< איוב 17 >

רוחי חבלה ימי נזעכו קברים לי 1
ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।
אם-לא התלים עמדי ובהמרותם תלן עיני 2
ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।
שימה-נא ערבני עמך מי הוא לידי יתקע 3
ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
כי-לבם צפנת משכל על-כן לא תרמם 4
କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
לחלק יגיד רעים ועיני בניו תכלנה 5
ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
והציגני למשל עמים ותפת לפנים אהיה 6
ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
ותכה מכעש עיני ויצרי כצל כלם 7
ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
ישמו ישרים על-זאת ונקי על-חנף יתערר 8
ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।
ויאחז צדיק דרכו וטהר-ידים יסיף אמץ 9
ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
ואולם--כלם תשבו ובאו נא ולא-אמצא בכם חכם 10
ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
ימי עברו זמתי נתקו-- מורשי לבבי 11
ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
לילה ליום ישימו אור קרוב מפני-חשך 12
ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
אם-אקוה שאול ביתי בחשך רפדתי יצועי (Sheol h7585) 13
ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; (Sheol h7585)
לשחת קראתי אבי אתה אמי ואחתי לרמה 14
ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’
ואיה אפו תקותי ותקותי מי ישורנה 15
ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
בדי שאל תרדנה אם-יחד על-עפר נחת (Sheol h7585) 16
ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।” (Sheol h7585)

< איוב 17 >