< מלכים ב 20 >
בימים ההם חלה חזקיהו למות ויבא אליו ישעיהו בן אמוץ הנביא ויאמר אליו כה אמר יהוה צו לביתך--כי מת אתה ולא תחיה | 1 |
ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
ויסב את פניו אל הקיר ויתפלל--אל יהוה לאמר | 2 |
ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
אנה יהוה זכר נא את אשר התהלכתי לפניך באמת ובלבב שלם והטוב בעיניך עשיתי ויבך חזקיהו בכי גדול | 3 |
“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
ויהי ישעיהו--לא יצא העיר (חצר) התיכנה ודבר יהוה--היה אליו לאמר | 4 |
ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
שוב ואמרת אל חזקיהו נגיד עמי כה אמר יהוה אלהי דוד אביך שמעתי את תפלתך ראיתי את דמעתך הנני רפא לך--ביום השלישי תעלה בית יהוה | 5 |
ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
והספתי על ימיך חמש עשרה שנה ומכף מלך אשור אצילך ואת העיר הזאת וגנותי על העיר הזאת--למעני ולמען דוד עבדי | 6 |
ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”
ויאמר ישעיהו קחו דבלת תאנים ויקחו וישימו על השחין ויחי | 7 |
ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
ויאמר חזקיהו אל ישעיהו מה אות כי ירפא יהוה לי ועליתי ביום השלישי בית יהוה | 8 |
ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
ויאמר ישעיהו זה לך האות מאת יהוה כי יעשה יהוה את הדבר אשר דבר הלך הצל עשר מעלות אם ישוב עשר מעלות | 9 |
ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
ויאמר יחזקיהו נקל לצל לנטות עשר מעלות לא כי ישוב הצל אחרנית עשר מעלות | 10 |
ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
ויקרא ישעיהו הנביא אל יהוה וישב את הצל במעלות אשר ירדה במעלות אחז אחרנית--עשר מעלות | 11 |
ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
בעת ההיא שלח בראדך בלאדן בן בלאדן מלך בבל ספרים ומנחה--אל חזקיהו כי שמע כי חלה חזקיהו | 12 |
ସେହି ସମୟରେ ବଲ୍ଦନ୍ର ପୁତ୍ର ବରୋଦକ୍ ବଲ୍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
וישמע עליהם חזקיהו ויראם את כל בית נכתה את הכסף ואת הזהב ואת הבשמים ואת שמן הטוב ואת בית כליו ואת כל אשר נמצא באוצרתיו לא היה דבר אשר לא הראם חזקיהו בביתו--ובכל ממשלתו | 13 |
ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
ויבא ישעיהו הנביא אל המלך חזקיהו ויאמר אליו מה אמרו האנשים האלה ומאין יבאו אליך ויאמר חזקיהו מארץ רחוקה באו מבבל | 14 |
ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
ויאמר מה ראו בביתך ויאמר חזקיהו את כל אשר בביתי ראו--לא היה דבר אשר לא הראיתם באצרתי | 15 |
ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
ויאמר ישעיהו אל חזקיהו שמע דבר יהוה | 16 |
ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
הנה ימים באים ונשא כל אשר בביתך ואשר אצרו אבתיך עד היום הזה בבלה לא יותר דבר אמר יהוה | 17 |
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
ומבניך אשר יצאו ממך אשר תוליד--יקח (יקחו) והיו סריסים בהיכל מלך בבל | 18 |
ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
ויאמר חזקיהו אל ישעיהו טוב דבר יהוה אשר דברת ויאמר הלוא אם שלום ואמת יהיה בימי | 19 |
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
ויתר דברי חזקיהו וכל גבורתו ואשר עשה את הברכה ואת התעלה ויבא את המים העירה הלא הם כתובים על ספר דברי הימים--למלכי יהודה | 20 |
ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
וישכב חזקיהו עם אבתיו וימלך מנשה בנו תחתיו | 21 |
ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।