< אסתר 2 >

אחר הדברים האלה כשך חמת המלך אחשורוש--זכר את ושתי ואת אשר עשתה ואת אשר נגזר עליה 1
ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।
ויאמרו נערי המלך משרתיו יבקשו למלך נערות בתולות טובות מראה 2
ତେଣୁ ରାଜାଙ୍କ ସେବାକାରୀ ଭୃତ୍ୟମାନେ ତାହାଙ୍କୁ କହିଲେ, “ମହାରାଜାଙ୍କ ପାଇଁ ସୁନ୍ଦରୀ ଯୁବତୀ କନ୍ୟାଗଣର ଅନ୍ଵେଷଣ କରାଯାଉ।
ויפקד המלך פקידים בכל מדינות מלכותו ויקבצו את כל נערה בתולה טובת מראה אל שושן הבירה אל בית הנשים אל יד הגא סריס המלך שמר הנשים ונתון תמרקיהן 3
ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍‍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,
והנערה אשר תיטב בעיני המלך--תמלך תחת ושתי וייטב הדבר בעיני המלך ויעש כן 4
ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।
איש יהודי היה בשושן הבירה ושמו מרדכי בן יאיר בן שמעי בן קיש--איש ימיני 5
ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍‍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍‍ର ପ୍ରପୌତ୍ର।
אשר הגלה מירושלים עם הגלה אשר הגלתה עם יכניה מלך יהודה--אשר הגלה נבוכדנצר מלך בבל 6
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।
ויהי אמן את הדסה היא אסתר בת דדו--כי אין לה אב ואם והנערה יפת תאר וטובת מראה ובמות אביה ואמה לקחה מרדכי לו לבת 7
ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍‍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।
ויהי בהשמע דבר המלך ודתו ובהקבץ נערות רבות אל שושן הבירה אל יד הגי ותלקח אסתר אל בית המלך אל יד הגי שמר הנשים 8
ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍‍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।
ותיטב הנערה בעיניו ותשא חסד לפניו ויבהל את תמרוקיה ואת מנותה לתת לה ואת שבע הנערות הראיות לתת לה מבית המלך וישנה ואת נערותיה לטוב בית הנשים 9
ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।
לא הגידה אסתר את עמה ואת מולדתה כי מרדכי צוה עליה אשר לא תגיד 10
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।
ובכל יום ויום--מרדכי מתהלך לפני חצר בית הנשים לדעת את שלום אסתר ומה יעשה בה 11
ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।
ובהגיע תר נערה ונערה לבוא אל המלך אחשורוש מקץ היות לה כדת הנשים שנים עשר חדש--כי כן ימלאו ימי מרוקיהן ששה חדשים בשמן המר וששה חדשים בבשמים ובתמרוקי הנשים 12
ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;
ובזה הנערה באה אל המלך--את כל אשר תאמר ינתן לה לבוא עמה מבית הנשים עד בית המלך 13
ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।
בערב היא באה ובבקר היא שבה אל בית הנשים שני אל יד שעשגז סריס המלך שמר הפילגשים לא תבוא עוד אל המלך כי אם חפץ בה המלך ונקראה בשם 14
ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।
ובהגיע תר אסתר בת אביחיל דד מרדכי אשר לקח לו לבת לבוא אל המלך לא בקשה דבר--כי אם את אשר יאמר הגי סריס המלך שמר הנשים ותהי אסתר נשאת חן בעיני כל ראיה 15
ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।
ותלקח אסתר אל המלך אחשורוש אל בית מלכותו בחדש העשירי הוא חדש טבת--בשנת שבע למלכותו 16
ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍‍, ଟେବେତ୍‍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
ויאהב המלך את אסתר מכל הנשים ותשא חן וחסד לפניו מכל הבתולות וישם כתר מלכות בראשה וימליכה תחת ושתי 17
ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।
ויעש המלך משתה גדול לכל שריו ועבדיו--את משתה אסתר והנחה למדינות עשה ויתן משאת כיד המלך 18
ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
ובהקבץ בתולות שנית ומרדכי ישב בשער המלך 19
କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।
אין אסתר מגדת מולדתה ואת עמה כאשר צוה עליה מרדכי ואת מאמר מרדכי אסתר עשה כאשר היתה באמנה אתו 20
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।
בימים ההם ומרדכי יושב בשער המלך קצף בגתן ותרש שני סריסי המלך משמרי הסף ויבקשו לשלח יד במלך אחשורש 21
ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।
ויודע הדבר למרדכי ויגד לאסתר המלכה ותאמר אסתר למלך בשם מרדכי 22
ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।
ויבקש הדבר וימצא ויתלו שניהם על עץ ויכתב בספר דברי הימים--לפני המלך 23
ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।

< אסתר 2 >