרים ויאמר שמעוני ירבעם וכל ישראל 4
ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;
הלא לכם לדעת כי יהוה אלהי ישראל נתן ממלכה לדויד על ישראל לעולם לו ולבניו ברית מלח 5
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
ויקם ירבעם בן נבט עבד שלמה בן דויד וימרד על אדניו 6
ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।
ויקבצו עליו אנשים רקים בני בליעל ויתאמצו על רחבעם בן שלמה ורחבעם היה נער ורך לבב ולא התחזק לפניהם 7
ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।
ועתה אתם אמרים להתחזק לפני ממלכת יהוה ביד בני דויד ואתם המון רב ועמכם עגלי זהב אשר עשה לכם ירבעם לאלהים 8
ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।
הלא הדחתם את כהני יהוה את בני אהרן והלוים ותעשו לכם כהנים כעמי הארצות--כל הבא למלא ידו בפר בן בקר ואילם שבעה והיה כהן ללא אלהים 9
ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।
ואנחנו יהוה אלהינו ולא עזבנהו וכהנים משרתים ליהוה בני אהרן והלוים במלאכת 10
ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;
ומקטרים ליהוה עלות בבקר בבקר ובערב בערב וקטרת סמים ומערכת לחם על השלחן הטהור ומנורת הזהב ונרתיה לבער בערב בערב--כי שמרים אנחנו את משמרת יהוה אלהינו ואתם עזבתם אתו 11
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
והנה עמנו בראש האלהים וכהניו וחצצרות התרועה--להריע עליכם בני ישראל אל תלחמו עם יהוה אלהי אבתיכם--כי לא תצליחו 12
ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
וירבעם הסב את המארב לבוא מאחריהם ויהיו לפני יהודה והמארב מאחריהם 13
ତଥାପି ଯାରବୀୟାମ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।
ויפנו יהודה והנה להם המלחמה פנים ואחור ויצעקו ליהוה והכהנים מחצצרים (מחצרים) בחצצרות 14
ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।
ויריעו איש יהודה ויהי בהריע איש יהודה והאלהים נגף את ירבעם וכל ישראל לפני אביה ויהודה 15
ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।
וינוסו בני ישראל מפני יהודה ויתנם אלהים בידם 16
ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
ויכו בהם אביה ועמו מכה רבה ויפלו חללים מישראל חמש מאות אלף איש בחור 17
ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ।
ויכנעו בני ישראל בעת ההיא ויאמצו בני יהודה כי נשענו על יהוה אלהי אבותיהם 18
ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
וירדף אביה אחרי ירבעם וילכד ממנו ערים את בית אל ואת בנותיה ואת ישנה ואת בנותיה ואת עפרון (עפרין) ובנתיה 19
ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।
ולא עצר כח ירבעם עוד בימי אביהו ויגפהו יהוה וימת 20
ପୁଣି ଅବୀୟଙ୍କର ଜୀବନ କାଳ ଯାଏ ଯାରବୀୟାମ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
ויתחזק אביהו--וישא לו נשים ארבע עשרה ויולד עשרים ושנים בנים ושש עשרה בנות 21
ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।
ויתר דברי אביה ודרכיו ודבריו--כתובים במדרש הנביא עדו 22
ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍‍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।

< דברי הימים ב 13 >