< דברי הימים ב 17 >
וימלך יהושפט בנו תחתיו ויתחזק על ישראל | 1 |
ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
ויתן חיל--בכל ערי יהודה הבצרות ויתן נציבים בארץ יהודה ובערי אפרים אשר לכד אסא אביו | 2 |
ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
ויהי יהוה עם יהושפט כי הלך בדרכי דויד אביו הראשנים ולא דרש לבעלים | 3 |
ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
כי לאלהי אביו דרש ובמצותיו הלך ולא כמעשה ישראל | 4 |
ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
ויכן יהוה את הממלכה בידו ויתנו כל יהודה מנחה ליהושפט ויהי לו עשר וכבוד לרב | 5 |
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
ויגבה לבו בדרכי יהוה ועוד הסיר את הבמות ואת האשרים--מיהודה | 6 |
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
ובשנת שלוש למלכו שלח לשריו לבן חיל ולעבדיה ולזכריה ולנתנאל ולמיכיהו--ללמד בערי יהודה | 7 |
ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
ועמהם הלוים שמעיהו ונתניהו וזבדיהו ועשהאל ושמרימות (ושמירמות) ויהונתן ואדניהו וטוביהו וטוב אדוניה--הלוים ועמהם אלישמע ויהורם הכהנים | 8 |
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।
וילמדו ביהודה ועמהם ספר תורת יהוה ויסבו בכל ערי יהודה וילמדו בעם | 9 |
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
ויהי פחד יהוה על כל ממלכות הארצות אשר סביבות יהודה ולא נלחמו עם יהושפט | 10 |
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
ומן פלשתים מביאים ליהושפט מנחה--וכסף משא גם הערביאים מביאים לו צאן אילים שבעת אלפים ושבע מאות ותישים שבעת אלפים ושבע מאות | 11 |
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
ויהי יהושפט הלך וגדל עד למעלה ויבן ביהודה בירניות וערי מסכנות | 12 |
ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
ומלאכה רבה היה לו בערי יהודה ואנשי מלחמה גבורי חיל בירושלם | 13 |
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
ואלה פקדתם לבית אבותיהם ליהודה שרי אלפים-- עדנה השר ועמו גבורי חיל שלש מאות אלף | 14 |
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
ועל ידו יהוחנן השר ועמו מאתים ושמונים אלף | 15 |
ତାହା ଉତ୍ତାରେ ଯିହୋହାନନ୍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
ועל ידו עמסיה בן זכרי המתנדב ליהוה ועמו מאתים אלף גבור חיל | 16 |
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
ומן בנימן--גבור חיל אלידע ועמו נשקי קשת ומגן מאתים אלף | 17 |
ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
ועל ידו יהוזבד ועמו מאה ושמונים אלף חלוצי צבא | 18 |
ଆଉ ତାହା ଉତ୍ତାରେ ଯିହୋଷାବଦ୍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
אלה המשרתים את המלך מלבד אשר נתן המלך בערי המבצר--בכל יהודה | 19 |
ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।