< מלכים ב 22 >

בן שמנה שנה יאשיהו במלכו ושלשים ואחת שנה מלך בירושלם ושם אמו ידידה בת עדיה מבצקת 1
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
ויעש הישר בעיני יהוה וילך בכל דרך דוד אביו ולא סר ימין ושמאול 2
ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
ויהי בשמנה עשרה שנה למלך יאשיהו שלח המלך את שפן בן אצליהו בן משלם הספר בית יהוה לאמר 3
ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍‍ର ପୌତ୍ର ଅତ୍‍ସଲୀୟର ପୁତ୍ର ଶାଫନ୍‍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
עלה אל חלקיהו הכהן הגדול ויתם את הכסף המובא בית יהוה--אשר אספו שמרי הסף מאת העם 4
“ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
ויתנה (ויתנוהו) על יד עשי המלאכה המפקדים בבית (בית) יהוה ויתנו אתו לעשי המלאכה אשר בבית יהוה לחזק בדק הבית 5
ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
לחרשים ולבנים ולגדרים ולקנות עצים ואבני מחצב לחזק את הבית 6
ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”
אך לא יחשב אתם הכסף הנתן על ידם כי באמונה הם עשים 7
ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
ויאמר חלקיהו הכהן הגדול על שפן הספר ספר התורה מצאתי בבית יהוה ויתן חלקיה את הספר אל שפן ויקראהו 8
ସେତେବେଳେ ହିଲ୍‍କୀୟ ମହାଯାଜକ ଶାଫନ୍‍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
ויבא שפן הספר אל המלך וישב את המלך דבר ויאמר התיכו עבדיך את הכסף הנמצא בבית ויתנהו על יד עשי המלאכה המפקדים בית יהוה 9
ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
ויגד שפן הספר למלך לאמר ספר נתן לי חלקיה הכהן ויקראהו שפן לפני המלך 10
ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
ויהי כשמע המלך את דברי ספר התורה ויקרע את בגדיו 11
ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
ויצו המלך את חלקיה הכהן ואת אחיקם בן שפן ואת עכבור בן מיכיה ואת שפן הספר ואת עשיה עבד המלך--לאמר 12
ପୁଣି ରାଜା ଯୋଶୀୟ ହିଲ୍‍କୀୟ ଯାଜକକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍‍‌‌ବୋରକୁ ଓ ଶାଫନ୍‍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
לכו דרשו את יהוה בעדי ובעד העם ובעד כל יהודה על דברי הספר הנמצא הזה כי גדולה חמת יהוה אשר היא נצתה בנו על אשר לא שמעו אבתינו על דברי הספר הזה לעשות ככל הכתוב עלינו 13
“ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
וילך חלקיהו הכהן ואחיקם ועכבור ושפן ועשיה אל חלדה הנביאה אשת שלם בן תקוה בן חרחס שמר הבגדים והיא ישבת בירושלם במשנה וידברו אליה 14
ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
ותאמר אליהם כה אמר יהוה אלהי ישראל אמרו לאיש אשר שלח אתכם אלי 15
ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
כה אמר יהוה הנני מביא רעה אל המקום הזה ועל ישביו--את כל דברי הספר אשר קרא מלך יהודה 16
‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
תחת אשר עזבוני ויקטרו לאלהים אחרים למען הכעיסני בכל מעשה ידיהם ונצתה חמתי במקום הזה ולא תכבה 17
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।
ואל מלך יהודה השלח אתכם לדרש את יהוה כה תאמרו אליו כה אמר יהוה אלהי ישראל הדברים אשר שמעת 18
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍‍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
יען רך לבבך ותכנע מפני יהוה בשמעך אשר דברתי על המקום הזה ועל ישביו להיות לשמה ולקללה ותקרע את בגדיך ותבכה לפני וגם אנכי שמעתי נאם יהוה 19
ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
לכן הנני אספך על אבתיך ונאספת אל קברתיך בשלום ולא תראינה עיניך בכל הרעה אשר אני מביא על המקום הזה וישבו את המלך דבר 20
ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।

< מלכים ב 22 >