< איוב 22 >

ויען אליפז התמני ויאמר 1
ଏଥିଉତ୍ତାରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,
הלאל יסכן-גבר-- כי-יסכן עלימו משכיל 2
“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।
החפץ לשדי כי תצדק ואם-בצע כי-תתם דרכיך 3
ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?
המיראתך יכיחך יבוא עמך במשפט 4
ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?
הלא רעתך רבה ואין-קץ לעונתיך 5
ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।
כי-תחבל אחיך חנם ובגדי ערומים תפשיט 6
ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।
לא-מים עיף תשקה ומרעב תמנע-לחם 7
ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।
ואיש זרוע לו הארץ ונשוא פנים ישב בה 8
ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।
אלמנות שלחת ריקם וזרעות יתמים ידכא 9
ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
על-כן סביבותיך פחים ויבהלך פחד פתאם 10
ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
או-חשך לא-תראה ושפעת-מים תכסך 11
ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।
הלא-אלוה גבה שמים וראה ראש כוכבים כי-רמו 12
ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
ואמרת מה-ידע אל הבעד ערפל ישפוט 13
ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?
עבים סתר-לו ולא יראה וחוג שמים יתהלך 14
ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’
הארח עולם תשמור-- אשר דרכו מתי-און 15
ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?
אשר-קמטו ולא-עת נהר יוצק יסודם 16
ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;
האמרים לאל סור ממנו ומה-יפעל שדי למו 17
ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’
והוא מלא בתיהם טוב ועצת רשעים רחקה מני 18
ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।
יראו צדיקים וישמחו ונקי ילעג-למו 19
ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
אם-לא נכחד קימנו ויתרם אכלה אש 20
‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’
הסכן-נא עמו ושלם בהם תבואתך טובה 21
ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
קח-נא מפיו תורה ושים אמריו בלבבך 22
ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।
אם-תשוב עד-שדי תבנה תרחיק עולה מאהלך 23
ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
ושית-על-עפר בצר ובצור נחלים אופיר 24
ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
והיה שדי בצריך וכסף תועפות לך 25
ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।
כי-אז על-שדי תתענג ותשא אל-אלוה פניך 26
କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
תעתיר אליו וישמעך ונדריך תשלם 27
ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
ותגזר-אמר ויקם לך ועל-דרכיך נגה אור 28
ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।
כי-השפילו ותאמר גוה ושח עינים יושע 29
ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।
ימלט אי-נקי ונמלט בבר כפיך 30
ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”

< איוב 22 >