< ירמיה 22 >
כה אמר יהוה רד בית מלך יהודה ודברת שם את הדבר הזה | 1 |
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
ואמרת שמע דבר יהוה מלך יהודה הישב על כסא דוד אתה ועבדיך ועמך הבאים בשערים האלה | 2 |
ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
כה אמר יהוה עשו משפט וצדקה והצילו גזול מיד עשוק וגר יתום ואלמנה אל תנו אל תחמסו ודם נקי אל תשפכו במקום הזה | 3 |
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।
כי אם עשו תעשו את הדבר הזה--ובאו בשערי הבית הזה מלכים ישבים לדוד על כסאו רכבים ברכב ובסוסים הוא ועבדו ועמו | 4 |
କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।
ואם לא תשמעו את הדברים האלה--בי נשבעתי נאם יהוה כי לחרבה יהיה הבית הזה | 5 |
ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।
כי כה אמר יהוה על בית מלך יהודה גלעד אתה לי ראש הלבנון אם לא אשיתך מדבר ערים לא נושבה (נושבו) | 6 |
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।
וקדשתי עליך משחתים איש וכליו וכרתו מבחר ארזיך והפילו על האש | 7 |
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ।
ועברו גוים רבים על העיר הזאת ואמרו איש אל רעהו על מה עשה יהוה ככה לעיר הגדולה הזאת | 8 |
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’
ואמרו--על אשר עזבו את ברית יהוה אלהיהם וישתחוו לאלהים אחרים ויעבדום | 9 |
ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”
אל תבכו למת ואל תנדו לו בכו בכו להלך--כי לא ישוב עוד וראה את ארץ מולדתו | 10 |
ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ।
כי כה אמר יהוה אל שלם בן יאשיהו מלך יהודה המלך תחת יאשיהו אביו אשר יצא מן המקום הזה לא ישוב שם עוד | 11 |
ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
כי במקום אשר הגלו אתו--שם ימות ואת הארץ הזאת לא יראה עוד | 12 |
“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।”
הוי בנה ביתו בלא צדק ועליותיו בלא משפט ברעהו יעבד חנם ופעלו לא יתן לו | 13 |
“ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;
האמר אבנה לי בית מדות ועליות מרוחים וקרע לו חלוני וספון בארז ומשוח בששר | 14 |
ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!
התמלך כי אתה מתחרה בארז אביך הלוא אכל ושתה ועשה משפט וצדקה--אז טוב לו | 15 |
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ? ତୁମ୍ଭର ପିତା କି ଭୋଜନପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା।
דן דין עני ואביון אז טוב הלוא היא הדעת אתי נאם יהוה | 16 |
ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ?
כי אין עיניך ולבך כי אם על בצעך ועל דם הנקי לשפוך ועל העשק ועל המרוצה לעשות | 17 |
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”
לכן כה אמר יהוה אל יהויקים בן יאשיהו מלך יהודה לא יספדו לו הוי אחי והוי אחות לא יספדו לו הוי אדון והוי הדה | 18 |
ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ! କହି ତାହା ପାଇଁ ବିଳାପ କରିବେ ନାହିଁ; ‘ହାୟ, ପ୍ରଭୁ!’ ଅବା ‘ହାୟ, ତାଙ୍କର ମହିମା!’ ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।
קבורת חמור יקבר סחוב והשלך מהלאה לשערי ירושלם | 19 |
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
עלי הלבנון וצעקי ובבשן תני קולך וצעקי מעברים כי נשברו כל מאהביך | 20 |
“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
דברתי אליך בשלותיך אמרת לא אשמע זה דרכך מנעוריך כי לא שמעת בקולי | 21 |
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
כל רעיך תרעה רוח ומאהביך בשבי ילכו כי אז תבשי ונכלמת מכל רעתך | 22 |
ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
ישבתי (ישבת) בלבנון מקננתי (מקננת) בארזים מה נחנת בבא לך חבלים חיל כילדה | 23 |
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”
חי אני נאם יהוה כי אם יהיה כניהו בן יהויקים מלך יהודה חותם על יד ימיני כי משם אתקנך | 24 |
“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
ונתתיך ביד מבקשי נפשך וביד אשר אתה יגור מפניהם--וביד נבוכדראצר מלך בבל וביד הכשדים | 25 |
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
והטלתי אתך ואת אמך אשר ילדתך על הארץ אחרת אשר לא ילדתם שם ושם תמותו | 26 |
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ।
ועל הארץ אשר הם מנשאים את נפשם--לשוב שם שמה לא ישובו | 27 |
ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”
העצב נבזה נפוץ האיש הזה כניהו אם כלי אין חפץ בו מדוע הוטלו הוא וזרעו והשלכו על הארץ אשר לא ידעו | 28 |
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।
ארץ ארץ ארץ--שמעי דבר יהוה | 29 |
ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
כה אמר יהוה כתבו את האיש הזה ערירי--גבר לא יצלח בימיו כי לא יצלח מזרעו איש ישב על כסא דוד ומשל עוד ביהודה | 30 |
ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”