< איוב 14 >
אדם ילוד אשה-- קצר ימים ושבע-רגז | 1 |
ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
כציץ יצא וימל ויברח כצל ולא יעמוד | 2 |
ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
אף-על-זה פקחת עינך ואתי תביא במשפט עמך | 3 |
ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
מי-יתן טהור מטמא-- לא אחד | 4 |
ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।
אם חרוצים ימיו--מספר-חדשיו אתך חקו עשית ולא יעבר | 5 |
ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?
שעה מעליו ויחדל-- עד-ירצה כשכיר יומו | 6 |
ଏହେତୁ ସେ ଯେପରି ବେତନଜୀବୀ ତୁଲ୍ୟ ଆପଣା ଦିନ ଭୋଗ କରିବା ପର୍ଯ୍ୟନ୍ତ ବିଶ୍ରାମ ପାଇ ପାରିବ, ଏଥିପାଇଁ ତାହାଠାରୁ ଦୃଷ୍ଟି ଫେରାଅ।
כי יש לעץ תקוה אם-יכרת ועוד יחליף וינקתו לא תחדל | 7 |
କାରଣ ବୃକ୍ଷ ବିଷୟରେ ଆଶା ଥାଏ, ତାହା କଟାଗଲେ ପୁନର୍ବାର ପଲ୍ଲବିତ ହେବ ଓ ତହିଁର କୋମଳ ଶାଖାର ଅଭାବ ହେବ ନାହିଁ।
אם-יזקין בארץ שרשו ובעפר ימות גזעו | 8 |
ଯଦ୍ୟପି ତହିଁର ମୂଳ ମୃତ୍ତିକାରେ ପୁରୁଣା ହୋଇଯାଏ ଓ ତହିଁର ଗଣ୍ଡି ଭୂମିରେ ମରିଯାଏ;
מריח מים יפרח ועשה קציר כמו-נטע | 9 |
ତଥାପି ଜଳର ଗନ୍ଧ ପାଇଲେ, ତାହା ପଲ୍ଲବିତ ହେବ ଓ ରୋପିତ ବୃକ୍ଷ ତୁଲ୍ୟ ଶାଖାବିଶିଷ୍ଟ ହେବ।
וגבר ימות ויחלש ויגוע אדם ואיו | 10 |
ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
אזלו-מים מני-ים ונהר יחרב ויבש | 11 |
ଯେପରି ସମୁଦ୍ରରୁ ଜଳ ବାହାରି ଯାଏ ଓ ନଦୀ କ୍ଷୟପ୍ରାପ୍ତ ଓ ଶୁଷ୍କ ହୁଏ;
ואיש שכב ולא-יקום עד-בלתי שמים לא יקיצו ולא-יערו משנתם | 12 |
ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
מי יתן בשאול תצפנני-- תסתירני עד-שוב אפך תשית לי חק ותזכרני (Sheol ) | 13 |
ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ! (Sheol )
אם-ימות גבר היחיה כל-ימי צבאי איחל-- עד-בוא חליפתי | 14 |
ଯଦି ମନୁଷ୍ୟର ମୃତ୍ୟୁ ହୁଏ ତେବେ କʼଣ ସେ ପୁନର୍ବାର ବଞ୍ଚିବ? ମୋହର ମୁକ୍ତି ଉପସ୍ଥିତ ନୋହିବା ପର୍ଯ୍ୟନ୍ତ ମୁଁ ଆପଣା ଯୁଦ୍ଧର ସମସ୍ତ ଦିନ ଅପେକ୍ଷା କରିବି।
תקרא ואנכי אענך למעשה ידיך תכסף | 15 |
ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।
כי-עתה צעדי תספור לא-תשמר על-חטאתי | 16 |
ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁ ନାହଁ?
חתם בצרור פשעי ותטפל על-עוני | 17 |
ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।
ואולם הר-נופל יבול וצור יעתק ממקמו | 18 |
ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
אבנים שחקו מים-- תשטף-ספיחיה עפר-ארץ ותקות אנוש האבדת | 19 |
ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଲାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।
תתקפהו לנצח ויהלך משנה פניו ותשלחהו | 20 |
ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।
יכבדו בניו ולא ידע ויצערו ולא-יבין למו | 21 |
ତାହାର ସନ୍ତାନଗଣ ସମ୍ଭ୍ରମ ପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
אך-בשרו עליו יכאב ונפשו עליו תאבל | 22 |
ମାତ୍ର ତାହାର ନିଜ ମାଂସ ବ୍ୟଥା ଭୋଗ କରେ ଓ ତାହାର ପ୍ରାଣ ଅନ୍ତରେ ବ୍ୟାକୁଳ ହୁଏ।”