+ בראשית 1 >

בראשית ברא אלהים את השמים ואת הארץ 1
ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।
והארץ היתה תהו ובהו וחשך על פני תהום ורוח אלהים מרחפת על פני המים 2
ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
ויאמר אלהים יהי אור ויהי אור 3
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।
וירא אלהים את האור כי טוב ויבדל אלהים בין האור ובין החשך 4
ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।
ויקרא אלהים לאור יום ולחשך קרא לילה ויהי ערב ויהי בקר יום אחד 5
ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
ויאמר אלהים יהי רקיע בתוך המים ויהי מבדיל בין מים למים 6
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।”
ויעש אלהים את הרקיע ויבדל בין המים אשר מתחת לרקיע ובין המים אשר מעל לרקיע ויהי כן 7
ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
ויקרא אלהים לרקיע שמים ויהי ערב ויהי בקר יום שני 8
ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
ויאמר אלהים יקוו המים מתחת השמים אל מקום אחד ותראה היבשה ויהי כן 9
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
ויקרא אלהים ליבשה ארץ ולמקוה המים קרא ימים וירא אלהים כי טוב 10
ପୁଣି, ପରମେଶ୍ୱର ସ୍ଥଳର ନାମ “ପୃଥିବୀ,” ଓ ଜଳରାଶିର ନାମ “ସମୁଦ୍ର” ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।
ויאמר אלהים תדשא הארץ דשא עשב מזריע זרע עץ פרי עשה פרי למינו אשר זרעו בו על הארץ ויהי כן 11
ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।
ותוצא הארץ דשא עשב מזריע זרע למינהו ועץ עשה פרי אשר זרעו בו למינהו וירא אלהים כי טוב 12
ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।
ויהי ערב ויהי בקר יום שלישי 13
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
ויאמר אלהים יהי מארת ברקיע השמים להבדיל בין היום ובין הלילה והיו לאתת ולמועדים ולימים ושנים 14
ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।
והיו למאורת ברקיע השמים להאיר על הארץ ויהי כן 15
ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।
ויעש אלהים את שני המארת הגדלים את המאור הגדל לממשלת היום ואת המאור הקטן לממשלת הלילה ואת הכוכבים 16
ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତିଃ, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।
ויתן אתם אלהים ברקיע השמים להאיר על הארץ 17
ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,
ולמשל ביום ובלילה ולהבדיל בין האור ובין החשך וירא אלהים כי טוב 18
ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
ויהי ערב ויהי בקר יום רביעי 19
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
ויאמר אלהים--ישרצו המים שרץ נפש חיה ועוף יעופף על הארץ על פני רקיע השמים 20
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”
ויברא אלהים את התנינם הגדלים ואת כל נפש החיה הרמשת אשר שרצו המים למינהם ואת כל עוף כנף למינהו וירא אלהים כי טוב 21
ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।
ויברך אתם אלהים לאמר פרו ורבו ומלאו את המים בימים והעוף ירב בארץ 22
ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”
ויהי ערב ויהי בקר יום חמישי 23
ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
ויאמר אלהים תוצא הארץ נפש חיה למינה בהמה ורמש וחיתו ארץ למינה ויהי כן 24
ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।
ויעש אלהים את חית הארץ למינה ואת הבהמה למינה ואת כל רמש האדמה למינהו וירא אלהים כי טוב 25
ଏହିରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟ ପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେସମସ୍ତ ଉତ୍ତମ ଦେଖିଲେ।
ויאמר אלהים נעשה אדם בצלמנו כדמותנו וירדו בדגת הים ובעוף השמים ובבהמה ובכל הארץ ובכל הרמש הרמש על הארץ 26
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
ויברא אלהים את האדם בצלמו בצלם אלהים ברא אתו זכר ונקבה ברא אתם 27
ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
ויברך אתם אלהים ויאמר להם אלהים פרו ורבו ומלאו את הארץ וכבשה ורדו בדגת הים ובעוף השמים ובכל חיה הרמשת על הארץ 28
ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।”
ויאמר אלהים הנה נתתי לכם את כל עשב זרע זרע אשר על פני כל הארץ ואת כל העץ אשר בו פרי עץ זרע זרע לכם יהיה לאכלה 29
ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।
ולכל חית הארץ ולכל עוף השמים ולכל רומש על הארץ אשר בו נפש חיה את כל ירק עשב לאכלה ויהי כן 30
ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।
וירא אלהים את כל אשר עשה והנה טוב מאד ויהי ערב ויהי בקר יום הששי 31
ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

+ בראשית 1 >