< איוב 21 >
ଏଥିରେ ଆୟୁବ ଉତ୍ତର କରି କହିଲା,
שמעו שמוע מלתי ותהי-זאת תנחומתיכם | 2 |
“ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।
שאוני ואנכי אדבר ואחר דברי תלעיג | 3 |
ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।
האנכי לאדם שיחי ואם-מדוע לא-תקצר רוחי | 4 |
ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
פנו-אלי והשמו ושימו יד על-פה | 5 |
ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।
ואם-זכרתי ונבהלתי ואחז בשרי פלצות | 6 |
ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।
מדוע רשעים יחיו עתקו גם-גברו חיל | 7 |
ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?
זרעם נכון לפניהם עמם וצאצאיהם לעיניהם | 8 |
ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।
בתיהם שלום מפחד ולא שבט אלוה עליהם | 9 |
ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ।
שורו עבר ולא יגעל תפלט פרתו ולא תשכל | 10 |
ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।
ישלחו כצאן עויליהם וילדיהם ירקדון | 11 |
ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।
ישאו כתף וכנור וישמחו לקול עוגב | 12 |
ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।
יבלו (יכלו) בטוב ימיהם וברגע שאול יחתו (Sheol ) | 13 |
ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି। (Sheol )
ויאמרו לאל סור ממנו ודעת דרכיך לא חפצנו | 14 |
ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
מה-שדי כי-נעבדנו ומה-נועיל כי נפגע-בו | 15 |
ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’
הן לא בידם טובם עצת רשעים רחקה מני | 16 |
ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।
כמה נר-רשעים ידעך-- ויבא עלימו אידם חבלים יחלק באפו | 17 |
କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?
יהיו כתבן לפני-רוח וכמץ גנבתו סופה | 18 |
ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?
אלוה יצפן-לבניו אונו ישלם אליו וידע | 19 |
ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।
יראו עינו כידו ומחמת שדי ישתה | 20 |
ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।
כי מה-חפצו בביתו אחריו ומספר חדשיו חצצו | 21 |
କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?
הלאל ילמד-דעת והוא רמים ישפוט | 22 |
ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
זה--ימות בעצם תמו כלו שלאנן ושליו | 23 |
କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
עטיניו מלאו חלב ומח עצמותיו ישקה | 24 |
ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।
וזה--ימות בנפש מרה ולא-אכל בטובה | 25 |
ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।
יחד על-עפר ישכבו ורמה תכסה עליהם | 26 |
ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।
הן ידעתי מחשבותיכם ומזמות עלי תחמסו | 27 |
ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।
כי תאמרו איה בית-נדיב ואיה אהל משכנות רשעים | 28 |
କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’
הלא שאלתם עוברי דרך ואתתם לא תנכרו | 29 |
ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
כי ליום איד יחשך רע ליום עברות יובלו | 30 |
ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?
מי-יגיד על-פניו דרכו והוא-עשה מי ישלם-לו | 31 |
ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?
והוא לקברות יובל ועל-גדיש ישקוד | 32 |
ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ।
מתקו-לו רגבי-נחל ואחריו כל-אדם ימשוך ולפניו אין מספר | 33 |
ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍ ସମସ୍ତ ଲୋକ ଗମନ କରିବେ।
ואיך תנחמוני הבל ותשובתיכם נשאר-מעל | 34 |
ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”