< איוב 18 >

ויען בלדד השחי ויאמר 1
ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?
עד-אנה תשימון קנצי למלין תבינו ואחר נדבר 2
“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।
מדוע נחשבנו כבהמה נטמינו בעיניכם 3
ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?
טרף נפשו באפו הלמענך תעזב ארץ ויעתק-צור ממקמו 4
କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ୱ ସ୍ଥାନରୁ ଦୂରୀକୃତ ହେବ?
גם אור רשעים ידעך ולא-יגה שביב אשו 5
ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
אור חשך באהלו ונרו עליו ידעך 6
ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
יצרו צעדי אונו ותשליכהו עצתו 7
ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
כי-שלח ברשת ברגליו ועל-שבכה יתהלך 8
ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
יאחז בעקב פח יחזק עליו צמים 9
ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ।
טמון בארץ חבלו ומלכדתו עלי נתיב 10
ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି।
סביב בעתהו בלהות והפיצהו לרגליו 11
ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
יהי-רעב אנו ואיד נכון לצלעו 12
ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ।
יאכל בדי עורו יאכל בדיו בכור מות 13
ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
ינתק מאהלו מבטחו ותצעדהו למלך בלהות 14
ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
תשכון באהלו מבלי-לו יזרה על-נוהו גפרית 15
ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
מתחת שרשיו יבשו וממעל ימל קצירו 16
ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
זכרו-אבד מני-ארץ ולא-שם לו על-פני-חוץ 17
ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।
יהדפהו מאור אל-חשך ומתבל ינדהו 18
ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।
לא נין לו ולא-נכד בעמו ואין שריד במגוריו 19
ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ ସ୍ଥାନରେ କେହି ରହିବେ ନାହିଁ।
על-יומו נשמו אחרנים וקדמנים אחזו שער 20
ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ବିନାଶର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚିମବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ।
אך-אלה משכנות עול וזה מקום לא-ידע-אל 21
ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ୱରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି।”

< איוב 18 >