< איוב 2 >

ויהי היום--ויבאו בני האלהים להתיצב על יהוה ויבוא גם השטן בתכם להתיצב על יהוה 1
ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।
ויאמר יהוה אל השטן אי מזה תבא ויען השטן את יהוה ויאמר משט בארץ ומהתהלך בה 2
ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
ויאמר יהוה אל השטן השמת לבך אל עבדי איוב--כי אין כמהו בארץ איש תם וישר ירא אלהים וסר מרע ועדנו מחזיק בתמתו ותסיתני בו לבלעו חנם 3
ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”
ויען השטן את יהוה ויאמר עור בעד עור וכל אשר לאיש--יתן בעד נפשו 4
ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।
אולם שלח נא ידך וגע אל עצמו ואל בשרו--אם לא אל פניך יברכך 5
ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”
ויאמר יהוה אל השטן הנו בידך אך את נפשו שמר 6
ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”
ויצא השטן מאת פני יהוה ויך את איוב בשחין רע מכף רגלו עד (ועד) קדקדו 7
ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।
ויקח לו חרש להתגרד בו והוא ישב בתוך האפר 8
ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।
ותאמר לו אשתו עדך מחזיק בתמתך ברך אלהים ומת 9
ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
ויאמר אליה כדבר אחת הנבלות תדברי--גם את הטוב נקבל מאת האלהים ואת הרע לא נקבל בכל זאת לא חטא איוב בשפתיו 10
ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
וישמעו שלשת רעי איוב את כל הרעה הזאת הבאה עליו ויבאו איש ממקמו אליפז התימני ובלדד השוחי וצופר הנעמתי ויועדו יחדו לבוא לנוד לו ולנחמו 11
ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।
וישאו את עיניהם מרחוק ולא הכירהו וישאו קולם ויבכו ויקרעו איש מעלו ויזרקו עפר על ראשיהם השמימה 12
ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।
וישבו אתו לארץ שבעת ימים ושבעת לילות ואין דבר אליו דבר--כי ראו כי גדל הכאב מאד 13
ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।

< איוב 2 >