< איוב 15 >
ויען אליפז התימני ויאמר | 1 |
ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
החכם יענה דעת-רוח וימלא קדים בטנו | 2 |
“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
הוכח בדבר לא-יסכון ומלים לא-יועיל בם | 3 |
ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
אף-אתה תפר יראה ותגרע שיחה לפני-אל | 4 |
ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
כי יאלף עונך פיך ותבחר לשון ערומים | 5 |
କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
ירשיעך פיך ולא-אני ושפתיך יענו-בך | 6 |
ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
הראישון אדם תולד ולפני גבעות חוללת | 7 |
ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
הבסוד אלוה תשמע ותגרע אליך חכמה | 8 |
ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
מה-ידעת ולא נדע תבין ולא-עמנו הוא | 9 |
ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
גם-שב גם-ישיש בנו-- כביר מאביך ימים | 10 |
ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
המעט ממך תנחומות אל ודבר לאט עמך | 11 |
ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
מה-יקחך לבך ומה-ירזמון עיניך | 12 |
ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
כי-תשיב אל-אל רוחך והצאת מפיך מלין | 13 |
ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
מה-אנוש כי-יזכה וכי-יצדק ילוד אשה | 14 |
ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
הן בקדשו לא יאמין ושמים לא-זכו בעיניו | 15 |
ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
אף כי-נתעב ונאלח איש-שתה כמים עולה | 16 |
ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
אחוך שמע-לי וזה-חזיתי ואספרה | 17 |
ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
אשר-חכמים יגידו ולא כחדו מאבותם | 18 |
ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
להם לבדם נתנה הארץ ולא-עבר זר בתוכם | 19 |
କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
כל-ימי רשע הוא מתחולל ומספר שנים נצפנו לעריץ | 20 |
ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।
קול-פחדים באזניו בשלום שודד יבואנו | 21 |
ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
לא-יאמין שוב מני-חשך וצפו (וצפוי) הוא אלי-חרב | 22 |
ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;
נדד הוא ללחם איה ידע כי-נכון בידו יום-חשך | 23 |
ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
יבעתהו צר ומצוקה תתקפהו כמלך עתיד לכידור | 24 |
ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
כי-נטה אל-אל ידו ואל-שדי יתגבר | 25 |
କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
ירוץ אליו בצואר בעבי גבי מגניו | 26 |
ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
כי-כסה פניו בחלבו ויעש פימה עלי-כסל | 27 |
ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
וישכון ערים נכחדות--בתים לא-ישבו למו אשר התעתדו לגלים | 28 |
ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।
לא-יעשר ולא-יקום חילו ולא-יטה לארץ מנלם | 29 |
ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।
לא-יסור מני-חשך--ינקתו תיבש שלהבת ויסור ברוח פיו | 30 |
ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
אל-יאמן בשו נתעה כי-שוא תהיה תמורתו | 31 |
ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
בלא-יומו תמלא וכפתו לא רעננה | 32 |
ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ।
יחמס כגפן בסרו וישלך כזית נצתו | 33 |
ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
כי-עדת חנף גלמוד ואש אכלה אהלי-שחד | 34 |
କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
הרה עמל וילד און ובטנם תכין מרמה | 35 |
ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”